ରାଜ୍ୟ ସଭାର ୩ ଆସନରେ ଉପନିର୍ବାଚନ ପ୍ରସଙ୍ଗ: ଆଜିଠୁ ନାମାଙ୍କନ ଦାଖଲ

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ଓଡ଼ିଶାର ୩ ରାଜ୍ୟ ସଭା ଆସନରେ ଉପନିର୍ବାଚନ ପାଇଁ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ମଙ୍ଗଳବାର ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ନାମାଙ୍କନ ଦାଖଲ ଆରମ୍ଭ ହେବ। ୨୫ତାରିଖ ନାମାଙ୍କନପତ୍ର ଦାଖଲର ଶେଷଦିନ। ଜୁଲାଇ ୫ତାରିଖରେ ଆବଶ୍ୟକ ପଡ଼ିଲେ ଉପନିର୍ବାଚନ ଏବଂ ସେହିଦିନ ହିଁ ଭୋଟ ଗଣତି। ଜୁଲାଇ ୯ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ କରିବା ପାଇଁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ରାଜ୍ୟ ସଭା ଉପନିର୍ବାଚନ ପାଇଁ ରିଟର୍ନିଂ ଅଫିସର ନିଯୁକ୍ତ ହୋଇଛନ୍ତି। ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ ସଚିବ ଭାବେ କାର୍ଯ୍ୟ କରୁଥିବା ବିଷ୍ଣୁପ୍ରସାଦ ମିଶ୍ର ରିଟର୍ନିଂ ଅଫିସର ହୋଇଛନ୍ତି। ଅନ୍ୟପଟେ ଶିଶିରକାନ୍ତ ସ୍ବାଇଁ ଉପନିର୍ବାଚନର ସହକାରୀ ରିଟର୍ନିଂ ଅଫିସର ଭାବେ ନିଯୁକ୍ତ ହୋଇଛନ୍ତି। ସେ ଏବେ ବିଧାନସଭା ଯୁଗ୍ମ ସଚିବ ଅଛନ୍ତି। ରାଜ୍ୟ ବିଧାନସଭାର ସଂଖ୍ୟା ଦୃଷ୍ଟିରୁ ୩ଟି ଯାକ ଆସନ ବିଜେଡି ଖାତାକୁ ଯିବା ଏକ ପ୍ରକାର ନିଶ୍ଚିତ। ହେଲେ ଏ ପର୍ଯ୍ୟନ୍ତ ବିଜେଡି କେଉଁ ୩ ଚେହେରାଙ୍କୁ ରାଜ୍ୟ ସଭା ପଠାଇବ ସେ ନେଇ ସ୍ପଷ୍ଟ କରିନାହିଁ। ଆଶାୟୀଙ୍କ ସଂଖ୍ୟା ଅଧିକ ଥିବାରୁ ଦଳ ମୁଖିଆଙ୍କ ପାଇଁ ପ୍ରାର୍ଥୀ ଚୟନ କାଠିକର ପାଠ ହେଉଛି ବୋଲି ଚର୍ଚ୍ଚା ଜୋର୍‌ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri