ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଟିଜରରେ ରାମ ଚରଣଙ୍କ ଜବରଦସ୍ତ ଅନ୍ଦାଜ ଦେଖିବାକୁ ମିଳିଛି। କୁସ୍ତି ଆଖାଡାର କାଦୁଅରେ ଘୋଡ଼ାଇ ହୋଇଥିବା ରାମ ଚରଣ ଭୟଙ୍କର ପ୍ରଦର୍ଶନ କରି ତାଙ୍କ ଶତ୍ରୁମାନଙ୍କୁ ପରାସ୍ତ କରୁଥିବା ଦେଖାଯାଇଛି। ଫିଲ୍ମରେ ତାଙ୍କର ଲୁକ୍‌ ଗ୍ରାମୀଣ ରଖାଯାଇଛି, ଯାହା ତାଙ୍କର ଜନ ଆକର୍ଷଣକୁ ଆହୁରି ବୃଦ୍ଧି କରୁଛି। ବ୍ୟାକ୍‌ଗ୍ରାଉଣ୍ଡରେ ବାଜୁଥିବା ‘ପେଡ୍ଡି’ ଗୀତ ତାଙ୍କ ବ୍ୟକ୍ତିତ୍ୱରେ ଆହୁରି ଗଭୀରତା ଯୋଡିଛି।

ଏହି ଫିଲ୍ମର ନିର୍ଦ୍ଦେଶକ ବୁଚ୍ଚି ବାବୁ ସାନା ସ୍ପଷ୍ଟ କରିଛନ୍ତି, ରାମ ଚରଣଙ୍କ ପ୍ରଶଂସକମାନେ ଏବେ ଏହି ଆକ୍ସନ ଡ୍ରାମାକୁ ଏପ୍ରିଲ ୨୦, ୨୦୨୬ରେ ସିନେମା ହଲରେ ଦେଖିପାରିବେ।
‘ପେଡ୍ଡି’ ଏକ ବଡ଼ ବଜେଟ ଫିଲ୍ମ। ଜାହ୍ନବୀ କପୁର ମୁଖ୍ୟ ଭୂମିକାରେ ରାମ ଚରଣଙ୍କ ସହିତ ଅଭିନୟ କରିବେ। ଫିଲ୍ମରେ ବରିଷ୍ଠ ଅଭିନେତା ଶିବ ରାଜକୁମାର, ଜଗପତି ବାବୁ ଏବଂ ଦିବ୍ୟେନ୍ଦୁ ଶର୍ମା ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି। ବିଶେଷକରି କନ୍ନଡ ସୁପରଷ୍ଟାର ଶିବ ରାଜକୁମାରଙ୍କ ଚରିତ୍ର କେବଳ ଏକ କ୍ୟାମିଓ ନୁହେଁ, ବରଂ ଏହା କାହାଣୀର ଏକ ଅବିଚ୍ଛେଦ୍ୟ ଅଂଶ ବୋଲି କୁହାଯାଏ। ବୁଚି ବାବୁ ସାନାଙ୍କ ଦ୍ୱାରା ଲିଖିତ ଏବଂ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରର ସଙ୍ଗୀତ ଓସ୍କାର ବିଜେତା ଏ.ଆର. ରହମାନ ରଚନା କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri