ରାଜ୍ୟ ସରକାର ସିଏଏକୁ ସମର୍ଥନ କରୁଛନ୍ତି, ଏନ୍‌ଆର୍‌ସିକୁ ନୁହେଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧୀ ଆନ୍ଦୋଳନ ତୀବ୍ର ରୂପ ଧାରଣ କରିଥିବା ବେଳେ ପ୍ରଥମ ଥର ପାଇଁ ଏନେଇ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ନିବାସରେ ଖବରଦାତାଙ୍କୁ ସୂଚନା ଦେଇ ସେ କହିଛନ୍ତି, ରାଜ୍ୟ ସରକାର ସିଏଏକୁ ସମର୍ଥନ କରୁଛନ୍ତି, ହେଲେ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି)କୁ ନୁହେଁ। ସିଏଏ କେବଳ ବିଦେଶୀ ନାଗରିକଙ୍କ ପାଇଁ ପ୍ରଯୁଜ୍ୟ। ଏହାର ପ୍ରଭାବ ଭାରତୀୟ ଜନସାଧାରଣଙ୍କ ଉପରେ ପଡ଼ିବ ନାହିଁ। ଦଳ ପକ୍ଷରୁ ଉଭୟ ରାଜ୍ୟ ସଭା ଓ ଲୋକ ସଭାରେ ଏନ୍‌ଆର୍‌ସି ନେଇ ସ୍ପଷ୍ଟ କରାଯାଇଛି। ଏନ୍‌ଆର୍‌ସିକୁ ଦଳ ସମର୍ଥନ କରୁନାହିଁ। ଏଣୁ ଗୁଜବ ଉପରେ ବିଶ୍ୱାସ ନ କରି ଶାନ୍ତି ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଅପିଲ କରିଛନ୍ତି।

https://www.facebook.com/DharitriNews/videos/538254890089003/

ପ୍ରକାଶଯୋଗ୍ୟ, ବିଭିନ୍ନ ରାଜ୍ୟରେ ସିଏଏକୁ ବିରୋଧ ଜାରି ରହିଥିବା ବେଳେ ଓଡ଼ିଶା ସରକାର ଏହାକୁ ସମର୍ଥନ ଜଣାଇଛନ୍ତି। ଏହାକୁ ନେଇ ରାଜ୍ୟର ବିଭିନ୍ନ ସଂଖ୍ୟାଲଘୁ ସଂଗଠନ ବିରୋଧ ଆରମ୍ଭ କରିଛନ୍ତି। ମଙ୍ଗଳବାର ସମ୍ପ୍ରଦାୟର ଶହ ଶହ ଲୋକ ରାଜଧାନୀ ସତ୍ୟନଗର ମସ୍‌ଜିଦ୍‌ କଲୋନୀରୁ ଶୋଭାଯାତ୍ରାରେ ବାହାରି ଲୋୟର ପିଏମ୍‌ଜିରେ ପହଞ୍ଚିଥିଲେ। ସେଠାରେ ସେମାନେ ଧାରଣା ଦେବା ସହ ଓଡ଼ିଶାରେ ସିଏଏ ଓ ଏନ୍‌ଆର୍‌ସି ଆଇନ ଲାଗୁ ନ କରିବାକୁ ଦାବି କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ଅବସରରେ ଏକ ପ୍ରତିନିଧି ଦଳ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?