Posted inଜାତୀୟ

ରାଜ୍ୟ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ରିସର୍ଟ ପଲିଟିକ୍ସ

ଅହମଦାବାଦ, ୭ା୬: ଜୁନ୍‌ ୧୯ରେ ହେବାକୁ ଥିବା ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଗୁଜରାଟ କଂଗ୍ରେସ ହଡବଡ଼େଇ ଯାଇଛି। ବିଶେଷକରି ୩ ବିଧାୟକଙ୍କ ଇସ୍ତଫା ପରେ ଦଳରେ ସଙ୍କଟ ଦେଖାଦେଇଛି। ତେଣୁ ରାଜ୍ୟ ସଭା ନିର୍ବାଚନକୁ ଆଖିଆଗରେ ରଖି ଘୋଡ଼ାବେପାରକୁ ଏଡ଼ାଇବା ଲାଗି କଂଗ୍ରେସ ପକ୍ଷରୁ ବିଧାୟକମାନଙ୍କୁ ରିସର୍ଟକୁ ନିଆଯାଇଛି। କଂଗ୍ରେସ ବିଧାୟକ ଅକ୍ଷୟ ପଟେଲ, ଜିତୁ ଚୌଧୁରୀ ଓ ବ୍ରିଜେଶ୍‌ ମିଶ୍ର ଇସ୍ତଫା ଦେବା ପରେ ୧୮୨ ଆସନ ବିଶିଷ୍ଟ ରାଜ୍ୟ ବିଧାନସଭାରେ କଂଗ୍ରେସ ସଦସ୍ୟ ସଂଖ୍ୟା ୬୫କୁ କମିଆସିଛି। ୧୦ ଆସନ ଖାଲିପଡ଼ିଛି। ଉତ୍ତର ଗୁଜରାଟର କେତେଜଣ କଂଗ୍ରେସ ବିଧାୟକଙ୍କୁ ବନସକଣ୍ଟା ଜିଲା ଅମ୍ବାଜିସ୍ଥିତ ରିସର୍ଟକୁ ନିଆଯାଇଛି। ଦକ୍ଷିଣ ଓ କେନ୍ଦ୍ରୀୟ ଗୁଜରାଟର ବିଧାୟକମାନଙ୍କୁ ଆନନ୍ଦସ୍ଥିତ ବଙ୍ଗଳାକୁ ନିଆଯାଇଥିବା କଂଗ୍ରେସ ମୁଖପାତ୍ର ମନୀଷ୍‌ ଦୋଷୀ ପ୍ରକାଶ କରିଛନ୍ତି। ସେହିଭଳି ସୌରାଷ୍ଟ୍ର ବିଧାୟକଙ୍କୁ ରାଜ୍‌କୋଟର ରିସର୍ଟକୁ ନିଆଯାଇଛି। ନିର୍ବାଚନ ପର୍ଯ୍ୟନ୍ତ ବିଧାୟକମାନେ ଏହିସବୁ ସ୍ଥାନରେ ରହିବେ ବୋଲି ଜଣାପଡ଼ିଛି। କଂଗ୍ରେସ ୨ ରାଜ୍ୟ ସଭା ଆସନ ଲାଗି ପ୍ରାର୍ଥୀ ଦେଇଥିବା ବେଳେ ଭାଜପା ୪ ଆସନ ଲାଗି ପ୍ରାର୍ଥୀ ଦେଇଛି। କଂଗ୍ରେସର ଦ୍ୱିତୀୟ ଓ ଭାଜପାର ଚତୁର୍ଥ ପ୍ରାର୍ଥୀ ଲାଗି ବଳ କଷାକଷି ଚାଲିଛି। କାଳେ ଭାଜପା ଘୋଡ଼ାବେପାର କରି ବିଧାୟକଙ୍କୁ ହାତେଇ ନେବେ, କଂଗ୍ରେସର ଭୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଅକ୍ଷୟ ତୃତୀୟାରେ ଗୋଟିଏ ଟଙ୍କା ଖର୍ଚ୍ଚ ନକରି ବି ପାଇବେ ମହାଲାଭ, କରନ୍ତୁ ଏହି ଗୋଟିଏ କାମ…

ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri