ରାଜ୍ୟ ରକ୍ତ ସଞ୍ଚାଳନ ପରିଷଦ ପରିଚାଳନା କମିଟି ବୈଠକ: ୨୮ କୋଟି ୭୫ ଲକ୍ଷ ଟଙ୍କାର ବଜେଟ ଅନୁମୋଦିତ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ରାଜ୍ୟ ରକ୍ତ ସଞ୍ଚାଳନ ପରିଷଦ ୩୧ତମ ପରିଚାଳନା କମିଟି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୨୦୧୯-୨୦ ବର୍ଷ ପାଇଁ ୨୮ କୋଟି ୭୫ ଲକ୍ଷ ଟଙ୍କାର ବ୍ୟୟବରାଦ ଅନୁମୋଦିତ ହୋଇଛି। ପରିଷଦର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରାଯାଇ ସ୍ବେଚ୍ଛାକୃତ ରକ୍ତଦାନ କାର୍ଯ୍ୟକ୍ରମକୁ ଆହୁରି ଅଧିକ ବ୍ୟାପକ କରାଯିବା ସହ ଆବଶ୍ୟକ ପଡୁଥିବା ୪.୫ ଲକ୍ଷ ୟୁନିଟ୍‌ ରକ୍ତ ସଂଗ୍ରହର ଧାର୍ଯ୍ୟ ଲକ୍ଷ୍ୟ ଶତପ୍ରତିଶତ ହାସଲ କରିବାକୁ ନିଷ୍ପତ୍ତି ହୋଇଛି। ସ୍ବେଚ୍ଛାକୃତ ରକ୍ତଦାନ କାର୍ଯ୍ୟକ୍ରମକୁ ବିକେନ୍ଦ୍ରୀକରଣ କରାଯାଇ ଏହାକୁ ଅଧିକ ସୁଦୃଢ଼ କରାଯିବ। ୭ଟି ମେଡିକାଲ କଲେଜ ଓ ହସ୍ପିଟାଲ ସମେତ ଆର୍‌ଜିଏଚ୍‌ ରାଉରକେଲା ଏବଂ ବରଗଡ଼ ହସ୍ପିଟାଲ ପାଇଁ ରକ୍ତସଂଗ୍ରହ ଭ୍ୟାନ୍‌ ବ୍ୟବସ୍ଥା ହେବ। ଘରୋଇ ଡାକ୍ତରଖାନାଗୁଡ଼ିକରେ ଥିବା ରକ୍ତଭଣ୍ଡାର ସହିତ ସମନ୍ବୟ ରଖି କାର୍ଯ୍ୟ କରିବାକୁ ପରାମର୍ଶ ଦିଆଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ୮୩ଟି ରକ୍ତ ଭଣ୍ଡାର ରହିଥିବାବେଳେ ସେଥିରୁ ୫୫ଟି ରାଜ୍ୟ ସରକାରଙ୍କ ଅଧୀନରେ ରହିଛି। ୧୬ଟି ରକ୍ତ ଉପାଦାନ ପୃଥକୀକରଣ ୟୁନିଟ୍‌ କାର୍ଯ୍ୟକରୁଛି। ରାଜ୍ୟ ସରକାର ସରକାରୀ ଡାକ୍ତରଖାନାଗୁଡ଼ିକରେ ଚିକିତ୍ସିତ ରୋଗୀମାନଙ୍କୁ ମାଗଣାରେ ରକ୍ତ ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି। ଏଥିସହ ହେମୋଗ୍ଳୋବିନୋପାଥି ରୋଗୀଙ୍କ ପାଇଁ ଯାତାୟତ ବାବଦକୁ ୫୦୦ ଟଙ୍କା ପ୍ରଦାନ କରୁଛନ୍ତି। ୨୦୧୮ ମାର୍ଚ୍ଚ ୧ରୁ ୨୦୧୯ ମାର୍ଚ୍ଚ ୩୧ ସୁଦ୍ଧା ଏହିଭଳି ୧୧୭୦୬ଜଣ ରୋଗୀ ଉପକୃତ ହୋଇଥିବା ଜଣାପଡ଼ିଛି। ରାଜ୍ୟ ରକ୍ତ ସଞ୍ଚାଳନ ପରିଷଦ କାର୍ଯ୍ୟଧାରାରେ ପରବର୍ତ୍ତନ ଆଣି ସ୍ବେଚ୍ଛାକୃତ ରକ୍ତ ସଂଗ୍ରହ, କ୍ୟାମ୍ପ ଆୟୋଜନ ଆଦିକୁ ଅଧିକ ସୁଦୃଢ଼ କରିବା ସହିତ ଗୁଣାତ୍ମକ ରକ୍ତ ଯୋଗାଣ ନିମନ୍ତେ ଖସଡ଼ା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ, ଏସ୍‌ବିଟିସି ନିର୍ଦ୍ଦେଶକ ଡା. ମାନସ ସାମନ୍ତରାୟ, ଅର୍ଥ ବିଭାଗର ଅତିରିକ୍ତ ସଚିବ ଗଦାଧର ନନ୍ଦି, ଭେଷଜ ନିୟନ୍ତ୍ରକ ମାମିନା ପଟ୍ଟନାୟକ, ଭିମ୍‌ସାର ଅଧୀକ୍ଷକଙ୍କ ସମେତ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri