‘ରାବାଡାଙ୍କୁ ଆଇପିଏଲରେ ଖେଳିବାରୁ ରୋକିବାକୁ ଉଦ୍ୟମ କରିଥିଲୁ’

ସାଉଥାମ୍ପ୍‌ଟନ,୨୪।୬: ପାକିସ୍ତାନଠାରୁ ୪୯ ରନ୍‌ରେ ପରାସ୍ତ ହେବା ପରେ ଦକ୍ଷିଣ ଆଫ୍ରିକା ଚଳିତ ବିଶ୍ୱକପ୍‌ର ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଛି। ଏହାପରେ ଅଧିନାୟକ ଫାଫ୍‌ ଡୁପ୍ଲେସି ସ୍ପଷ୍ଟ କରିଛନ୍ତି ଯେ, ପେସର କାର୍ଗିସୋ ରାବାଡାଙ୍କୁ ଆଇପିଏଲରେ ଅଂଶଗ୍ରହଣ କରିବାକୁ ଟିମ୍‌ ମ୍ୟାନେଜମେଣ୍ଟ ରୋକିବାକୁ ଉଦ୍ୟମ କରିଥିଲା। ବିଶ୍ୱକପ୍‌ ଲାଗି ତାଙ୍କୁ ସମ୍ପୂର୍ଣ୍ଣ ଫିଟ୍‌ ରଖିବା ପାଇଁ ଏଭଳି କରାଯାଇଥିଲା। ଏପରି କି ରାବାଡା ଦିଲ୍ଲୀ ଡେୟାରଡେଭିଲ୍ସ ପାଇଁ ଖେଳିବା ପରେ ସିଜନ ମଧ୍ୟରେ ସ୍ବଦେଶ ଫେରିବାକୁ କୁହାଯାଇଥିଲା। ଯାହାଫଳରେ ତାଙ୍କୁ ଆବଶ୍ୟକ ପରିମାଣର ବିଶ୍ରାମ ମିଳିପାରିବ। କିନ୍ତୁ ୨୪ ବର୍ଷୀୟ ପେସର ଭାରତରେ ଏପ୍ରିଲ ଶେଷପର୍ଯ୍ୟନ୍ତ ଥିଲେ। ୧୨ ମ୍ୟାଚ୍‌ରୁ ୨୫ ଉଇକେଟ ନେଇଥିଲେ। ସେଠାରେ ତାଙ୍କ ପିଠିରେ ଆଘାତ ଲାଗିଥିଲା। ସେ ଫିଟ୍‌ନେସ ସମସ୍ୟା ନେଇ ବିଶ୍ୱକପ୍‌ ଭଳି ଟୁର୍ନାମେଣ୍ଟରେ ଖେଳିଥିଲେ। ଏହାକୁ କ୍ଷମା କରିହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri