ରାଧାରାଣୀପଡା ଶୀତଳଷଷ୍ଠୀ ଥାଳଉଠା ଉଠିଲା

ବଲାଙ୍ଗୀର ଅଫିସ, ୨୭ା୪: ବଲାଙ୍ଗୀର ରାଧାରାଣୀପଡା ଶୀତଳଷଷ୍ଠୀ ପୂଜା କମିଟି ପକ୍ଷରୁ ଚଳିତବର୍ଷ ଶୀତଳଷଷ୍ଠୀ ମହୋତ୍ସବ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୀତଳଷଷ୍ଠୀ ଥାଳଉଠା କାର୍ଯ୍ୟକ୍ରମ ରବିବାର ସମ୍ପନ୍ନ ହୋଇଛି। କମିଟି ସଭାପତି ମନୀଷ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଆସନ୍ତା ଶୀତଳଷଷ୍ଠୀ ମହୋତ୍ସବକୁ କିପରି ପାଳନ କରାଯିବ ଆଲୋଚନା ହୋଇଥିଲା। କରୋନା ମହାମାରୀକୁ ଆଖି ଆଗରେ ରଖି ଶୀତଳଷଷ୍ଠୀ ପାଳନ ସମୟରେ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ଜାରି କରିଥିବା କୋଭିଡ୍‌-୧୯ ନିୟମାବଳୀକୁ ପୂଜା କମିଟି ପାଳନ କରିବ ବୋଲି ସର୍ବସମ୍ମତି ପ୍ରସ୍ତାବ ପାରିତ ହୋଇଥିଲା। କେନ୍ଦ୍ର ଓ ରାଜ୍ୟ ସରକାର ଆଗକୁ ମଧ୍ୟ ଯେଉଁସବୁ ନିଷ୍ପତ୍ତି ନେବେ ତାକୁ ପୂଜା କମିଟି ପାଳନ କରିବ ଓ ଜିଲା ପ୍ରଶାସନକୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବ ନିଷ୍ପତ୍ତି ଗ୍ରହଣ କରାଯାଇଛି। ସର୍ବପ୍ରଥମେ ଯାତ୍ରା ଆରମ୍ଭ ସ୍ବରୂପ ଦେବାଧିଦେବ ମହାଦେବ ଓ ଜଗତ୍‌ଜନନୀ ମାତା ପାର୍ବତୀଙ୍କ ବିବାହ ଉତ୍ସବର ଶୁଭାରମ୍ଭ ଥାଳଉଠା କାର୍ଯ୍ୟକ୍ରମ ସମ୍ପାଦିତ ହୋଇଥିଲା। କାଯର୍‌ୟକ୍ରମରେ ରାଧାରାଣୀପଡା ଓ କଂସାରୀପଡା ପୂଜା କମିଟି ସଦସ୍ୟମାନେ ଉପସ୍ଥିତ ଥିଲେ । ଏବିଏସ୍‌ଏସ୍‌ ପକ୍ଷରୁ ମଧ୍ୟ ସିଦ୍ଧେଶ୍ୱର ବାବା ଶୀତଳଷଷ୍ଠୀ ପୂଜା ପାଇଁ ପ୍ରସ୍ତୁତି ବୈଠକ ବଣ୍ଟି ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। କରୋନା ମହାମାରୀକୁ ଆଖି ଆଗରେ ଚଳିତବର୍ଷ ମନ୍ଦିରରେ ପୂଜା କରାଯିବ ବୋଲି ପୂଜା କମିଟି ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri