ଭୁବନେଶ୍ୱରରେ ରାତି ୭ରୁ ସକାଳ ୭ ପର୍ଯ୍ୟନ୍ତ ଘରୁ ବାହାରିବା ମନା

ଭୁବନେଶ୍ୱର,୪ା୫ (ବ୍ୟୁରୋ):ରାଜଧାନୀକୁ ରେଡ୍‌ଜୋନରେ ଘୋଷିତ କରାଯିବା ପରେ ପ୍ରଶାସନ ପକ୍ଷରୁ କିଛିଟା କଟକଣା କରାଯାଉଛି। ଦିନରେ ପରିବା ବେପାରୀଙ୍କଠାରୁ ଆରମ୍ଭ କରି ଅତ୍ୟାବଶ୍ୟକ ସାମଗ୍ରୀ ଆଣିବା ପାଇଁ ଅନେକ ଲୋକଙ୍କୁ ଛଡାଯାଉଛି। ପୂର୍ବ ଅପେକ୍ଷା ବର୍ତ୍ତମାନ ରାଜଧାନୀ ରାସ୍ତା ଦିନରେ ଗହଳି ଚହଳି ଦେଖିବାକୁ ମିଳିଛି। ଏହାକୁ ଦୁଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ କିଛିଟା କଟକଣା କରାଯାଇଛି। ସୋମବାର ଠାରୁ ରାତି ୭ରୁ ସକାଳ ୭ ପର୍ଯ୍ୟନ୍ତ ଘରୁ ବାହାରିବାକୁ ପୋଲିସ ପକ୍ଷରୁ ମନା କରାଯାଇଛି। ଏପରକି ପୋଲିସ ପକ୍ଷରୁ ବିଭିନ୍ନ ଅଞ୍ଚଳରେ ଯାଞ୍ଚ କଡାକଡି କରାଯିବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଟ୍ବିଟ୍‌ କରି ଏହି ସୂଚନା ଦେଇଛନ୍ତି। ସିପି କହିଛନ୍ତି, ସମସ୍ତ ଜୋନ୍‌ରେ ଏହା କାର୍ଯ୍ୟକାରୀ ହେବ। ହେଲେ ଜରୁରିକାଳୀନ ସେବା ଯୋଗାଉଥିବା କର୍ମଚାରୀ ଏବଂ ଜରୁରୀ ସାମଗ୍ରୀ ପାଇଁ ପ୍ରତିବନ୍ଧକରୁ ମୁକ୍ତ ବୋଲି ସିପି ଟ୍ବିଟ୍‌ରେ ସୂଚନା ଦେଇଛନ୍ତି।
ଅନ୍ୟପଟେ ଦେଖିବାକୁ ଗଲେ, ଦେଢ ମାସ ପରେ ସୋମବାର ରାଜଧାନୀର ମୁଖ୍ୟ ଟ୍ରାଫିକ ପୋଷ୍ଟ କାର୍ଯ୍ୟକାରୀ ହେଲା। ରାଜଧାନୀର ଏଜି ଛକ, ରାଜମହଲ ,କଳ୍ପନା,ନାଲକୋ,ରୁପାଲୀ ଆଦି ଅନେକ ବଡ଼ ବଡ଼ ଛକର ଟ୍ରାଫିକ ପୋଷ୍ଟରେ ଟ୍ରାଫିକ ପୋଲିସ ମୁତୟନ ହେଲେ। ଏହାସହ ଏହି ସବୁ ଛକରେ ବନ୍ଦ ଥିବା ଟ୍ରାଫିକ ସିଗ୍‌ନାଲ କାର୍ଯ୍ୟକ୍ଷମ ହେଲା। ଦିନରେ ଲୋକଙ୍କ ଗହଳି ହେଉଥିବାରୁ ଟ୍ରାଫିକ ପୋଷ୍ଟରେ ପୋଲିସ ମୁତୟନ କରାଗଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ…

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

ପେଟ୍ରୋଲ, ଡିଜେଲ ଉପରୁ ଭାଟ୍‌ ହ୍ରାସ ଦାବିକଲେ ବିରୋଧୀ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ରାଜ୍ୟରେ ତେଲ ଦର ବାରମ୍ବାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ତେଲ ଦର ୩ ଥର ବୃଦ୍ଧି ପାଇବାକୁ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧକଲେ ନବୀନ ‘ରାଜାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେଉ’

ଭୁବନେଶ୍ୱର,୨୪।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri