ରାନୁଙ୍କୁ ସହିପାରୁନାହାନ୍ତି ଲତା ମଙ୍ଗେସକର: ସୋସିଆଲ୍‌ ମିଡିଆରେ ଚର୍ଚ୍ଚା

ଦିଲ୍ଲୀରୁ ପଲ୍ଲୀ। ସବୁଠି ଏବେ ରାନୁ ମଣ୍ଡଳଙ୍କ ସୁମଧୁର କଣ୍ଠସ୍ବରର ଚର୍ଚ୍ଚା। ଭାଗ୍ୟ କିଭଳି ମଣିଷକୁ ରାସ୍ତାରୁ ନେଇ ସିଂହାସନରେ ବସାଇଦିଏ ତାହାର ଏକ ଜ୍ବଳନ୍ତ ଉଦାହରଣ ହେଉଛନ୍ତି ରାନୁ ମଣ୍ଡଳ। ଦିନେ ପେଟ ପୋଷିବାପାଇଁ ରେଳ ଷ୍ଟେଶନରେ ବସି ଗୀତ ଗାଉଥିବା ରାନୁ ଆଜି ବଲିଉଡରେ ଗାଉଛନ୍ତି। କିଛିଦିନ ତଳେ ଷ୍ଟେଶନରେ ଲତା ମଙ୍ଗେସକରଙ୍କ ଗୀତ ‘ଏକ ପ୍ୟାର୍‌ କା ନଗମା’ ଗାଇ ଚର୍ଚ୍ଚାକୁ ଆସିଥିଲେ ରାନୁ। ସେ ଗାଇଥିବା ଗୀତର ଭିଡିଓ ସୋସିଆଲ ମିଡିଆରେ ନିଆଁ ଭଳି ବ୍ୟାପି ଯାଇଥିଲା। ରାନୁଙ୍କ କଣ୍ଠରୁ ଏହି ଗୀତ ଶୁଣି ଚାରିଆଡେ ତାଙ୍କର ପ୍ରଶଂସା କରାଯାଇଥିଲା। ଲୋକେ ତାଙ୍କୁ ମ୍ୟୁଜିକ ଇଣ୍ଡଷ୍ଟ୍ରୀର ଦ୍ବିତୀୟ ଲତା ଦିଦି ମିଳିଗଲେ ବୋଲି କହିଥିଲେ। ଦୁଇ ଦିନ ତଳେ ରାନୁ ମଣ୍ଡଳଙ୍କୁ ପରାମର୍ଶ ଦେଇ ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକର ‘ନିଜ ସ୍ବରରେ’ ଗାଇବାକୁ କହିଥିଲେ। ତେବେ ଲତାଙ୍କ ମନ୍ତବ୍ୟକୁ ନେଇ ସୋସିଆଲ ମିଡିଆରେ ଉପରେ କିଛି ଲୋକ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏତେ ବଡ ସୁପରଷ୍ଟାରଙ୍କ କିନ୍ତୁ ଏତେ କଠୋର ବ୍ୟବହାର ଶୋଭା ପାଉନି ବୋଲି ଜଣେ ୟୁଜର୍ସ ଲେଖିଛନ୍ତି। ଆଉ ଜଣେ ଲେଖିଛନ୍ତି, ‘ଜଣେ ଗରିବ ମହିଳା ରେଳ ଷ୍ଟେଶନରେ ଭିକ ମାଗି ପେଟ ପୋଷୁଥିଲେ। ଏବେ ତାଙ୍କ ସ୍ବର ଚାରିଆଡେ ପ୍ରଶଂସିତ ହେଉଛି। ଲତାଜୀ ତାଙ୍କୁ ପ୍ରଶଂସା କିମ୍ବା ସାହାଯ୍ୟ ବଦଳରେ ଏଭଳି କଠୋର ବ୍ୟବହାର କରୁଛନ୍ତି ତାହା ଆଦୌ ଶୋଭନୀୟ ନୁହେଁ। ଆଉ ଜଣେ ୟୁଜର୍ସ କହିଛନ୍ତି, ଆପଣ ରାନୁଙ୍କୁ ସହି ପାରୁନାହାନ୍ତି।
ସୂଚନାଯୋଗ୍ୟ, ଲତା ମଙ୍ଗେସକର ରାନୁଙ୍କ ଉପରେ ମତ ଦେଇ କହିଥିଲେ ଯେ, ଯଦି ମୋ ନାଁ ଓ କାମକୁ ନେଇ କାହାର କିଛି ଭଲ ହୋଇପାରୁଛି, ତେବେ ସେଥିପାଇଁ ମୁଁ ନିଜକୁ ଭାଗ୍ୟଶାଳୀ ମନେ କରିବି। କିନ୍ତୁ ସଫଳତା ପାଇବା ପାଇଁ ଜଣକୁ ଅନୁକରଣ କରିବା ଠିକ୍‌ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri