Posted inଜାତୀୟ

ରାମମନ୍ଦିର ନିର୍ମାଣରେ ବ୍ୟବହୃତ ହେବ ବଂଶୀ ପାହାଡ଼ପୁର ପଥର: ପ୍ରତି ମାସରେ ଆସିବ ୧୦ରୁ ୨୦ ଟ୍ରକ

ନୂଆଦିଲ୍ଲୀ,୧୦।୧୧: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କରାଯିବା ପାଇଁ ଯୋଜନା ଆରମ୍ଭ ହୋଇଛି। ମନ୍ଦିର ନିର୍ମାଣରେ ରାଜସ୍ଥାନ ଭରତପୁର ଅନ୍ତର୍ଗତ ବଂଶୀ ପାହାଡ଼ପୁର ପଥର ବ୍ୟବହୃତ ହେବ। ମନ୍ଦିରରେ ଲାଲ୍‌ ବାଲିଆ ପଥରର ଉପଯୋଗ ୬୦ ପ୍ରତିଶତରୁ ଅଧିକ କରାଯିବ। ନିର୍ମାଣରେ ପ୍ରାୟ ୪ ଲକ୍ଷ ଘନଫୁଟ ପଥର ବ୍ୟବହାର ହେବ। ଏଥିରେ ୨.୫ ଲକ୍ଷ ଘନଫୁଟ ବଂଶୀ ପାହାଡ଼ପୁର ପଥର ଲାଗିବ। ପ୍ରତି ମାସରେ ଅଯୋଧ୍ୟାକୁ ୧୦ରୁ ୨୦ ଟ୍ରକ ପଥର ଆସିବ। ୨୦୦୬ଠାରୁ ପଥର କରସେବକ ପୁରମ୍‌ ପଠାଯାଉଛି। ଇତିମଧ୍ୟରେ ୭୦ ହଜାର ଘନଫୁଟ ପଥର ଅଯୋଧ୍ୟାର ରାମମନ୍ଦିର କାର୍ଯ୍ୟାଶାଳାକୁ ପଠାହୋଇଥିବାବେଳେ ୩୦ ହଜାର ଘନଫୁଟ ପଥର ପିଣ୍ଡଓ୍ବାଡା କାର୍ଯ୍ୟଶାଳାକୁ ପଠାଯାଇଛି। ବଂଶୀ ପାହାଡ଼ପୁର ପଥରରେ ମନ୍ଦିରର ୧୦୬ ସ୍ତମ୍ଭର ନିର୍ମାଣ କରାଯାଇଛି। ସ୍ତମ୍ଭର ଉଚ୍ଚତା ୧୬ଫୁଟ ରହିଛି। ସେହିପରି ପିଣ୍ଡଓ୍ବାଡାରେ ମନ୍ଦର ପାଇଁ ୧୯୨ଟି ସ୍ତମ୍ଭର ନିର୍ମାଣ କରାଯାଇଛି। ପିଣ୍ଡଓ୍ବାଡାରେ ୩ ଶହରୁ ଅଧିକ କାରିଗର ୯ ବର୍ଷ ଧରି ପଥର ନିର୍ମାଣ କାର୍ଯ୍ୟ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri