ରାମଚଣ୍ଡୀଙ୍କ କୋଶଳା ଯାତ୍ରା ଆରମ୍ଭ

ଛେଣ୍ଡିପଦା,୧୮।୮ (ସ୍ବ.ପ୍ର./ଡି.ଏନ.ଏ.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳାର ଅଧିଷ୍ଠାତ୍ରୀ ଦେବୀ ମା’ ରାମଚଣ୍ଡୀଙ୍କ ଐତିହାସିକ କୋଶଳା ଯାତ୍ରା ଶନିବାର ଆରମ୍ଭ ହୋଇଛି। ମନ୍ଦିର ଟ୍ରଷ୍ଟ ବୋର୍ଡ ସଭାପତି ବ୍ରଜବନ୍ଧୁ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅପରାହ୍ନ ୧ଟା ବେଳେ ମା’ଙ୍କ ପୀଠରେ ପୂଜାର୍ଚ୍ଚନା କରାଯାଇଥିଲା। ଯାତ୍ରା ଦେଖିବାକୁ ହଜାର ହଜାର ସଂଖ୍ୟକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ପୂଜାବେଳେ ପୀଠ ପରିସରରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ମନ୍ଦିର ପରିଚାଳନା କମିଟି, ଟ୍ରଷ୍ଟ ସଭ୍ୟ ଓ ଗ୍ରାମବାସୀଙ୍କ ଉପସ୍ଥିତିରେ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ଲୋକନାଥ ପ୍ରଧାନଙ୍କ ସ୍ତ୍ରୀ ଗୌରୀ ପ୍ରଧାନ ପତାକା ଉତ୍ତୋଳନ କରିଥିଲେ। ମାନସିକଧାରୀମାନେ ସୂର୍ଯ୍ୟୋଦୟ ପୂର୍ବରୁ ମନ୍ଦିର ବେଢାରେ ଅଧିଆ ପଡିଥିଲେ। ଚଳିତ ବର୍ଷ ୮୦ରୁ ଊର୍ଦ୍ଧ୍ୱ ମହିଳା ବେଢ଼ାରେ ଥିବା ୧୬ଶିରା ବିଶିଷ୍ଟ ଡମ୍ବରୁ ଆକୃତିର ଛାଟ ଖୁମ୍ବ ନିକଟରେ ଅଧିଆ ପଡିଥିବା ଦେଖିବାକୁ ମିଳିଥିଲା। ଗ୍ରାମବାସୀ ଓ ଟ୍ରଷ୍ଟବୋର୍ଡ ସଭ୍ୟଙ୍କ ଦ୍ୱାରା ଯାତ୍ରା ପରିଚାଳିତ ହୋଇଥିଲା। ସ୍ବାସ୍ଥ୍ୟ ବିଭାଗର ଅଧିକାରୀମାନେ ଉପସ୍ଥିତ ରହିଥିଲେ। ଫୁଡ ଇନ୍ସପେକ୍ଟର ଯାତ୍ରା ସ୍ଥଳ ବୁଲି ବିଭିନ୍ନ ଖାଦ୍ୟ ପଦାର୍ଥ ଯାଞ୍ଚ କରିଥିଲେ। ଗ୍ରାମର ରାଜୀବ ମେମୋରିଆଲ କ୍ଲବ୍‌ ପକ୍ଷରୁ ଅନ୍ନପ୍ରସାଦ ବଣ୍ଟନ କରାଯାଇଥିଲା। ରାଜ୍ୟ ତଥା ରାଜ୍ୟ ବାହାରୁ ଆସିଥିବା ବ୍ୟବସାୟୀମାନେ ଅସ୍ଥାୟୀ ଦୋକାନ ବଜାର ଖୋଲିଛନ୍ତି। ଶାନ୍ତି ଶୃଙ୍ଖଳା ପାଇଁ ପୋଲିସ ପ୍ରଶାସନ ଓ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସ୍ବେଚ୍ଛାସେବୀମାନଙ୍କୁ ମୁତୟନ କରାଯାଇଛି। ଏହି ଯାତ୍ରା ମଙ୍ଗଳବାର ପର୍ଯ୍ୟନ୍ତ ଚାଲିବ।
ଛେଣ୍ଡିପଦା ଥାନା ଅଧିକାରୀ ସତ୍ୟବ୍ରତ ରାଉତ କୁହନ୍ତି, ଅନୁଗୋଳ ଏସଡିପିଓ ଅଶ୍ୱିନୀ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ୩ ଜଣ ଇନ୍ସପେକ୍ଟର, ୧୪ ସବ୍‌ଇନ୍ସପେକ୍ଟର ଓ ଏଏସଆଇ, ୩ ପ୍ଲାଟୁନ ଫୋର୍ସ ନିୟୋଜିତ କରାଯାଇଛି। ଯାନବାହନ ଭିଡକୁ ଦୃଷ୍ଟିରେ ରଖି ଅନୁଗୋଳ-ଛେଣ୍ଡିପଦା ରାଜ୍ୟ ରାଜପଥ କୋଶଳା ଉଚ୍ଚ ବିଦ୍ୟାଳୟ ଠାରୁ ଶିମିଳିସାହି ପର୍ଯ୍ୟନ୍ତ ବାଇପାସ୍‌ ରାସ୍ତାର ବ୍ୟବସ୍ଥା କରାଯାଇଛି। ମନ୍ଦିର ଟ୍ରଷ୍ଟ ବୋର୍ଡ ସଭାପତି ବ୍ରଜବନ୍ଧୁ ସାହୁ କୁହନ୍ତି, ୧୯୪୨ରେ ଭାରତଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଥିବାବେଳେ କୋଶଳାର ସ୍ବାଧୀନତା ସଂଗ୍ରାମୀମାନେ ଯାତ୍ରା ମଞ୍ଚରେ ତ୍ରିରଙ୍ଗା ପତାକା ଉଡାଇ ଆନ୍ଦୋଳନରେ ସାମିଲ ହୋଇଥିଲେ। ସେବେଠାରୁ ପ୍ରତ୍ୟେକ ବର୍ଷ ଯାତ୍ରା ସ୍ଥଳରେ ତ୍ରିରଙ୍ଗା ପତାକା ଉତ୍ତୋଳନ କରାଯାଉଛି। ସମ୍ପାଦକ ସନ୍ତୋଷ କୁମାର ସାହୁ କୁହନ୍ତି, ରାଜ୍ୟ ତଥା ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ସମେତ ବହୁ ବ୍ୟବସାୟୀ ସେମାନଙ୍କ ପସରା ମେଲାଇଛନ୍ତି। ଚୋରି, ଡକାୟତି ରୋକିବାକୁ ମନ୍ଦିର ଚତୁଃପାର୍ଶ୍ୱରେ ସିସିଟିଭି କ୍ୟାମେରା ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ...

ଅସ୍ତିତ୍ୱ ହରାଉଛି ଗଡ଼ଖୋର୍ଦ୍ଧା, ପାଣ୍ଡବଘରା

ଖୋର୍ଦ୍ଧା,୧୮ା୪ (ପ୍ରଭାତ ପାଣିଗ୍ରାହୀ)ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଖୋର୍ଦ୍ଧାର ଅନେକ ଐତିହ୍ୟ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଐତିହ୍ୟ ଗଡ଼ଖୋର୍ଦ୍ଧା ଏବଂ ବରୁଣେଇ ପାହାଡ଼ ଶୀର୍ଷରେ ଥିବା ପାଣ୍ଡବ...

ଗଛମୂଳେ ଚାଲିଛି ପାଠପଢ଼ା

ଆନନ୍ଦପୁର,୧୮ା୪(ଉମେଶ ଚନ୍ଦ୍ର ପାଢ଼ୀ)ରାଜ୍ୟ ସରକାର ୫-ଟି ଅଧୀନରେ ବିଦ୍ୟାଳୟ ରୂପାନ୍ତରୀକରଣ କରିଛନ୍ତି। ଏଥିରେ କେନ୍ଦୁଝର ଜିଲାରେ ମଧ୍ୟ ଅନେକ ସ୍କୁଲର ରୂପରେଖ ବଦଳିଛି। ମାତ୍ର ଏବେ...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ପଡ଼ିଛି ଭିତରକନିକା

କେନ୍ଦ୍ରାପଡ଼ା, ୧୮ା୪ (ଜଗନ୍ନାଥ ଧଳ)ଏପ୍ରିଲ ୧୮ ତାରିଖ ବିଶ୍ୱ ଐତିହ୍ୟ ଦିବସ। ବିଶ୍ୱ ଐତିହ୍ୟ ତାଲିକାରେ ସଂଲଗ୍ନ ପାଇଁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଧୀନ...

ସହରାଞ୍ଚଳରେ ଛୁଇଁନି ୮୦% ମତଦାନ

ଯାଜପୁର,୧୮ା୪(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାର କୋରେଇ ଓ ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଦୁଇ ପ୍ରମୁଖ ସହର ବ୍ୟାସନଗର ଓ ଯାଜପୁର ପୌରାଞ୍ଚଳ ରହିଛି। ତେବେ ଗତ ୩...

ମନ୍ତ୍ରୀପଦ ନିମାପଡ଼ା ପାଇଁ ଅଭିଶପ୍ତ

ନିମାପଡ଼ ୧୮ା୪ (ରଞ୍ଜନ କୁମାର ପଟ୍ଟନାୟକ) ମନ୍ତ୍ରୀ ପଦବୀ ନିମାପଡ଼ା ପାଇଁ ଅଭିଶପ୍ତ ସାବ୍ୟସ୍ତ ହୋଇଛି।  ଅତୀତ ପୃଷ୍ଠାକୁ ଓଲଟାଇଲେ ଜଣାପଡ଼େ ନିମାପଡ଼ା ବିଧାନସଭା କ୍ଷେତ୍ରରୁ ୩ଜଣ...

ନବୀନ ଖେଳିଲେ ପଶ୍ଚିମ ଓଡ଼ିଶା କାର୍ଡ

ବଲାଙ୍ଗୀର, ୧୮ା୪(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହୋଇଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଶ୍ଚିମ ଓଡ଼ିଶାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri