Posted inଖେଳ

ରାନ୍‌କୀ ରେଡ୍ଡୀ-ପୋନ୍ନାପାଙ୍କ ବୃହତ୍‌ ବିଜୟ

ବ୍ୟାଙ୍କକ୍‌,୩୧।୭(ପିଟି)- ଭାରତୀୟ ମିକ୍ସଡ୍‌ ଡବଲ୍ସ ଖେଳାଳି ସାତ୍ୱିକ ସାଇରାଜ ରାନ୍‌କୀ ରେଡ୍ଡୀ ଓ ଅଶ୍ୱିନୀ ପୋନ୍ନାପାଙ୍କ ଯୋଡ଼ି କ୍ୟାରିୟରର ଅନ୍ୟତମ ବୃହତ୍‌ ବିଜୟ ହାସଲ କରିଛନ୍ତି। ଏମାନେ ଅଲିମ୍ପିକ୍‌ ରୌପ୍ୟ ପଦକ ବିଜେତା ଚାନ ପେଙ୍ଗ ସୁନ ଓ ଗୋ ଲିଉ ୟିଙ୍ଗଙ୍କୁ ଏଠାରେ ଚାଲିଥିବା ଥାଇଲାଣ୍ଡ ଓପନର ପ୍ରଥମ ରାଉଣ୍ଡରେ ହରାଇ ଦେଇଛନ୍ତି। ଅଣସିଡ୍‌ ଭାରତୀୟ ଯୋଡ଼ି ଏକ ଘଣ୍ଟା ଦୁଇ ମିନିଟ୍‌ ଧରି ଚାଲିଥିବା ମୁକାବିଲାକୁ ୨୧-୧୮, ୧୮-୨୧, ୨୧-୧୭ ଗେମ୍‌ରେ ଜିତି ନେଇଛନ୍ତି। ଦ୍ୱିତୀୟ ଥର ପାଇଁ ବିଶ୍ୱ ମାନ୍ୟତାର ୨୩ତମ ସ୍ଥାନରେ ଥିବା ଭାରତୀୟ ଯୋଡ଼ି ୫ମ ର଼୍ୟାଙ୍କ ମାଲେସିଆନ ସୁନ-ୟିଙ୍ଗଙ୍କୁ ହରାଇଛି। ରାନ୍‌କୀ ରେଡ୍ଡୀ ଓ ପୋନ୍ନାପା ଗତ ବର୍ଷ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ମାଲେସିଆନ ପ୍ରତିଦ୍ୱନ୍ଦ୍ୱୀଙ୍କୁ ହରାଇଥିଲେ। ଏହି ଭାରତୀୟ ଯୋଡ଼ି ପରବର୍ତ୍ତୀ ରାଉଣ୍ଡରେ ଇଣ୍ଡୋନେସିଆର ଅଲଫିଆନ ଇକୋ ପ୍ରାସେତ୍ୟା ଓ ମାର୍ଶେଲା ଗିଶଚା ଇସଲାମିଙ୍କୁ ଭେଟିବେ। ପୁରୁଷ ସିଙ୍ଗଲ୍ସ ବର୍ଗରେ ୫ମ ସିଡ୍‌ କିଡାମ୍ବି ଶ୍ରୀକାନ୍ତ ୨୩-୨୧, ୧୯-୨୧, ୨୧-୫ ଗେମ୍‌ରେ ଜାପାନର କେଣ୍ଟା ସୁନେୟାମାଙ୍କୁ ହରାଇଛନ୍ତି। ଅନ୍ୟପକ୍ଷରେ ଶୁଭଙ୍କର ଦେ ବିଶ୍ୱର ନଂ ୧ ର଼୍ୟାଙ୍କ କେଣ୍ଟୋ ମୋମୋଟାଙ୍କଠାରୁ ଓ୍ବାକଓଭର ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri