ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଆଜି ସନ୍ଧ୍ୟା ୮ଟାରୁ ୪୮ ଘଣ୍ଟା ଯାଏ ଭୁବନେଶ୍ୱର, ଭଦ୍ରକ ସମ୍ପୂର୍ଣ୍ଣ ସଟ୍‌ ଡାଉନ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି। ରାଜଧାନୀରେ ୫ମ କରୋନା ରୋଗୀ ସଂକ୍ରମିତ ହେବାର କାରଣ ଜଣାପଡ଼ୁନଥିବାରୁ ଆଗାମୀ ୪୮ଘଣ୍ଟା ପାଇଁ ଭୁବନେଶ୍ୱରକୁ ସଟ୍‌ ଡାଉନ୍‌ କରାଯିବ। ସେହିଭଳି ଭଦ୍ରକରେ ମଧ୍ୟ ଜଣେ କରୋନା ରୋଗୀ ଚିହ୍ନଟ ହୋଇଥିବା ହେତୁ ଏଠାରେ ମଧ୍ୟ ସଟ୍‌ ଡାଉନ୍‌ କରିବା ନେଇ ଖବରଦାତା ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ସୂଚନା ଦେଇଛନ୍ତି।

ସେ କହିଛନ୍ତି, କରୋନା ମୁକାବିଲା ଦିଗରେ ଓଡ଼ିଶାର ଜନସାଧାରଣ ପୂର୍ଣ୍ଣ ସହଯୋଗ କରୁଛନ୍ତି। ବର୍ତ୍ତମାନ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହା ଏବେ ଚିନ୍ତାର ବିଷୟ ପାଲଟିଲାଣି। ଏଥିଲାଗି ରାଜ୍ୟକୁ ପ୍ରସ୍ତୁତ ହେବାକୁ ପଡ଼ିବ। ଓଡ଼ିଶାର ପଜିଟିଭ୍‌ ଭିତରୁ ୮୦% ଭୁବନେଶ୍ୱରରେ ଥିବା ବେଳେ ୨୦% ଭଦ୍ରକରେ ମିଳିଛି। ଓଡ଼ିଶାର ବାହାରକୁ ଯାଇଥିଲେ। ହେଲେ ସୂର୍ଯ୍ୟନଗର ମାମଲା ଚିନ୍ତା ବଢ଼ାଇଛି। ରୋଗୀ ବାହାରକୁ ଯାଇନଥିବା ଯୋଗୁ ତାଙ୍କର ଟ୍ରାଭେଲ ହିଷ୍ଟ୍ରି ନାହିଁ। ଫଳରେ କେଉଁଠାରୁ ତାଙ୍କୁ ସଂକ୍ରମଣ ହେଲା ତାହାକୁ ତର୍ଜମା କରାଯାଉଛି। ସଂକ୍ରମଣ ଅଧିକ ହେବା ଆଶଙ୍କା ଥିବାରୁ ସୂର୍ଯ୍ୟନଗରର ପ୍ରତ୍ୟେକ ପ୍ରବେଶ ପଥକୁ ବନ୍ଦ କରିଦିଆଯାଇଛି। ତେବେ ଚଳିତ ସପ୍ତାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୨୧ ଦିନ ଲକ୍‌ଡାଉନ୍‌ରେ ଅତ୍ୟାବଶକୀୟ ସେବା ପାଇଁ ସ୍ବତନ୍ତ୍ର ଛାଡ଼ ରହିଛି। ହେଲେ ଆଗାମୀ ୪୮ ଘଣ୍ଟା ସନ୍ଧ୍ୟା ୮ଟାରୁ ରବିବାର ୮ ପର୍ଯ୍ୟନ୍ତ ଭୁବନେଶ୍ୱର ସମ୍ପୂର୍ଣ୍ଣ ସଟ୍‌ ଡାଉନ୍‌ କରାଯାଉଛି। ଏହାଛଡ଼ା ଭଦ୍ରକ ସହରକୁ ମଧ୍ୟ ସଟ୍‌ ଡାଉନ୍‌ କରାଯିବ। ଆମେ ଜନସାଧାରଣଙ୍କଠାରୁ ବହୁତ ସମର୍ଥନ ପାଇଛୁ। ହେଲେ ଯେଉଁମାନେ ସଟ୍‌ଡାଉନ୍‌ ପାଳନ କରିବେ ନାହିଁ ସେମାନଙ୍କୁ ପୋଲିସ ଏବଂ ଅନ୍ୟାନ୍ୟ ଏନ୍‌ଫୋର୍ସମେଣ୍ଟ ଏଜେନ୍ସି ସରକାରୀ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୧୪ ଦିନ ପାଇଁ ରଖାଯିବ। ଏହାଛଡ଼ା ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ସ୍ବରୂପ ମାମଲା ରୁଜୁ ସହ ଜରିମାନା ଆଦାୟ କରାଯିବ। ତେବେ ସରକାରଙ୍କ ଏହି ଘୋଷଣାକୁ ପୂର୍ଣ୍ଣ ସହଯୋଗ କରନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri