ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ପ୍ରତିଷ୍ଠା ଦିବସ: ଶିଶୁଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ସମ୍ମାନଜନକ ଜୀବନ ବଞ୍ଚିବା ପ୍ରତ୍ୟେକ ଶିଶୁର ମୌଳିକ ଓ ଜନ୍ମଗତ ଅଧିକାର। ଶିଶୁଙ୍କ ସାମଗ୍ରିକ ବିକାଶ ପାଇଁ କେବଳ ସରକାର ନୁହନ୍ତି, ସାମାଜିକ ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷମାନେ ମଧ୍ୟ ଯତ୍ନବାନ ହେବା ଆବଶ୍ୟକ ବୋଲି ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି। ଶୁକ୍ରବାର କିଟ୍‌ କନ୍‌ଭେନ୍‌ଶନ୍‌ ହଲ୍‌ରେ ଆୟୋଜିତ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ନବମ ପ୍ରତିଷ୍ଠା ଦିବସ ଏବଂ ଦ୍ୱିଦିବସୀୟ କର୍ମଶାଳାକୁ ଉଦ୍‌ଘାଟନ କରି ମନ୍ତ୍ରୀ ଶିଶୁମାନଙ୍କ ଅଧିକାରକୁ ସୁରକ୍ଷିତ ରଖିବା ଉପରେ ଗୁରୁତ୍ୱାରୋପ କରିଥିଲେ।
କର୍ମଶାଳାରେ କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତ ଯୋଗଦେଇ ଶିଶୁ ଅଧିକାର ସୁରକ୍ଷା କ୍ଷେତ୍ରରେ ହେଉଥିବା ଉଦ୍ୟମର କାର୍ଯ୍ୟକାରିତା ଉପରେ ଗୁରୁତ୍ୱାରୋପ କରିଥିଲେ। ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ବିଭାଗ ପକ୍ଷରୁ ଶିଶୁ ଅଧିକାର ସୁରକ୍ଷା ପାଇଁ ଗୃହୀତ ଯୋଜନା ଓ ବ୍ୟବସ୍ଥାଗୁଡ଼ିକ ଉପରେ ଆଲୋକପାତ କରିଥିଲେ। ନିୟମିତ ଭାବେ ପରାମର୍ଶଦାତାଙ୍କ ମାଧ୍ୟମରେ ମାନସିକସ୍ତରରେ ଶିଶୁମାନଙ୍କୁ ସମସ୍ୟାମୁକ୍ତ କରିବାକୁ ବରିଷ୍ଠ ପୋଲିସ ପ୍ରଶାସକ ଅରୁଣ ବୋଥ୍ରା ପରାମର୍ଶ ଦେଇଥିଲେ। ଆୟୋଗର ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ ପ୍ରାରମ୍ଭିକ ସୂଚନା ଦେଇ ବିଗତବର୍ଷର କାର୍ଯ୍ୟକ୍ରମ ବିବରଣୀ ଉପସ୍ଥାପନ କରିଥିଲେ। ଗତ ଏକବର୍ଷ ମଧ୍ୟରେ ଆୟୋଗ ୫୦୦ରୁ ଅଧିକ ଶିଶୁ ଅଧିକାର ସମ୍ପୃକ୍ତ ମାମଲାର ଫଇସଲା କରିଥିବାବେଳେ ଜନଶୁଣାଣି ମାଧ୍ୟମରେ ସାଧାରଣ ଲୋକଙ୍କ ନିକଟରେ ପହଞ୍ଚତ୍ ପାରିଛି। ଅନ୍ୟମାନଙ୍କ ମଧ୍ୟରେ ରାଜସ୍ଥାନ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଅଧ୍ୟକ୍ଷା ସଙ୍ଗୀତା ବେନିୱାଲ୍‌ ଏବଂ ଆକ୍ସନ୍‌ଏଡ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସନ୍ଦୀପ ଚାଚ୍ରା ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ରାୟଗଡ଼ା, ଗଞ୍ଜାମ ଓ କନ୍ଧମାଳ ଜିଲାପାଳଙ୍କୁ ସେମାନଙ୍କ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା। ଭଲ ପ୍ରଦର୍ଶନ କରିଥିବା ଜିଲା ଶିଶୁ ସୁରକ୍ଷା ଅଧିକାରୀ, ଶିଶୁ କଲ୍ୟାଣ ପରିଷଦ ଓ ବାଲ୍ୟବିବାହକୁ ନା କହିଥିବା କିଶୋରୀଙ୍କୁ କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ କରାଯାଇଥିଲା। ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ୩୦୦ରୁ ଅଧିକ ପ୍ରତିନିଧି ଏଥିରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri