ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ବେଖାତିର: କରୋନା ବିପର୍ଯ୍ୟୟ ସମୟରେ କେନ୍ଦୁପତ୍ର ଶ୍ରମିକଙ୍କୁ ଛଟେଇ

ବରଗଡ଼ ଅଫିସ,୧୮।୫: ଘାତକ କରୋନା (କୋଭିଡ-୧୯) ସଂକ୍ରମଣ ଯୋଗୁ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ କଟକଣା ଲାଗୁ ହୋଇଛି। ଫଳରେ ଗରିବ ଶ୍ରମିକଙ୍କଠାରୁ ଆରମ୍ଭ କରି ବିଭିନ୍ନ ବର୍ଗର ଲୋକଙ୍କ ରୋଜଗାର ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି । ଏଭଳି ସ୍ଥିତିରେ ପରିବାର ଗୁଜୁରାଣ ମେଣ୍ଟାଇବା ସାଧାରଣ ଜନତାଙ୍କ ପକ୍ଷେ କଷ୍ଟକର ହୋଇପଡ଼ିଥିବା ବେଳେ ବରଗଡ଼ ଜିଲା ପଦ୍ମପୁର କେନ୍ଦୁପତ୍ର ଡିଭିଜନ ଅଧୀନରେ କାର୍ଯ୍ୟରତ ୧୪୫ ଶ୍ରମିକଙ୍କୁ ଛଟେଇ କରାଯାଇଛି।
ଗତ କିଛିଦିନ ତଳେ କେନ୍ଦୁପତ୍ର ଡିଭିଜନରେ କାର୍ଯ୍ୟରତ ସିଜିନାଲ କର୍ମଚାରୀଙ୍କୁ ଛଟେଇ କରାଯିବ ନାହିଁ ବୋଲି ରାଜ୍ୟ ସରକାର ଘୋଷଣା କରିଥିବା ବେଳେ ପଦ୍ମପୁର ଡିଭିଜନରେ ତାହାର ବ୍ୟତିକ୍ରମ ପରିଲକ୍ଷିତ ହୋଇଛି। ଏଭଳି ଅଭିଯୋଗ ଆଣି ସୋମବାର ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ, ପଦ୍ମପୁର ଡିଭିଜନ କମିଟି ବରଗଡ଼ ଜିଲାପାଳଙ୍କୁ ଫେରାଦ ହୋଇଛି। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଏକ ସ୍ମାରକପତ୍ର ପ୍ରଦାନକରି ଏ ଦିଗରେ ବିହିତ ପଦକ୍ଷେପ ନେବାକୁ ଦାବି କରିଛି। ନ ହେଲେ ସେମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ସ୍ମାରକପତ୍ରରେ ଚେତାବନୀ ଦିଆଯାଇଛି। ପୂର୍ବତନ ପଦ୍ମପୁର ବିଧାୟକ ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ କେନ୍ଦୁପତ୍ର କର୍ମଚାରୀ ସଂଘର ଏକ ପ୍ରତିନିଧି ଦଳ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ସ୍ମରକପତ୍ର ପ୍ରଦାନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri