ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କ ଇସ୍ତଫା ଦାବିକଲା ଭାଜପା

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ପଦ ଏକ ସାମ୍ବିଧାନିକ ଦାୟିତ୍ୱ। ଏହା ବିଜେଡିର ରାଜନୈତିକ ପଦବୀ ନୁହେଁ । ଯାଜପୁର ଜିଲାର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ କମିଶନ ଅଧ୍ୟକ୍ଷା ଉପଯୁକ୍ତ ତଦନ୍ତ କରୁ ନ ଥିବା ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ଅଭିଯୋଗ କରାଯାଇଛି। ମହିଳା ମୋର୍ଚ୍ଚା ସଭାନେତ୍ରୀ ପ୍ରଭାତୀ ପରିଡା ଶନିବାର ରାଜ୍ୟ ମୁଖ୍ୟାଳୟରେ ଖବରଦାତା ସମ୍ମିଳନୀ କରି କମିଶନ ଅଧ୍ୟକ୍ଷାଙ୍କୁ ଟାର୍ଗେଟ କରିବା ସହ ଇସ୍ତଫା ଦାବି କରିଛନ୍ତି। ପ୍ରଭାତୀ କହିଛନ୍ତି ଯେ, ବଳାତ୍କାର ଓ ହତ୍ୟା ସମ୍ପର୍କରେ ଅଭିଯୋଗ ପରେ ମଧ୍ୟ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ମିିନତି ବେହେରା ପ୍ରଥମେ ଚୁପ ରହିଲେ। ପରବର୍ତ୍ତୀ ସମୟରେ ତଦନ୍ତର ଶିଥିଳତା ନେଇ ଗଣମାଧ୍ୟମ ପ୍ରଶ୍ନ କରିବାରୁ ଅନୁସନ୍ଧାନ ନିରପେକ୍ଷ ଭାବେ ଚାଲୁଥିବା ମତ ଦେଇଥିଲେ। ହେଲେ ତଦନ୍ତ ଠିକ୍‌ ଭାବେ ଚାଲୁନାହିଁ। କମିଶନ ଅଧ୍ୟକ୍ଷା ଗତ ୧୯ରେ ସେ ଯାଜପୁର ଯାଇ ତଦନ୍ତ କରିଥିବା କଥା କହୁଛନ୍ତି। ଏହା ସମ୍ପୂର୍ଣ୍ଣ ମିଛ ା ଯଦି ତଦନ୍ତ କରି ଯାଇଥିଲେ, ତେବେ କାହାକୁ ଭେଟିଥିଲେ ବୋଲି ପ୍ରଭାତୀ ପ୍ରଶ୍ନ କରିଛନ୍ତି। ଅଧ୍ୟକ୍ଷା ସ୍ମିତାଙ୍କ ପରିବାରକୁ ଭେଟିଥିଲେ କି। ମହିଳା କମିଶନ ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଗାଁକୁ ଯାଇ ନ ଥିବା, ଏପରିକି ସ୍ମିତାଙ୍କ ସ୍ବାମୀଙ୍କୁ ଭଲଭାବେ ଚିହ୍ନି ନାହାନ୍ତି। କାହା ପାଖରେ ମହିଳା କମିଶନ ଅଧ୍ୟକ୍ଷାଙ୍କ ଗସ୍ତର ଖବର ନାହିଁ। ତେଣୁ ଏପରି ସମ୍ବେଦନଶୀଳ ପ୍ରସଙ୍ଗରେ ଉପଯୁକ୍ତ ଢଙ୍ଗରେ ନିଜ ଦାୟିତ୍ୱ ପାଳନ କରୁ ନ ଥିବା ଅଧ୍ୟକ୍ଷା ଇସ୍ତଫା ଦିଅନ୍ତୁ ବୋଲି ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ଦାବି କରାଯାଇଛି। ଯଦି ଅଧ୍ୟକ୍ଷା ଇସ୍ତଫା ନ ଦିଅନ୍ତି, ତେବେ ଚଳିତ ମାସ ୨୮ରେ ମହିଳା ମୋର୍ଚ୍ଚା କମିଶନଙ୍କ କାର୍ଯ୍ୟାଳୟ ଘେରାଉ କରିବ ବୋଲି ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri