ରାନୁଙ୍କ ପରେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଜୟପୁରର ଅଟୋ ଚାଳକଙ୍କ ଗୀତ, ମିଳିଲାଣି ଲକ୍ଷାଧିକ ଭିଉଜ୍‌

ଜୟପୁର,୩ା୯(ପବନ ପାଣିଗ୍ରାହୀ): ‘ଚଲ୍‌ତେ ଚଲ୍‌ତେ ମେରେ ୟେ ଗୀତ୍‌ ୟାଦ୍‌ ରଖନା, କଭି ଅଲ୍‌ବିଦା ନା କେହ୍‌ନା।’ ଜୟପୁର ସହରର ଏକ ନିର୍ଦ୍ଦିଷ୍ଟ ଅଟୋରେ ଆପଣ ଯାତ୍ରା କରିବା ବେଳେ ଅଟୋରୁ ଭାସି ଆସିବ କିଶୋର କୁମାରଙ୍କ ଏଇ ଚିର ସବୁଜ ଗୀତ ସାଙ୍ଗକୁ ତାଙ୍କର ଆହୁରି ଅନେକ ସୁରିଲା ଗୀତ। ସେ ଗୀତର ସ୍ବର ଷ୍ଟେରିଓରୁ ନୁହେଁ, ବରଂ ଷ୍ଟିଅରିଂ ଧରିଥିବା ଅଟୋ ଡ୍ରାଇଭରଙ୍କ କଣ୍ଠରୁ ଝରୁଥିବ। କୋରାପୁଟ ଜିଲା ଜୟପୁର ସହରର କିଶୋର କୁମାର ଭାବେ ପରିଚିତ ଏଇ ଅଟୋ ଚାଳକ ଜଣକ ହେଉଛନ୍ତି ପଦ୍ମନ ଗୌଡ଼।

ଷ୍ଟେଶନରେ ଲତା ମଙ୍ଗେସ୍‌କରଙ୍କ ଗୀତ ଗାଇ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ରାନୁ ମଣ୍ଡଳଙ୍କ ପରେ ପରେ ଏବେ କିଶୋର କୁମାରଙ୍କ ଗୀତ ଗାଇ ଭାଇରାଲ ହେଉଛନ୍ତି ପଦ୍ମନ ଗୌଡ଼। ସୋସିଆଲ ମିଡିଆର ୟୁଟ୍ୟୁବ୍‌ ଓ ଫେସବୁକ୍‌ରେ ସେ ଗାଉଥିବା ୧୦ରୁ ୧୨ଟି ଭିଡିଓକୁ ଗତ ୫/୬ ଦିନ ଭିତରେ ଲକ୍ଷାଧିକ ଭିଉଜ୍‌ ମିଳିସାରିଛି। ଚଲ୍‌ତେ ଚଲ୍‌ତେ, ଜାନେମନ୍‌ ଜାନେମନ୍‌ ଭଳି ପ୍ରଖ୍ୟାତ କଣ୍ଠଶିଳ୍ପୀ ସ୍ବର୍ଗତ କିଶୋର କୁମାରଙ୍କ ଗୋଟିଏ ପରେ ଗୋଟିଏ ହିଟ୍‌ ଗୀତକୁ ଏହି ଭିଡିଓ ସବୁରେ ଗୁଣୁଗୁଣେଇଛନ୍ତି ପଦ୍ମନ। ଏତେ ସୁନ୍ଦର ଗୀତ ଗାଉଥିବା ଏହି କଳାକାର ଜଣଙ୍କ ଜଣେ ସାଧାରଣ ଅଟୋ ଡ୍ରାଇଭର। ବିଶେଷ ପାଠ ପଢ଼ି ନ ଥିବା ପଦ୍ମନ ସଂଗୀତ ସାଧନା ପାଇଁ କାହାଠାରୁ ତାଲିମ ନେଇ ନାହାନ୍ତି। ପିଲାଟି ବେଳରୁ କେବଳ ରେଡିଓ ଏବଂ ଟିଭି ଦେଖି ସେ ଗୀତ ସବୁ ଶିଖିଥିବା କହିଛନ୍ତି। ମଝିରେ ମଝିରେ ସୁଯୋଗ ମିଳିଲେ ସେ ଅର୍କେଷ୍ଟ୍ରାରେ କିଶୋର କୁମାରଙ୍କ କିଛି ଗୀତ ଗାଆନ୍ତି। ସେଥିପାଇଁ ସେ ସ୍ଥାନୀୟ ଅଞ୍ଚଳରେ ଜୟପୁରର କିଶୋର କୁମାର ଭାବେ ପରିଚିତ। ସ୍ତ୍ରୀ ଓ ଝିଅଙ୍କୁ ନେଇ ପଦ୍ମନଙ୍କ ପରିବାର। ଗରିବ ପରିବାରରେ ତାଙ୍କର ଜନ୍ମ ଆଉ ଏବେମଧ୍ୟ ଅଭାବ ତାଙ୍କ ପିଛା ଛାଡ଼ିନାହିଁ। କିନ୍ତୁ ସେଇ ଅଭାବ ଭିତରେ ବି ସେ ପଦ୍ମ ପରି ଫୁଟିବା ଆରମ୍ଭ କରିଛନ୍ତି। ଅଟୋ ଚଳାଇଲେ ଯାହା ରୋଜଗାର କରନ୍ତି, ସେତିକିରେ ୩ ପ୍ରାଣୀ ଚଳି ଯାଆନ୍ତି। ଏକଦା ଗୀତ ଗାଇବା ମାନିଆ ପାଇଁ ପଦ୍ମନଙ୍କୁ ତାଙ୍କ ସ୍ତ୍ରୀ ପ୍ରଥମେ ବିବାହ କରିବାକୁ ରାଜି ହୋଇ ନଥିଲେ ସତ; କିନ୍ତୁ ବିବାହ ପରେ ସ୍ବାମୀଙ୍କ ଗୀତକୁ ଭୁରି ଭୁରି ପ୍ରଶଂସା କରୁଛନ୍ତି। ତାଙ୍କୁ ଗୀତ ଗାଇବାରେ କିଛି ଭଲ ସୁଯୋଗ ମିଳିଲେ ସେ ଆହୁରି ଆଗକୁ ବଢ଼ିପାରନ୍ତେ ବୋଲି କହିଛନ୍ତି ପଦ୍ମନଙ୍କ ସ୍ତ୍ରୀ। ଅନ୍ୟପକ୍ଷରେ ଗୀତ ଗାଇବାକୁ ପଦ୍ମନଙ୍କୁ ସୁଯୋଗ ମିଳିବା ପାଇଁ ୨ ବର୍ଷ ହେଲା ପ୍ରୟାସ ଜାରି ରଖିଛନ୍ତି ତାଙ୍କ ବାଲ୍ୟବନ୍ଧୁ ତ୍ରିପତି ଗନ୍ତାୟତ। ଏଥିପାଇଁ ସେ ବ୍ୟକ୍ତିଗତ ସ୍ତରରେ ବିଭିନ୍ନ ସଙ୍ଗଠନକୁ ଭେଟିବା ସହ ପଦ୍ମନଙ୍କ ଗୀତକୁ ଭିଡିଓ ଆକାରରେ ସୋସିଆଲ ମିଡିଆରେ ଅପଲୋଡ କରିବା ପରେ ତାହା ଏବେ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri