ରାଜ୍ୟ ସରକାରଙ୍କ ପଦକ୍ଷେପକୁ ପ୍ରଶଂସା, ସଚିବାଳୟ କର୍ମଚାରୀଙ୍କ ସୁରକ୍ଷା ପାଇଁ ବ୍ୟବସ୍ଥା କରିବାକୁ ମହାସଂଘର ଅନୁରୋଧ

ଭୁବନେଶ୍ୱର, ୧୮।୩(ବ୍ୟୁରୋ): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅନେକ ସଚେତନାମୂଳକ ପଦକ୍ଷେପ ନେଉଛନ୍ତି। ଲୋକଙ୍କୁ ସଚେତନତା ସାଙ୍ଗକୁ ପ୍ରତିରୋଧ କରିବା ପାଇଁ ନେଇଥିବା ପଦକ୍ଷେପକୁ ସଚିବାଳୟ କର୍ମଚାରୀ ମହାସଂଘ ପକ୍ଷରୁ ପ୍ରଶଂସା କରାଯାଇଛି। ଏଥି ସହ ସଚିବାଳୟ କର୍ମଚାରୀ ଏବଂ ଅଫିସରଙ୍କ ପାଇଁ ଆଉ କେତେକ ସାବଧାନତା ମୂଳକ ପଦକ୍ଷେପ ନେବାକୁ ମହାସଂଘ ସରକାରଙ୍କୁ ଅନୁରୋଧ କରିଛି। ସଚିବାଳୟର ସମସ୍ତ ବର୍ଗର କର୍ମଚାରୀଙ୍କ ବ୍ୟବହାର ପାଇଁ ଶୁଦ୍ଧ ପିଇବା ପାଣି, ସାନିଟାଇଜର, ଟିସୁ ପେପର ଓ ମାସ୍କ ମାଗଣାରେ ଯୋଗାଇଦେବାକୁ ମହାସଂଘ ଅନୁରୋଧ କରିଛି। ଏହାଛଡ଼ା ସଚିବାଳୟ ପରିସରରେ ଥିବା ଚା’ ଦୋକାନ, ଜଳଖିଆ ଦୋକାନ ଓ ହୋଟେଲ ସବୁ ଯେପରି ଗରମ, ତଟକା, ପ୍ୟାକେଟ ଖାଦ୍ୟ ପରସନ୍ତି ସେଥିପାଇଁ ଆବଶ୍ୟକ ନିର୍ଦ୍ଦେଶନାମା ଜାରି କରିବାକୁ କୁହାଯାଇଛି। କାଚ ଗ୍ଲାସ୍‌ ବା ଅନ୍ୟାନ୍ୟ ଧାତୁ ନିର୍ମିତ ଗ୍ଲାସ ବ୍ୟବହାର ଉପରେ କଟକଣା କରିବା ସହିତ କାଗଜ ନିର୍ମିତ ଗ୍ଲାସ ଓ ପ୍ଲେଟ୍‌ ବ୍ୟବହାର ପାଇଁ ନିର୍ଦ୍ଦେଶ ଦେବାକୁ ଦାବି ହୋଇଛି। କର୍ମଚାରୀମାନେ ବସୁଥିବା ସ୍ଥାନ ଓ ପରିଶ୍ରାଗାରକୁ ଭଲ ଭାବରେ ଓ ବାରମ୍ବାର ବିଶୋଧନ କରିବା ଏବଂ ସଚିବାଳୟ ପରିସରକୁ ସଫାସୁତରା ରଖିବା ସାଙ୍ଗକୁ ନିୟମିତ ବ୍ୟବଧାନରେ ବିଶୋଧନ କରିବାକୁ ମହାସଂଘ ପ୍ରସ୍ତାବ ୍‌ଦେଇଛି। ଏଥିସହିତ ସଚିବାଳୟକୁ ଆସୁଥିବା ଅଣକର୍ମଚାରୀଙ୍କ ସଂଖ୍ୟାକୁ ଯଥା ସମ୍ଭବ କମ୍‌ କରିବା ସାଙ୍ଗକୁ ସେମାନଙ୍କ ଯାତାୟତ ଉପରେ ନିୟନ୍ତ୍ରଣ ରଖିବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri