Posted inରାଜ୍ୟ

ରାଜ୍ୟ ଯୋଜନା ବୋର୍ଡର ବୈଠକ: ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟ ଯୋଜନା ବୋର୍ଡର ଗୁରୁତ୍ୱପୂର୍ଣ୍ଣ ବୈଠକ ମଙ୍ଗଳବାର ଅପରାହ୍ନ ସାଢ଼େ ୪ଟାରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ଏବଂ ରାଜ୍ୟ ଉନ୍ନୟନ କମିଶନର ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୧୩ଟି ବିଭାଗର ପ୍ରମୁଖ ଶାସନ ସଚିବ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। କୃଷି, ଗୃହ ଓ ନଗର ଉନ୍ନୟନ, ଶିଳ୍ପ, ଶ୍ରମ ,ଏମ୍‌ଏସଏମ୍‌ଇ, ପଞ୍ଚାୟତରାଜ, ଜଳସମ୍ପଦ, ମହିଳା ଓ ଶିଶୁକଲ୍ୟାଣ, ସମବାୟ, ମତ୍ସ୍ୟ ଓ ପଶୁପଳନ, ପର୍ଯ୍ୟଟନ ଏବଂ ଏସ୍‌ଟି, ଏସି ବିଭାଗର ସଚିବମାନେ ଏହି ବୈଠକରେ ସାମିଲ ହେବେ। କୋଭିଡ-୧୯ ମହାମାରୀ ଏବଂ ଏହାର ପରବର୍ତ୍ତୀ ସମୟରେ ରାଜ୍ୟ ଅର୍ଥନୀତିକୁ କିଭଳି ଅଧିକ ସୁଦୃଢ କରାଯିବ ତାହା ଉପରେ ଗୁରୁତ୍ୱପୂର୍ଣ ନିଷ୍ପତି ନିଆଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri