ରାଜ୍ୟ ସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଓଡ଼ିଶାର ୩ ପ୍ରାର୍ଥୀ

ଭୁବନେଶ୍ୱର, ୨୪।୬: ଓଡ଼ିଶାରେ ହେବାକୁ ଥିବା ୩ଟି ରାଜ୍ୟସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ୩ ପ୍ରାର୍ଥୀ। ଅଚ୍ୟୁତ ସାମନ୍ତଙ୍କ ସ୍ଥାନରେ ଅମର ପଟ୍ଟନାୟକ, ପ୍ରତାପ ଦେବଙ୍କ ସ୍ଥାନରେ ସସ୍ମିତ୍‌ ପାତ୍ର ଏବଂ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ସ୍ଥାନରେ ଅଶ୍ୱିନୀ ବୈଷ୍ଣବ ସୋମବାର ରିଟର୍ଣ୍ଣି ଅଫିସରଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୧୫ରୁ ଅଧିକ ବିଜେଡି ଏବଂ ଭାଜପା ନେତା ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ନିର୍ବାଚନ ହେବାକୁ ଥିବା ୩ଟି ଆସନରେ ବିଜେଡି ନେତୃତ୍ୱ ନିଜ ଦଳର ପରାଜିତ ପ୍ରାର୍ଥୀଙ୍କୁ ପଠାଇବା ସପକ୍ଷରେ ନ ଥିଲେ। ଏହି କାରଣରୁ ବିଜେଡି ଆଇଟି ୱିଙ୍ଗ ମୁଖ୍ୟ ଅମର ପଟ୍ଟନାୟକ, ମୁଖପାତ୍ର ସସ୍ମିତ ପାତ୍ରଙ୍କ ରାଜ୍ୟସଭାକୁ ପଠାଇବା ପାଇଁ ନିଷ୍ପତ୍ତି ନେଇଥିଲା। ତା’ଛଡା ୧୯୯୪ ବ୍ୟାଚ ଓ କ୍ୟାଡର ଆଇଏଏସ ଅଶ୍ୱିନୀ ବୈଷ୍ଣବଙ୍କୁ ମଧ୍ୟ ଦଳ ପ୍ରାର୍ଥୀ କରିଥିଲା। ପ୍ରାର୍ଥୀ ହେବାର ଗୋଟିଏ ଦିନ ପରେ ଅଶ୍ୱିନୀ ଭାଜପାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri