ବଲାଙ୍ଗୀର ଅଫିସ, ୨୬ା୮:ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ଦୁଇ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ସହଯୋଗୀ ରାଧେଶ୍ୟାମ ଚଣ୍ଡୀଙ୍କ ବିରୋଧରେ ଗୁରୁବାର ଚାର୍ଜଫ୍ରେମ୍ ହୋଇଛି। ଦୁଇ ଅଭିଯୁକ୍ତଙ୍କ ବିରେଧରେ ଆଇପିସି ଧାରା ୩୬୩, ୩୦୨, ୧୨୦ (ବି) ଓ ୩୪ରେ ଚାର୍ଜଫ୍ରେମ ହୋଇଛି। କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍ଙ୍କ କୋର୍ଟରେ ଗୋବିନ୍ଦ ଓ ରାଧେଶ୍ୟାମଙ୍କୁ ହାଜର କରାଯାଇଥିଲା। ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଓକିଲ ଚାର୍ଜଫ୍ରେମ ନ କରିବାକୁ କୋର୍ଟକୁ ଅନୁରୋଧ କରିଥିଲେ। ଅଭିଯୁକ୍ତଙ୍କ ବିରୋଧରେ କରାଯାଇଥିବା ଅଭିଯୋଗ ଭିତ୍ତିହୀନ ବୋଲି ଦର୍ଶାଇ ଡିସ୍ଚାର୍ଜ ପାଇଁ କୋର୍ଟଙ୍କୁ ଅନୁରୋଧ କରିଥିଲେ। ସ୍ପେଶାଲ ପିପି ଚାର୍ଜଫ୍ରେମ ପାଇଁ ଯୁକ୍ତି ଉପସ୍ଥାପନ କରିଥିଲେ। ଚାର୍ଜଫ୍ରେମ୍ ପରେ ଆସନ୍ତା ସେପ୍ଟେମ୍ବର ୮ ଓ ୯ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ବୋଲି କୋର୍ଟ ଦିନ ଧାର୍ଯ୍ୟ କରିଥିବା ଜଣାପଡ଼ିଛି। କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିିତ ଘରୋଇ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ଗତବର୍ଷ ଅକ୍ଟୋବର ୮ ତାରିଖରୁ ନିଖୋଜ ହୋଇଯାଇଥିଲେ। ଘଟଣା ସଂକ୍ରାନ୍ତରେ ତାଙ୍କ ପରିବାରବର୍ଗ ପ୍ରଥମେ କଳାହାଣ୍ଡି ଜିଲା କେଗଁା ଥାନାରେ ଅଭିଯୋଗ କରିଥିଲେ। ତେବେ ପୋଲିସ ଥାନାଧିକାରୀ ଅଭିଯୋଗ ପତ୍ର ନ ରଖି ମମିତାଙ୍କ ପରିବାର ଲୋକଙ୍କୁ ଫେରାଇ ଦେଇଥିଲେ। ଏହାପରେ ପରିବାର ଲୋକେ ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ପୋଲିସ ମହାଲିଙ୍ଗସ୍ଥିତ ଘରୋଇ ସ୍କୁଲ ପରିଚାଳନା କମିଟି ସଭାପତି ଗୋବିନ୍ଦ ସାହୁଙ୍କୁ ଉଠାଇ ଆଣିଥିଲା। ଅକ୍ଟୋବର ୮ ତାରିଖରେ ମମିତା ମେହେରଙ୍କୁ ଗୋବିନ୍ଦ ନିଜ କାରରେ ଚାନ୍ଦୋତରା ଛକରୁ ଅପହରଣ କରିନେଇ ତଣ୍ଟିଚିପି ହତ୍ୟା କରିବା ଏବଂ ମହାଲିଙ୍ଗସ୍ଥିତ ନିର୍ମାଣାଧୀନ ଷ୍ଟାଡିୟମରେ ଗାତ ଖୋଳି ପୋତି ଦେଇଥିବା ଜଣାପଡିଥିଲା। ଅଭିଯୁକ୍ତ ଗୋବିନ୍ଦଙ୍କୁ ଟିଟିଲାଗଡ଼ ପୋଲିସ ବାରାକ୍ରେ ଅଟକ ରଖିଥିବାବେଳେ ସେ ସେଠାରୁ ଫେରାର ହୋଇଯାଇଥିଲେ। ପରେ ୧୯ ତାରିଖରେ ପୋଲିସ ଗୋବିନ୍ଦଙ୍କୁ ଗିରଫ କରିଥିଲେ। ହତ୍ୟାକାଣ୍ଡରେ ଗୋବିନ୍ଦଙ୍କ ସହଯୋଗୀ ରାଧେଶ୍ୟାମଙ୍କୁ ମଧ୍ୟ ପୋଲିସ ଗିରଫ କରିଥିଲା।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

