ରାଜ୍ୟ ସରକାରୀ କର୍ମଚାରୀଙ୍କ ୫% ମହଙ୍ଗା ଭତ୍ତା ବୃଦ୍ଧି

ଭୁବନେଶ୍ୱର,୧୫।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ୫% ମହଙ୍ଗା ଭତ୍ତା(ଡିଏ) ମିଳିବା ନେଇ ଘୋଷଣା କରାଯାଇଛି। ଏହା ଚଳିତବର୍ଷ ଜାନୁୟାରୀ ପହିଲାରୁ ପିଛିଲାଭାବେ ଲାଗୁ ହେବ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଶୁକ୍ରବାର ଏହି ସୂଚନା ଦିଆଯାଇଛି। ଏଥି ସହିତ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି। ଏହି ଘୋଷଣାର ଗୋଟିଏ ଦିନ ପୂର୍ବରୁ ରାଜ୍ୟ ସରକାରଙ୍କ କର୍ମଚାରୀଙ୍କ ପୂର୍ବ ବକେୟା ଦରମାରୁ ୧୦ ପ୍ରତିଶତ ଦେବାକୁ ଘୋଷଣା କରିସାରିଛନ୍ତି। ଅର୍ଥାତ୍‌ ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ କର୍ମଚାରୀ ୧୦ ପ୍ରତିଶତ ବକେୟା ରାଶି ସହ ୫ ପ୍ରତିଶତ ମହଙ୍ଗା ଭତ୍ତା ପାଇବେ।
ଏହାକୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଲରେ ସ୍ବାଗତ କରାଯାଇଛି। ହେଲେ ଅଧିକାଂଶ କର୍ମଚାରୀ ବଳକା ୫୦ ପ୍ରତିଶତ ବକେୟା ଦରମା ଏବଂ ଗତବର୍ଷ ଜୁଲାଇରୁ ମହଙ୍ଗା ଭତ୍ତା ମିଳୁ ବୋଲି ମତ ରଖିଛନ୍ତି। ରାଜ୍ୟ ସରକାରୀ କର୍ମଚାରୀ ବର୍ତ୍ତମାନ ୧୨ ପ୍ରତିଶତ ମହଙ୍ଗା ଭତ୍ତା ପାଉଛନ୍ତି। ଏବେ ଘୋଷିତ ୫ ପ୍ରତିଶତ ମିଶାଇଲେ ଏହା ୧୭ ପ୍ରତିଶତକୁ ବୃଦ୍ଧି ପାଇଛି। ହେଲେ ଗତବର୍ଷ ଜୁଲାଇ ପହିଲାରୁ ଏହି ମହଙ୍ଗା ଭତ୍ତା ପାଇବା କଥା। ତେଣୁ ଏହି ୬ ମାସର ଡିଏ କେବେ ମିଳିବ ବୋଲି କର୍ମଚାରୀ ଏବଂ ପେନସନ୍‌ଭୋଗୀ ମହଲରେ ଆଲୋଚନା ହେଉଛି। ଅପରପକ୍ଷରେ କେନ୍ଦ୍ର ସରକାରଙ୍କ କର୍ମଚାରୀ ଗତ ଜୁଲାଇରୁ ଏହି ୫ ପ୍ରତିଶତ ବର୍ଦ୍ଧିତ ମହଙ୍ଗା ଭତ୍ତା ପାଇ ଆସୁଛନ୍ତି। ରାଜ୍ୟରେ ଏହି ସମସ୍ୟାର ସମାଧାନ ପାଇଁ କେତେକ କର୍ମଚାରୀ ଗଠନଧର୍ମୀ ପ୍ରସ୍ତାବ ମଧ୍ୟ ରଖିଛନ୍ତି। ଅବଶିଷ୍ଟ ୫୦ ପ୍ରତିଶତ ବକେୟା ଦରମା ଏବଂ ବକେୟା ୬ ବର୍ଷର ମହଙ୍ଗା ଭତ୍ତାର ଅର୍ଥରାଶି କର୍ମଚାରୀମାନଙ୍କ ଜିପିଏଫ୍‌ ଆକାଉଣ୍ଟକୁ ଟ୍ରାନ୍ସଫର କରିବାକୁ ପ୍ରସ୍ତାବ ରଖିଛନ୍ତି। ଏହାଦ୍ୱାରା କର୍ମଚାରୀମାନେ ନଗଦ ଅର୍ଥ ନ ପାଇଲେ ମଧ୍ୟ , ଏହି ଜମା ଅର୍ଥ ରାଶି ଉପରେ ସୁଧ ପାଇ ପାରିବେ ବୋଲି କେତେକ ମତ ରଖିଛନ୍ତି। ସରକାର ଯଦି ଏସବୁ ବିଚାର କରି ଉଚିତ ପଦକ୍ଷେପ ନିଅନ୍ତି, ତେବେ ରାଜ୍ୟର ପ୍ରାୟ ୪.୫ ଲକ୍ଷ ସରକାରୀ କର୍ମଚାରୀ ଏବଂ ୩.୫ ଲକ୍ଷ ପେନ୍‌ସନ ଭୋଗୀ ଉପକୃତ ହୋଇପାରିବେ। ଏଥିପାଇଁ ବାର୍ଷିକ ୬୦୦ କୋଟି ଟଙ୍କାର ଅନୁଦାନ ଆବଶ୍ୟକ ହେବ ବୋଲି ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri