ରାଜ୍ୟ ସରକାରଙ୍କ ଐତିହାସିକ ପଦକ୍ଷେପ: ସରପଞ୍ଚଙ୍କୁ ଜିଲାପାଳଙ୍କ କ୍ଷମତା

ଭୁବନେଶ୍ୱର,୧୯ା୪(ବ୍ୟୁରୋ) : ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧ରେ ପହଞ୍ଚିଛି। ବିଶ୍ୱ ତଥା ଜାତୀୟସ୍ତରରେ କରୋନା ସଂକ୍ରମିତଙ୍କ ଦେଖିଲେ ରାଜ୍ୟରେ ଏହା ନିିୟନ୍ତ୍ରଣରେ ଅଛି। ହେଲେ କରୋନା ସହ ଲଢ଼େଇ ଲମ୍ବା ଲଢ଼େଇ। ଏଥିପାଇଁ ଆମକୁ ଆହୁରି ସାବଧାନ ହେବାକୁ ପଡ଼ିବ। ଓଡ଼ିଶାରେ କରୋନା ନିୟନ୍ତ୍ରଣ କରିବାକୁ ବାଧ୍ୟତାମୂଳକ ଭାବେ ରେଜିଷ୍ଟ୍ରେଶନର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ବିଦେଶାଗତଙ୍କୁ ରେଜିଷ୍ଟ୍ରେଶନ ବାଧ୍ୟତାମୂଳକ ଭାବେ କ୍ୱାରାଣ୍ଟାଇନ୍‌ରେ ରଖିବା ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ନିୟନ୍ତ୍ରଣରେ ରଖିବାରେ ସହାୟକ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜରିଆରେ ରାଜ୍ୟବାସୀଙ୍କୁ କହିଛନ୍ତି।

ଆଗାମୀ ଦିନରେ ପଞ୍ଚାୟତ ଏବଂ ପୌରାଞ୍ଚଳକୁ ସାଥୀରେ ନେଇ କାମ କରିବାକୁ ପଡ଼ିବ। ପ୍ରତି ପଞ୍ଚାୟତରେ ରେଜିଷ୍ଟ୍ରେଶନ ସୁବିଧା କରାଯିବ। ଅନ୍ୟ ରାଜ୍ୟରୁ ଗାଁକୁ ଫେରୁଥିବା ଲୋକେ ବାଧ୍ୟତାମୂଳକ ରେଜିଷ୍ଟ୍ରେଶନ କରିବେ। ସେମାନଙ୍କ ପରିବାର ଓ ବନ୍ଧୁମାନେ ହିଁ ପଞ୍ଚାୟତରେ ରେଜିଷ୍ଟ୍ରେଶନ କରିବେ। ପରେ ସେମାନଙ୍କୁ ୧୪ ଦିନ ପାଇଁ କ୍ୱାରାଣ୍ଟାଇନ୍‌ରେ ରଖାଯିବ। ସେମାନଙ୍କ ରହିବା, ଖାଇବା, ଚିକିତ୍ସା ଆଦିର ବ୍ୟବସ୍ଥା ମାଗଣାରେ ଯୋଗାଇ ଦିଆଯିବ। କ୍ୱାରାଣ୍ଟାଇନ୍‌ ଅବଧି ସରିବା ପରେ ସେମାନଙ୍କୁ ୨୦୦୦ ଟଙ୍କା ଲେଖାଏ ସହାୟତା ରାଶି ମିଳିବ। ଅନ୍ୟ ରାଜ୍ୟରୁ ଫେରୁଥିବା ଲୋକଙ୍କ ରେଜିଷ୍ଟ୍ରେଶନ ଏବଂ କ୍ୱାରାଣ୍ଟାଇନ୍‌ ସେମାନଙ୍କର ତଥା ସେମାନଙ୍କ ପରିବାର, ସମାଜ ଏବଂ ରାଜ୍ୟ ପାଇଁ ମଙ୍ଗଳକର। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି। କୋଭିଡ୍‌-୧୯ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାରଙ୍କ ସରପଞ୍ଚଙ୍କୁ ଜିଲାପାଳଙ୍କ କ୍ଷମତା ପ୍ରଦାନ କରିଛନ୍ତି। ଏଥିପାଇଁ ଆବଶ୍ୟକ ଆଇନଗତ ପଦକ୍ଷେପ ମଧ୍ୟ ନିଆଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଜିର ପରିସ୍ଥିତି ଅସାଧାରଣ। ଏଣୁ ଅସାଧାରଣ ସମାଧାନ ମଧ୍ୟ ଆବଶ୍ୟକ କରେ। ପଞ୍ଚାୟତ ଏବଂ ପୌରାଞ୍ଚଳର ସଶକ୍ତିକରଣ ଦ୍ୱାରା ପରିସ୍ଥିତିକୁ ସଠିକ୍‌ ଭାବେ ମୁକାବିଲା କରାଯାଇପାରିବ। ରାଜ୍ୟ ବାହାରୁ ଫେରୁଥିବା ଲୋକମାନଙ୍କୁ ଉଚିତ୍‌ ସେବା ଯୋଗାଇ ଦେବା ଫଳରେ କୋଭିଡ୍‌-୧୯ ବିରୋଧରେ ଲଢ଼େଇକୁ ଆହୁରି ମଜଭୁତ କରିପାରିବା। ମୋ’ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ସମ୍ମାନଜନକ ଭାବରେ ପ୍ରତି ଜୀବନର ସୁରକ୍ଷା ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ପଞ୍ଚାୟତିରାଜ ଅନୁଷ୍ଠାନ ତୃଣମୂଳସ୍ତରରେ ଲୋକମାନଙ୍କର ନିଜ ଅନୁଷ୍ଠାନ। ତେଣୁ କୋଭିଡ୍‌-୧୯ ଲଢ଼େଇରେ ହିଁ ପଞ୍ଚାୟତ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri