ରାଜ୍ୟ ରାଜପଥ ସମ୍ପ୍ରସାରଣ ପାଇଁ ଜବରଦଖଲ ଉଚ୍ଛେଦ

ଯୋଡ଼ା, ୨୭।୧୧(ଡି.ଏନଏ) କେନ୍ଦୁଝର ଜିଲା ବାମେବାରୀ-ଯୋଡା ରାଜ୍ୟ ରାଜପଥ ନଂ ୨ ର ସମ୍ପ୍ରସାରଣ ପାଇଁ ଜବର ଦଖଲ ହୋଇଥିବା ଜମି ଗୁଡିକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଉଚ୍ଛେଦ କରାଯାଇଛି ା ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ବଡବିଲ ତହସିଲଦାର କ୍ଷୀରୋଦ କୁମାର ବେହେରା, ଯୋଡା ପୋଲିସ, ପିଡବ୍ଲ୍ୟୁଡିର ନିର୍ବାହୀ ଯନ୍ତ୍ରୀ ନଗେଶ ମହାନ୍ତ, ଏସଡିଓ ଏସ.କେ. ନାୟକ, କନିଷ୍ଠ ଯନ୍ତ୍ରୀ ରାଜୁ କାଗ୍‌ ଓ ଯୋଡା ରାଜସ୍ବ ନିରୀକ୍ଷକ ଜୟନ୍ତ ନାଏକ ପ୍ରମୁଖଙ୍କ ଉପସ୍ଥିତିରେ ବାଂଶପାଣି ଓ ବାଂଶପାଣି ଅଟାଚକି ଠାରେ ଜବର ଦଖଲ କରି ନିର୍ମାଣ କରାଯାଇଥିବା ଘର, ଦୋକାନ ଘର ଓ କ୍ୟାବିନ୍‌ ଗୁଡିକୁ ମେଶିନ ସାହାଯ୍ୟରେ ଭଙ୍ଗା ଯାଇଥିଲା। ଡିଏମଏଫ ପାଣ୍ଠି ବ୍ୟୟରେ ଉକ୍ତ ରାସ୍ତାର ନିର୍ମାଣ ଓ ସମ୍ପ୍ରସାରଣ ପାଇଁ ଟେଣ୍ଡର ଜରିଆରେ ଏକ ଠିକା ସଂସ୍ଥାକୁ କାର୍ଯ୍ୟାଦେଶ ଦିଆଯାଇଛି ା ଉକ୍ତ ଠିକାସଂସ୍ଥା ପକ୍ଷରୁ ବିଭିନ୍ନ ସ୍ଥାନରେ ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯାଇଥିବା ବେଳେ ଅନେକ ସ୍ଥାନରେ ଜବରଦଖଲ ଜମି ଉଚ୍ଛେଦ କରାଯାଉ ନ ଥିବାରୁ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବ ହେଉଥିଲା। ଏହି ଜମିକୁ ଖାଲି କରିବା ପାଇଁ ପ୍ରଶାସନ ପକ୍ଷରୁ ଗତ ଜୁଲାଇ ମାସରେ ଜବରଦଖଲକାରୀ ମାନଙ୍କୁ ନୋଟିସ କରାଯାଇଥିଲା ା ନୋଟିସ ପାଇବାର ୩୦ ଦିନ ମଧ୍ୟରେ ଉକ୍ତ ଜବରଦଖଲ ଜମିରୁ ଅପସରି ଯିବା ପାଇଁ ନୋଟିସରେ ଉଲ୍ଲେଖ କରାଯାଇଥିଲା ା ଅନ୍ୟଥା ଉକ୍ତ ଜମିକୁ ଖାଲି ନ କଲେ ଆଇନ୍‌ ଅନୁଯାୟୀ ଉଚ୍ଛେଦ କରାଯିବା ସହିତ ସେଠାରେ ରହିଥିବା ଜିନିଷପତ୍ରକୁ ବାଜ୍ୟାପ୍ତି କରାଯିବାର ନୋଟିସ ଜାରି କରାଯାଇଥିଲା। ମାତ୍ର ଜବରଦଖଲକାରୀମାନେ ଜମିକୁ ଖାଲି କରି ନ ଥିବାରୁ ଏହି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରାଯାଇଥିବା ବଡବିଲ୍‌ ତହସିଲ୍‌ଦାର କ୍ଷୀରୋଦ କୁମାର ବେହେରା କହିଛନ୍ତି। ଅନ୍ୟପକ୍ଷରେ ପକ୍ଷରେ ପ୍ରଶାସନ ପକ୍ଷରୁ ଉଚିତ ସମୟ ସମୟସୀମା ନଦେଇ ତରବରିଆ ଭାବେ ଭାଙ୍ଗି ଦିଆଯାଇଥିବା ଅଭିଯୋଗ କରି ଜବରଦଖଲକାରୀମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri