ରାଜ୍ୟ ସରକାରଙ୍କ ଘୋଷଣାକୁ ଗଜପତି ମହାରାଜାଙ୍କ ସ୍ବାଗତ: ଐତିହ୍ୟ, ପରମ୍ପରାକୁ ଦୃଷ୍ଟିରେ ରଖାଯାଉ

ପୁରୀ ଅଫିସ, ୨୫।୮: ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ଉନ୍ନତି ପାଇଁ ରାଜ୍ୟ ସରକାର ବିଭିନ୍ନ ଘୋଷଣା କରିଛନ୍ତି। ଏହି ଘୋଷଣାକୁ ସ୍ବାଗତ କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ତେବେ ଐତିହ୍ୟ ଓ ପରମ୍ପରାକୁ ପ୍ରଥମେ ଦୃଷ୍ଟିରେ ରଖାଯାଉ ବୋଲି ସେ ମତ ଦେଇଛନ୍ତି। ଶନିବାର ଶ୍ରୀନଅର ପକ୍ଷରୁ ଜାରି ପ୍ରେସ୍‌ ବାର୍ତ୍ତା ମାଧ୍ୟମରେ ଗଜପତି ମହାରାଜା କହିଛନ୍ତି, ଶ୍ରୀମନ୍ଦିର ଓ ଶ୍ରୀକ୍ଷେତ୍ର ହେଉଛି ହିନ୍ଦୁ ସମାଜର ଶ୍ରେଷ୍ଠ ଆରାଧ୍ୟ ପୀଠ। ଏହାର ଯୋଜନାବଦ୍ଧ ଓ ସମନ୍ବିତ ଉନ୍ନତୀକରଣ ନିମନ୍ତେ ରାଜ୍ୟ ସରକାର ବର୍ତ୍ତମାନ ଯେଉଁ ଘୋଷଣା କରିଛନ୍ତି ଏହାକୁ ମୁଁ ସ୍ବାଗତ କରୁଛି। ଶ୍ରୀକ୍ଷେତ୍ରର ସମସ୍ତ ଉନ୍ନୟନ କାର୍ଯ୍ୟକ୍ରମ ଏହି କ୍ଷେତ୍ରର ମହାନ ଆଧ୍ୟାତ୍ମିକ, ଧାର୍ମିକ ତଥା ସାଂସ୍କୃତିକ ଐତିହ୍ୟ ଓ ପରମ୍ପରାକୁ ଦୃଷ୍ଟିରେ ରଖି କରାଯିବା ଆବଶ୍ୟକ । ଏହି ମହତ୍‌ କାର୍ଯ୍ୟକ୍ରମରେ ସମସ୍ତ ଜଗନ୍ନାଥପ୍ରେମୀ ଭକ୍ତଜନଙ୍କୁ ଆନ୍ତରିକତାର ସହିତ ସହଯୋଗ କରିବା ନିମନ୍ତେ ନିବେଦନ କରୁଛି। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅପାର କୃପାରୁ ଏହି ଉନ୍ନୟନମୂଳକ କାର୍ଯ୍ୟକ୍ରମ ସଫଳ ରୂପାୟନ ଲାଭ କରୁ ବୋଲି ଗଜପତି ମହାରାଜା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ…

ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri