ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ମନମୋହନ

ଗଞ୍ଜାମ,୨୧।୧୧(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଗଞ୍ଜାମ ବ୍ଲକ ମଙ୍ଗଳବାର ଘେରାଉ କରିଥିଲା ଭାଜପା। ଛତ୍ରପୁର ନିର୍ବାଚନ ମଣ୍ଡଳୀ ବରିଷ୍ଠ ଭାଜପା ନେତା ପ୍ରଶାନ୍ତ କୁମାର କରଙ୍କ ନେତୃତ୍ୱରେ ଦଳୀୟ ନେତୃବୃନ୍ଦ ଜୟଶ୍ରୀ ଛକରୁ ଏକ ବିରାଟ ଶୋଭାଯାତ୍ରାରେ ବଜାର ପରିକ୍ରମା କରି ବ୍ଲକ କାର୍ଯ୍ୟାଳୟ ସମୁଖରେ ପହଞ୍ଚି ଘେରାଉ କରିଥିଲେ l ବ୍ଲକ କାର୍ଯ୍ୟାଳୟ ଗେଟ ସମୁଖରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଖଣି, ପାଣି ଓ ପ୍ରଧାନମନ୍ତ୍ରୀ ଆବାସ ଦୁର୍ନୀତିର ହିସାବ ରାଜ୍ୟ ସରକାର ଦେବାକୁ ପଡିବ ବୋଲି ନିଜ ପ୍ରତିକ୍ରିୟାରେ ସେ କହିଛନ୍ତି। ୧୮ ଲକ୍ଷ ୮୩ ହଜାର କୋଟିର ହିସାବ ଅପରାଗ ସରକାର ଦେଇ ପାରୁନି ବୋଲି ମନମୋହନ କଟାକ୍ଷ କରିଥିଲେ। ଏଥିସହ ଚିଟଫଣ୍ଡ ଦୁର୍ନୀତିରେ ଲିପ୍ତ ବିଜେଡି ସରକାର ୪୦ ଲକ୍ଷ ପରିବାରଙ୍କୁ ଠକି ଚାଲିଥିବା କଥା ସେ ଦୋହରାଇ ଥିଲେ।
ରାଜ୍ୟରେ ବର୍ତ୍ତମାନ ତାମିଲ ସରକାର ଚାଲିଛି ବୋଲି କହି ୫ଟି ଅଧକ୍ଷଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ମନମୋହନ। ଅଙ୍ଗନବାଡିରେ ଛୋଟ ଶିଶୁ ମାନଙ୍କୁ ନିମ୍ନମାନର ଖାଦ୍ୟ ଦେଇ ସେମାନଙ୍କ ଟଙ୍କା ମଧ୍ୟ ସରକାରୀ ବାବୁମାନେ ଖାଇଯାଉଛନ୍ତି। ବିକାଶ ନାମରେ ବିନାଶ ଚାଲିଛି ଏବଂ ଶତକଡା ଦଶ ପରସେଣ୍ଟ ପିସି ନେତା ଠାରୁ ମନ୍ତ୍ରୀ ମାନେ ନେଉଥିବା ସେ ଅଭିଯୋଗ କରିଥିଲେ। ଭାଜପା ନେତା ଓ କର୍ମୀ ରାସନ କାର୍ଡ, ଭତ୍ତା ଏବଂ ପାଇଖାନା ଦୁର୍ନୀତି ରାଜ୍ୟ ସରକାରଙ୍କୁ କଡା ସମାଲୋଚନା କରିଥିଲେ।
ଭାଜପା ଅନ୍ୟ ମାନଙ୍କ ମଧ୍ୟରେ ଜିଲା ସଭାପତି ସୁବାଷ ଚନ୍ଦ୍ର ସାହୁ, ପୂର୍ବତନ ବ୍ଲକ ଅଧକ୍ଷ ପ୍ରଶାନ୍ତ ନାୟକ, ପୂର୍ବତନ ଜିଲାପରିଷଦ କୀର୍ତ୍ତନ ଦାସ, ଛତ୍ରପୁର ବ୍ଲକ ଅଧକ୍ଷା, ଗଞ୍ଜାମ ଏନଏସି ମଣ୍ଡଳ ସଭାପତି କାନ୍ତାରୀ ଦଳାଇ, କୃଷ୍ଣ ଚନ୍ଦ୍ର ନାୟକ, ରଞ୍ଜନ ବେହେରା, ହୁମା ସମିତି ମେମ୍ବର ଧ୍ରୁବ ଚରଣ ପଲାଇ,ନିରାକାର ଜେନାଙ୍କ ସମେତ ବହୁ ଦଳୀୟ ନେତା ଓ କର୍ମୀ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri