ରାଧେଶ୍ୟାମ, ଗୋବିନ୍ଦଙ୍କ ବିରୋଧରେ ହେଲା ଚାର୍ଜଫ୍ରେମ୍‌

ବଲାଙ୍ଗୀର ଅଫିସ, ୨୬ା୮:ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ଦୁଇ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ସହଯୋଗୀ ରାଧେଶ୍ୟାମ ଚଣ୍ଡୀଙ୍କ ବିରୋଧରେ ଗୁରୁବାର ଚାର୍ଜଫ୍ରେମ୍‌ ହୋଇଛି। ଦୁଇ ଅଭିଯୁକ୍ତଙ୍କ ବିରେଧରେ ଆଇପିସି ଧାରା ୩୬୩, ୩୦୨, ୧୨୦ (ବି) ଓ ୩୪ରେ ଚାର୍ଜଫ୍ରେମ ହୋଇଛି। କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍‌ଙ୍କ କୋର୍ଟରେ ଗୋବିନ୍ଦ ଓ ରାଧେଶ୍ୟାମଙ୍କୁ ହାଜର କରାଯାଇଥିଲା। ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଓକିଲ ଚାର୍ଜଫ୍ରେମ ନ କରିବାକୁ କୋର୍ଟକୁ ଅନୁରୋଧ କରିଥିଲେ। ଅଭିଯୁକ୍ତଙ୍କ ବିରୋଧରେ କରାଯାଇଥିବା ଅଭିଯୋଗ ଭିତ୍ତିହୀନ ବୋଲି ଦର୍ଶାଇ ଡିସ୍‌ଚାର୍ଜ ପାଇଁ କୋର୍ଟଙ୍କୁ ଅନୁରୋଧ କରିଥିଲେ। ସ୍ପେଶାଲ ପିପି ଚାର୍ଜଫ୍ରେମ ପାଇଁ ଯୁକ୍ତି ଉପସ୍ଥାପନ କରିଥିଲେ। ଚାର୍ଜଫ୍ରେମ୍‌ ପରେ ଆସନ୍ତା ସେପ୍ଟେମ୍ବର ୮ ଓ ୯ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ବୋଲି କୋର୍ଟ ଦିନ ଧାର୍ଯ୍ୟ କରିଥିବା ଜଣାପଡ଼ିଛି। କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିିତ ଘରୋଇ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ଗତବର୍ଷ ଅକ୍ଟୋବର ୮ ତାରିଖରୁ ନିଖୋଜ ହୋଇଯାଇଥିଲେ। ଘଟଣା ସଂକ୍ରାନ୍ତରେ ତାଙ୍କ ପରିବାରବର୍ଗ ପ୍ରଥମେ କଳାହାଣ୍ଡି ଜିଲା କେଗଁା ଥାନାରେ ଅଭିଯୋଗ କରିଥିଲେ। ତେବେ ପୋଲିସ ଥାନାଧିକାରୀ ଅଭିଯୋଗ ପତ୍ର ନ ରଖି ମମିତାଙ୍କ ପରିବାର ଲୋକଙ୍କୁ ଫେରାଇ ଦେଇଥିଲେ। ଏହାପରେ ପରିବାର ଲୋକେ ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ପୋଲିସ ମହାଲିଙ୍ଗସ୍ଥିତ ଘରୋଇ ସ୍କୁଲ ପରିଚାଳନା କମିଟି ସଭାପତି ଗୋବିନ୍ଦ ସାହୁଙ୍କୁ ଉଠାଇ ଆଣିଥିଲା। ଅକ୍ଟୋବର ୮ ତାରିଖରେ ମମିତା ମେହେରଙ୍କୁ ଗୋବିନ୍ଦ ନିଜ କାରରେ ଚାନ୍ଦୋତରା ଛକରୁ ଅପହରଣ କରିନେଇ ତଣ୍ଟିଚିପି ହତ୍ୟା କରିବା ଏବଂ ମହାଲିଙ୍ଗସ୍ଥିତ ନିର୍ମାଣାଧୀନ ଷ୍ଟାଡିୟମରେ ଗାତ ଖୋଳି ପୋତି ଦେଇଥିବା ଜଣାପଡିଥିଲା। ଅଭିଯୁକ୍ତ ଗୋବିନ୍ଦଙ୍କୁ ଟିଟିଲାଗଡ଼ ପୋଲିସ ବାରାକ୍‌ରେ ଅଟକ ରଖିଥିବାବେଳେ ସେ ସେଠାରୁ ଫେରାର ହୋଇଯାଇଥିଲେ। ପରେ ୧୯ ତାରିଖରେ ପୋଲିସ ଗୋବିନ୍ଦଙ୍କୁ ଗିରଫ କରିଥିଲେ। ହତ୍ୟାକାଣ୍ଡରେ ଗୋବିନ୍ଦଙ୍କ ସହଯୋଗୀ ରାଧେଶ୍ୟାମଙ୍କୁ ମଧ୍ୟ ପୋଲିସ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri