ବଲାଙ୍ଗୀର ଅଫିସ, ୨୬ା୮:ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ଦୁଇ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ସହଯୋଗୀ ରାଧେଶ୍ୟାମ ଚଣ୍ଡୀଙ୍କ ବିରୋଧରେ ଗୁରୁବାର ଚାର୍ଜଫ୍ରେମ୍ ହୋଇଛି। ଦୁଇ ଅଭିଯୁକ୍ତଙ୍କ ବିରେଧରେ ଆଇପିସି ଧାରା ୩୬୩, ୩୦୨, ୧୨୦ (ବି) ଓ ୩୪ରେ ଚାର୍ଜଫ୍ରେମ ହୋଇଛି। କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍ଙ୍କ କୋର୍ଟରେ ଗୋବିନ୍ଦ ଓ ରାଧେଶ୍ୟାମଙ୍କୁ ହାଜର କରାଯାଇଥିଲା। ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଓକିଲ ଚାର୍ଜଫ୍ରେମ ନ କରିବାକୁ କୋର୍ଟକୁ ଅନୁରୋଧ କରିଥିଲେ। ଅଭିଯୁକ୍ତଙ୍କ ବିରୋଧରେ କରାଯାଇଥିବା ଅଭିଯୋଗ ଭିତ୍ତିହୀନ ବୋଲି ଦର୍ଶାଇ ଡିସ୍ଚାର୍ଜ ପାଇଁ କୋର୍ଟଙ୍କୁ ଅନୁରୋଧ କରିଥିଲେ। ସ୍ପେଶାଲ ପିପି ଚାର୍ଜଫ୍ରେମ ପାଇଁ ଯୁକ୍ତି ଉପସ୍ଥାପନ କରିଥିଲେ। ଚାର୍ଜଫ୍ରେମ୍ ପରେ ଆସନ୍ତା ସେପ୍ଟେମ୍ବର ୮ ଓ ୯ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ବୋଲି କୋର୍ଟ ଦିନ ଧାର୍ଯ୍ୟ କରିଥିବା ଜଣାପଡ଼ିଛି। କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିିତ ଘରୋଇ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ଗତବର୍ଷ ଅକ୍ଟୋବର ୮ ତାରିଖରୁ ନିଖୋଜ ହୋଇଯାଇଥିଲେ। ଘଟଣା ସଂକ୍ରାନ୍ତରେ ତାଙ୍କ ପରିବାରବର୍ଗ ପ୍ରଥମେ କଳାହାଣ୍ଡି ଜିଲା କେଗଁା ଥାନାରେ ଅଭିଯୋଗ କରିଥିଲେ। ତେବେ ପୋଲିସ ଥାନାଧିକାରୀ ଅଭିଯୋଗ ପତ୍ର ନ ରଖି ମମିତାଙ୍କ ପରିବାର ଲୋକଙ୍କୁ ଫେରାଇ ଦେଇଥିଲେ। ଏହାପରେ ପରିବାର ଲୋକେ ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ପୋଲିସ ମହାଲିଙ୍ଗସ୍ଥିତ ଘରୋଇ ସ୍କୁଲ ପରିଚାଳନା କମିଟି ସଭାପତି ଗୋବିନ୍ଦ ସାହୁଙ୍କୁ ଉଠାଇ ଆଣିଥିଲା। ଅକ୍ଟୋବର ୮ ତାରିଖରେ ମମିତା ମେହେରଙ୍କୁ ଗୋବିନ୍ଦ ନିଜ କାରରେ ଚାନ୍ଦୋତରା ଛକରୁ ଅପହରଣ କରିନେଇ ତଣ୍ଟିଚିପି ହତ୍ୟା କରିବା ଏବଂ ମହାଲିଙ୍ଗସ୍ଥିତ ନିର୍ମାଣାଧୀନ ଷ୍ଟାଡିୟମରେ ଗାତ ଖୋଳି ପୋତି ଦେଇଥିବା ଜଣାପଡିଥିଲା। ଅଭିଯୁକ୍ତ ଗୋବିନ୍ଦଙ୍କୁ ଟିଟିଲାଗଡ଼ ପୋଲିସ ବାରାକ୍ରେ ଅଟକ ରଖିଥିବାବେଳେ ସେ ସେଠାରୁ ଫେରାର ହୋଇଯାଇଥିଲେ। ପରେ ୧୯ ତାରିଖରେ ପୋଲିସ ଗୋବିନ୍ଦଙ୍କୁ ଗିରଫ କରିଥିଲେ। ହତ୍ୟାକାଣ୍ଡରେ ଗୋବିନ୍ଦଙ୍କ ସହଯୋଗୀ ରାଧେଶ୍ୟାମଙ୍କୁ ମଧ୍ୟ ପୋଲିସ ଗିରଫ କରିଥିଲା।
କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍ର ପ୍ରଥମ ବିଜୟ
କୋଲକାତା,୨ା୪: ହେନରିଚ୍ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍(ଏସ୍ଆର୍ଏଚ୍) ୬୫ ରନରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର)କୁ ପରାସ୍ତ…
ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?
ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…
ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ
ବୋକାଜାନ୍,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…
‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…
ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ
ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…
ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…
ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…
ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
Archives

