ରାଜ୍ୟ ମହିଳା ଆୟୋଗ ପକ୍ଷରୁ ଆଇନ ସଚେତନତା କର୍ମଶାଳା ‘ନାରୀ ବିନା ସୁନ୍ଦର ସମାଜ ଅସମ୍ଭବ’

ଅନୁଗୋଳ ଅଫିସ, ୮।୧୨ – ଏକ ସୁସ୍ଥ ଓ ସୁନ୍ଦର ସମାଜ ଗଠନ ପାଇଁ ପୁରୁଷ ଓ ନାରୀଙ୍କ ସମାନ ଭୂମିକା ରହିଛି। ନାରୀ ବିନା ଏହା ସମ୍ଭବ ହେବନାହିଁ। ସମାଜରେ ସ୍ବାଭିମାନର ସହ ବଞ୍ଚତ୍ବା ନାରୀମାନଙ୍କ ସାମ୍ବିଧାନିକ ଅଧିକାର। ରାଜ୍ୟ ମହିଳା ଆୟୋଗ, ଜିଲା ପ୍ରଶାସନ ଓ ମିଶନ ଶକ୍ତିର ମିଳିତ ସହଯୋଗରେ ଶନିବାର ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ଆଇନ ସଚେତନତା କର୍ମଶାଳାରେ ଯୋଗଦେଇ ରାଜ୍ୟ ମହିଳା ଆୟୋଗର ଅଧ୍ୟକ୍ଷା ଡ. ମିନତୀ ବେହେରା ଏହି ମତବ୍ୟକ୍ତ କରିଛନ୍ତି।
ଏହି ଅବସରରେ ଡ. ବେହେରା କହିଥିଲେ ଯେ, ଆଜିର ସମାଜରେ ନାରୀପ୍ରତି ହେଉଥିବା ନିର୍ଯାତନା ଓ ଅବହେଳାକୁ ବରଦାସ୍ତ କରାଯିବ ନାହିଁ। ଏଥିପାଇଁ ଆୟୋଗ ଦ୍ୱାରା ସମସ୍ତ ପ୍ରକାର ଆଇନକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ମିଶନ ଶକ୍ତି ଓ ପଞ୍ଚାୟତିରାଜ ବ୍ୟବସ୍ଥା ସମ୍ପର୍କରେ ମହିଳାମାନେ ସଚେତନ ହେଲେଣି। ମାନସିକତାରେ ପରିବର୍ତ୍ତନ ଆଣି ସେମାନେ ସଚେତନ ହେବା ସହ ନିଜ ଅଧିକାର ସାବ୍ୟସ୍ତ କରିବା ପାଇଁ ଅଧ୍ୟକ୍ଷା ଆହ୍ବାନ ଦେଇଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଯୋଗଦେଇ ନାରୀ ଶକ୍ତିକୁ ରାଷ୍ଟ୍ର ଶକ୍ତି ଭାବେ ବିବେଚନା କରିବା ସହ ତୃଣମୂଳସ୍ତରରେ ସେମାନଙ୍କୁ ନେଇ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବାର ଆବଶ୍ୟକତା ରହିଥିବା କହିଥିଲେ। ସମ୍ମାନିତ ଅତିଥି ଭାବେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଯୋଗଦେଇ ପଞ୍ଚାୟତିରାଜ ବ୍ୟବସ୍ଥାରେ ମହିଳାମାନଙ୍କୁ ସୁଯୋଗ ଦିଆଯାଇ ସଶକ୍ତୀକରଣ କରିବାରେ ସରକାର ସଫଳ ପଦକ୍ଷେପ ନେଇଥିବା ପ୍ରକାଶ କରିଥିଲେ। ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ସବୁ କ୍ଷେତ୍ରରେ ଝିଅମାନଙ୍କୁ ସୁଯୋଗ ଦିଆଗଲେ ସେମାନଙ୍କ ଉପରେ ହେଉଥିବା ହିଂସା ହ୍ରାସ ପାଇବ ବୋଲି ପ୍ରକାଶ କରିଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଏସ୍‌ପି ଜଗମୋହନ ମୀନା ମହିଳାମାନଙ୍କ ସୁରକ୍ଷା ପାଇଁ ଉଦ୍ଦିଷ୍ଟ ଆଇନ ଓ ଦଣ୍ଡବିଧାନର ଭୟାବହତା ସମ୍ପର୍କରେ ବ୍ୟାପକ ପ୍ରଚାର ଓ ପ୍ରସାର ଉପରେ ଗୁରୁତ୍ୱାରୋପ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆୟୋଗର ପରାମର୍ଶଦାତା ଡା. ମମତା ଦାସ, ସଦସ୍ୟା ସ୍ନେହାଞ୍ଜଳି ମହାନ୍ତି, ସ୍ବର୍ଣ୍ଣଲତା ସାମଲ, ଜିଲା ସମାଜ ମଙ୍ଗଳ ଅଧିକାରୀ ଆଲମା ବରୁଆ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଗୌରୀ ଶଙ୍କର ବେହେରା ଉପସ୍ଥିତ ଥିଲେ । ଜିଲା ସମାଜ ମଙ୍ଗଳ କାର୍ଯ୍ୟାଳୟର କର୍ମଚାରୀଙ୍କ ସହ ବିଭିନ୍ନ ସ୍ବୟଂସହାୟକ ଗୋଷ୍ଠୀର ସଦସ୍ୟା, ଅଙ୍ଗନୱାଡ଼ି କର୍ମୀ, ମହିଳାମାନଙ୍କ ସୁରକ୍ଷା ପାଇଁ କାର୍ଯ୍ୟ କରୁଥିବା ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା ଓ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri