ରାଜ୍ୟ ସରକାରଙ୍କୁ କଟାକ୍ଷ ପ୍ରସଙ୍ଗରେ ଅମରଙ୍କ ଜବାବ: ବିଜୟଙ୍କ କଥା ଅଦାଲତ ଅବମାନନା ଭଳି, ଏହାର କୌଣସି ଆଧାର ନାହିଁ

ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରୀ ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର କଟାକ୍ଷ କରିଥିଲେ। ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଏମ୍‌ପି ଅମର ପଟ୍ଟନାୟକ।

ସେ କହିଛନ୍ତି, ସୁଚିନ୍ତିତ ଯୋଜନାନୁଯାୟୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଉଚ୍ଛେଦ କରାଯାଉଛି। ସୁପ୍ରିମକୋର୍ଟଙ୍କ ପରାମର୍ଶ ଅନୁଯାୟୀ ସୌନ୍ଦର୍ଯ୍ୟକରଣ ହେଉଛି। ଏପରିସ୍ଥଳେ ବିଜୟଙ୍କ ମନ୍ତବ୍ୟ ଅଦାଲତ ଅବମାନନା ଭଳି ହେଉଛି। ସେ ଯାହା କହୁଛନ୍ତି ତାହାର କିଛି ଆଧାର ନାହିଁ ବୋଲି ଅମର କହିଛନ୍ତି।

ସେହିଭଳି ବିଜୟଙ୍କ ମନ୍ତବ୍ୟକୁ ନେଇ ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ପୁରୀ ସୌନ୍ଦର୍ଯ୍ୟକରଣକୁ ସମସ୍ତେ ସ୍ବାଗତ କରିବା ଆବଶ୍ୟକ। ଏହାକୁ ନେଇ ରାଜନୀତି କରିବା ଅନୁଚିତ। ଏଥିପାଇଁ ରାଜ୍ୟ ସରକାର ଉଦ୍ୟମ କରୁଛନ୍ତି। ଏପରିକି ପୁରୀବାସୀ ସହଯୋଗ କରୁଛନ୍ତି। ଏଣୁ ଯେଉଁମାନେ ରାଜନୀତି କରୁଛନ୍ତି, ସେଥିରୁ କ୍ଷାନ୍ତ ହୁଅନ୍ତୁ ବୋଲି ମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟ ସରକାର କିଛି ବାଟ ପାଉନାହାନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ରାଜ୍ୟ ସରକାରଙ୍କ ଏକ ଦିଗହରା ନିଷ୍ପତ୍ତି। ଗତ ୭ ଦିନ ମଧ୍ୟରେ ଶ୍ରୀକ୍ଷେତ୍ର କୁରୁକ୍ଷେତ୍ର ପାଲଟିଲାଣି। ଏଭଳି କରିବାର ସରକାରଙ୍କ ସାମ୍ବିଧାନିକ ଏବଂ ମୌଳିକ ଅଧିକାର ନାହିଁ। ଯଦି ସରକାର ବିପି ଦାସ କମିଶନଙ୍କ ସୁପାରିଶରେ ଏହା କରୁଥିବେ ତେବେ ତାହା ବେଆଇନ। କାରଣ ବିପି ଦାସ କମିଶନ ଆନ୍ତରିଣ ରିପୋର୍ଟ ଦେଇଛନ୍ତି। ଏହା ଚୂଡ଼ାନ୍ତ ନୁହେଁ। କାରଣ ଏହା ପୂର୍ବରୁ ତାଙ୍କ କାର୍ଯ୍ୟକାଳ ଶେଷ ହୋଇଗଲା। କମିଶନଙ୍କ ରିପୋର୍ଟ ମଧ୍ୟ ବିଧାନସଭାରେ ଉପସ୍ଥାପନ ହୋଇନାହିଁ। ଏହାସତ୍ତ୍ୱେ ଉଚ୍ଛେଦ କରାଯିବା ସମ୍ପୂର୍ଣ୍ଣ ବେଆଇନ ବୋଲି ବୋଲି ବିଜୟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri