ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ସୁରେଶ ପଣ୍ଡା, ସହକାରୀ ଏଡିଇଓ ବିମଳ ମଲିକ, ପଞ୍ଚାୟତ କାର୍ଯ୍ୟର୍ନିବାହୀ ଅଧିକାରୀ ଘନଶ୍ୟାମ ବେହେରା ଗ୍ରାମ୍ୟ ଜଲଯୋଗାଣ ବିଭାଗର ଯନ୍ତ୍ରୀ (୨ )ଓମ ଶଙ୍କର ପରିଡା, ରାଜସ୍ବ ନିରୀକ୍ଷକ ଯଶ୍ମୀନା ପ୍ରଧାନ,ସରପଞ୍ଚ ତାତୁରା ପ୍ରଧାନ ପ୍ରମୁଖ ମଞ୍ଚାସୀନ ରହି ଅଭିଯୋଗ ଶୁଣିଥିଲେ। ପ୍ରଥମଥର ପାଇଁ ଏହି ଅଭିଯୋଗ ଶୁଣାଣି ପଞ୍ଚାୟତସ୍ତରରେ ହେଉଥିବାରୁ ଏଥିରେ ୧୨ଟି ସାମୂହିକ ଅଭିଯୋଗ ଆସିଥିଲା। ସେଥିରେ ଭତ୍ତା, ପିଇବା ପାଣି, ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ସମ୍ପ୍ରସାରଣବେଳେ ପାଇପ ନଷ୍ଟ କାରଣରୁ ଦୀର୍ଗ ଦିନ ଧରି ଜଳ ଯୋଗାଣ ବନ୍ଦ ରହିଛି ତାକୁ ଯୋଗାଇବା ବ୍ୟବସ୍ଥା, ବିଦ୍ୟୁତ ବିଭ୍ରାଟ, ମୋବାଇଲ ସେବା ଆଦି ମୌଳିକ ସୁବିଧାରୁ ଲୋକ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଥିଲା।

ସୂଚନାଯୋଗ୍ୟ ଯେ, ପୂର୍ବରୁ ଏହି ଅଭିଯୋଗ ଜିଲା ଓ ବ୍ଲକ ସ୍ତରରେ କରାଯାଉଥିଲା ଏବେ ରାଜ୍ୟ ସରକାର ଏହି ଅଭିଯୋଗ ଶୁଣିବା ପାଇଁ ବ୍ଲକସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ମାନେ ଲୋକଙ୍କ ଅଭିଯୋଗ ଶୁଣିବାକୁ ନିର୍ଦ୍ଦେଶ ରହିଛି। ଏହି କ୍ରମରେ ଚଳିତ ମାସର ପ୍ରଥମ ସୋମବାର ଏହା ଆରମ୍ଭ ହୋଇଥିବାବେଳେ ଛୁଟି ବ୍ୟତୀତ ସମସ୍ତ ସୋମବାର ଗୋଟିଏ ଲେଖାଏ ପଞ୍ଚାୟତ କାର୍ଯ୍ୟଳୟରେ ଏହି ଅଭିଯୋଗ ଶୁଣାଣି କରାଯିବ ବୋଲି ବିଡ଼ିଓ ପ୍ରୀତିରଞ୍ଜନ ରଥ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’

କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ବଡ଼ ଆକ୍ସନ ନେଲେ ମମତା ବାନାର୍ଜୀ: ନିର୍ବାଚନ ହାରିବା ପରେ…

କୋଲକାତା,୧।୬: ନିର୍ବାଚନ ହାରିବା ପରେ ବଡ଼ ଆକ୍ସନ ନେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବିଧାୟକ ରୀତାବ୍ରତ ବାନାର୍ଜୀ ଏବଂ ସନ୍ଦିପନ ସାହାଙ୍କୁ ତୃଣମୂଳ କଂଗ୍ରେସରୁ ବହିଷ୍କାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ତମାଖୁ ସେବନଠାରୁ ଦୂରେଇ ରହିବାକୁ ଆହ୍ବାନ: ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ଭଞ୍ଜନଗର,୧।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାଖାରେ ରବିବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏଥିରେ ଶାଖାର ସଂଯୋଜିକା ସନ୍ତୋସିନୀ…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri