ରାଜ୍ୟ ସାରା କୋହଲା ପାଗ

ଭୁବନେଶ୍ୱର,୪ା୧(ବ୍ୟୁରୋ): ଝିପି ଝିପି ବର୍ଷା, କୋହଲା ପାଗ ଯୋଗୁ ରାଜ୍ୟରେ ସୃଷ୍ଟି ହୋଇଛି ଏକ ଶୀତୁଆ ପରିବେଶ। ଆଗକୁ ବର୍ଷା ଅଧିକ ନ ଥିଲେ ମଧ୍ୟ ପ୍ରବଳ ଥଣ୍ଡା ଦେହ ମୁଣ୍ଡକୁ ଥରାଇ ଦେବ। ଶୁକ୍ରବାର ସକାଳୁ ମେଘ ଢାଙ୍କି ଦେବା ସାଙ୍ଗକୁ ଝିପି ଝିପି ବର୍ଷା ଆରମ୍ଭ ହୋଇଯାଇଥିଲା। ଦିନ ବଢ଼ିବା ସାଙ୍ଗକୁ ବର୍ଷା ପରିମାଣ ମଧ୍ୟ ବଢ଼ିଯାଇଥିଲା। ବର୍ଷା ଓ କୋହଲା ପାଗ ଯୋଗୁ ଜନଜୀବନ ଅସ୍ତବ୍ୟସ୍ଥ ହୋଇପଡିଛି। ଦିନତମାମ ବର୍ଷା ଲାଗିରହିଥିଲା। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗିରହିଥିଲା। ଆଉ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇଥିଲା।
ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସୋନପୁରରେ ୩୧.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବାବେଳେ ତାଳଚେରରେ ୧୫, ସମ୍ବଲପୁରରେ ୧୪, କେନ୍ଦୁଝରରେ ୧୪, ସୁନ୍ଦରଗଡ଼ରେ ୪, ଅନୁଗୋଳରେ ୧୧, ପୁରୀରେ ୨, ଚାନ୍ଦବାଲିରେ ୭, କଟକରେ ୪, ଭୁବନେଶ୍ୱର ୮, ବଲାଙ୍ଗୀର ୧୫.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ବର୍ଷା ଯୋଗୁ ରାଜ୍ୟର କେତେକ ସ୍ଥାନରେ ଧାନ ଫସଲ ପ୍ରଭାବିତ ହୋଇଛି। ପାଚିଲା ଧାନ ବିଲରେ ପଡ଼ିରହିଛି। ବର୍ଷା ଯୋଗୁ ସେଗୁଡିକ ନଷ୍ଟ ହେବାର ଆଶଙ୍କା ରହିଛି। ବର୍ଷା ଛାଡ଼ି ଯିବା ପରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପ୍ରବଳ ଥଣ୍ଡା ହେବାର ସମ୍ଭାବନା ରହିଛି। ବର୍ଷା ଓ ଥଣ୍ଡାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ୍ତ କୁମାର ଜେନା ଆବଶ୍ୟକ ପ୍ରତିକାର ମୂଳକ ପଦକ୍ଷେପ ନେବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଲରେ କଟା ହୋଇପଡିଥିବା ଧାନକୁ ତୁରନ୍ତ ଖଳାକୁ ଆଣିବା ଓ ସୁରକ୍ଷିତ ସ୍ଥାନରେ ଏହାକୁ ଘୋଡାଇ ରଖିବାକୁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି। ରାଜ୍ୟରେ ଖରିଫ ଧାନ ସଂଗ୍ରହ ଚାଲିଛି। ଚାଷୀମାନେ ବିକିବା ପାଇଁ ମଣ୍ଡିକୁ ଧାନ ଆଣୁଛନ୍ତି। ମଣ୍ଡିଗୁଡ଼ିକରେ ଧାନର ସୁରକ୍ଷା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଏସ୍‌ଆର୍‌ସି ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରବଳ ଥଣ୍ଡା ସମ୍ଭାବନା ଥିବାରୁ ଅସହାୟ ବାସହୀନ ଲୋକଙ୍କ ପାଇଁ ଗ୍ରାମାଞ୍ଚଳରେ ସ୍କୁଲ ଗୃହକୁ ରାତ୍ର ଆଶ୍ରୟସ୍ଥଳ ଭାବେ ବ୍ୟବହାର କରିବାକୁ କୁହାଯାଇଛି।
ରାଜସ୍ଥାନରୁ ଝାଡଖଣ୍ଡ ଉପର ଦେଇ ଏକ ଟ୍ରପ ଲାଇନ ରହିଛି। ଏଥିଯୋଗୁ ରାଜ୍ୟରେ ଦୁଇଦିନ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଶନିବାର ମଧ୍ୟାହ୍ନ ସୁଦ୍ଧା ବର୍ଷା ଛାଡିଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ଭଦ୍ରକ, ବାଲେଶ୍ୱର, ଯାଜପୁର, କୋରାପୁଟ, କଟକ, ଖୋର୍ଦ୍ଧା, ସୁବର୍ଣ୍ଣପୁର, ବୌଦ୍ଧ ଏବଂ ସୁନ୍ଦରଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୫ ଓ ୬ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଦୁଇଦିନ ରାଜ୍ୟରେ ଥଣ୍ଡା ପରିମାଣ ବଢ଼ିଯିବ। ସର୍ବନିମ୍ନ ତାପାମାତ୍ରା ୬ ରୁ ୭ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଯିବ। ୮ ତାରିଖରୁ ପୁଣି ପାରଦ ଉପରମୁହାଁ ହେବ। ୯ ତାରିଖରେ ଉତ୍ତର ଏବଂ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ପୁଣି ୧୦ ତାରିଖରୁ ଉତ୍ତର ପୂର୍ବ ଦିଗରୁ ଥଣ୍ଡା ବାୟୁ ପ୍ରବାହ ହେବ। ରାଜ୍ୟରେ ଶୀତ ପରିମାଣ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri