ରାମାୟଣରେ ଦଶରଥ, କୌଶଲ୍ୟାଙ୍କ ଭୂମିକାରେ ଅଭିନୟ କରିଥିଲେ ଏହି ଯୋଡ଼ି, ବାସ୍ତବ ଜୀବନରେ ସ୍ବାମୀ-ସ୍ତ୍ରୀ

ମୁମ୍ବାଇ: ୩୩ ବର୍ଷ ପରେ ପୁଣି ରାମାନନ୍ଦ ସାଗରଙ୍କ ‘ରାମାୟଣ’ ପ୍ରସାରିତ ହେଉଛି। ଏଥିରେ ଅଭିନୟ କରିଥିବା ଏକ ଯୋଡ଼ି ଚର୍ଚ୍ଚାକୁ ଆସିଛନ୍ତି। ଏଥିରେ ମୁଖ୍ୟ ଚରିତ୍ରରେ ଅଭିନୟ କରିଥିବା ଦଶରଥ ଏବଂ କୌଶଲ୍ୟାଙ୍କ କଥା କହୁଛୁ। ରାମାୟଣରେ ଦଶରଥ ଭୂମିକାରେ ବାଲ୍‌ଧୂରୀ ଏବଂ ମାତା କୌଶଲ୍ୟା ଭୂମିକାରେ ଜୟଶ୍ରୀ ଗଡକର ଅଭିନୟ କରିଥିଲେ। ଦୁହେଁ ବାସ୍ତବ ଜୀବନରେ ମଧ୍ୟ ସ୍ବାମୀ ସ୍ତ୍ରୀ। ରାମାୟଣ ବ୍ୟତୀତ ଏ ଦୁଇ କଳାକାର ମରାଠୀ ଫିଲ୍ମରେ ଅଭିନୟ କରିଥିଲେ। ଉଭୟ ମରାଠୀ ଇଣ୍ଡଷ୍ଟ୍ରିରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। କର୍ନାଟକରେ ରହୁଥିବା ଜୟଶ୍ରୀ ମରାଠୀ ଫିଲ୍ମରେ ଶିଶୁ କଳାକାର ଭାବେ କାମ ଆରମ୍ଭ କରିଥିଲେ। ତାଙ୍କର ପ୍ରଥମ ଫିଲ୍ମ ‘ତମାଶା’ ଥିଲା। ଏହା ପରେ ୧୯୯୫ରେ ସେ ଶାନ୍ତାରାମଙ୍କ ଫିଲ୍ମ ‘ଝନକ ଝନକ ଝନକ ପାୟଲ ବାଜେ’ରେ ଅଭିନୟ କରିଥିଲେ। ଏହା ପରେ ଆଉ ପଛକୁ ଫେରିନାହାନ୍ତି ଜୟଶ୍ରୀ। ତାଙ୍କ ଅଭିନୀତ ହିଟ୍‌ ଫିଲ୍ମ ମଧ୍ୟରେ ‘ସଙ୍ଗତେ ଏକା’ ‘ଅବଗାଚୀ ସଂସାର’, ‘ମାନିନୀ’ ରହିଛି। ତେବେ ୨୦୦୮ରେ ତାଙ୍କର ମୃତ୍ୟୁ ଘଟିଥିଲା। ସେହିପରି ବାଲ ଧୂରୀଙ୍କ କଥା କୁହାଗଲେ ସେ ମରାଠୀ ଫିଲ୍ମରେ ଏକ ଜଣାଶୁଣା ଚେହେରା। ଏହା ବ୍ୟତୀତ ସେ ହିନ୍ଦୀ ଏବଂ ଗୁଜୁରାଟୀ ଫିଲ୍ମରେ ମଧ୍ୟ ନଜର ଆସିଛନ୍ତି। ସେ ୨୦ରୁ ଊର୍ଦ୍ଧ୍ୱ ଫିଲ୍ମରେ ଅଭିନୟ କରିଛନ୍ତି। ଟିଭିରେ ତାଙ୍କୁ ଅଧିକାଂଶ ଲୋକ ମହାରାଜ ଦଶରଥ ଭାବେ ଜାଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri