ରାଶନକାର୍ଡଧାରୀଙ୍କୁ ସହାୟତା ରାଶି ବଣ୍ଟନ, ରହୁନି ସାମାଜିକ ଦୂରତା

ଚୌଦ୍ୱାର,୧୧।୪(ଡି.ଏନ୍‌.ଏ.): କରୋନା ସହାୟତା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ରାଶନକାର୍ଡଧାରୀଙ୍କୁ ୧ ହଜାର ଟଙ୍କା ସହାୟତା ରାଶି ପ୍ରଦାନ ପାଇଁ ଘୋଷଣା କରାଯାଇଛି। ଏନେଇ ଚୌଦ୍ୱାର ପୌରପାଳିକାର ୧୯ଟି ଓ୍ବାର୍ଡରେ ସହାୟତା ରାଶି ବଣ୍ଟନ କରାଯାଇଛି। ମାତ୍ର ସହାୟତା ରାଶି ନେବାକୁ ଆସୁଥିବା ଲୋକେ ସାମାଜିକ ଦୂରତା ଅବଲମ୍ବନ କରୁ ନ ଥିବା ଦେଖିବାକୁ ମିଳିଛି ା ଶନିବାର ପୌରପାଳିକାର ୧୭ ଓ ୧୮ନଂ. ଓ୍ବାର୍ଡରେ ଏହି ରାଶି ବଣ୍ଟନ ଚାଲିଥିବା ବେଳେ ଏଭଳି ଘଟଣା ଦେଖିବାକୁ ମିଳିଥିଲା। ପରେ ୱାର୍ଡ ସଭାପତି ଆଶୁତୋଷ ଦାସ, ପୂର୍ବତନ କାଉନସିଲର ଗିରିଧାରୀ ଦଳାଇ ଓ ସ୍ଥାନୀୟ ଯୁବକଙ୍କ ହସ୍ତକ୍ଷେପ ପରେ ଅର୍ଥରାଶି ପ୍ରଦାନ କରାଯାଇଥିଲା ା ଉକ୍ତ ୨ଟି ୱାର୍ଡରେ ଥିବା ୭୩୬ ହିତାଧିକାରୀଙ୍କୁ ପୌର କର୍ମଚାରୀ ଲକ୍ଷ୍ମୀଧର ସ୍ବାଇଁ, ରବୀନ୍ଦ୍ର ବାରିକ୍‌ ଓ ରଶ୍ମୀରଞ୍ଜନ ଦାସ ପ୍ରମୁଖ ପ୍ରଦାନ କରିଥିଲେ। ଅର୍ଥରାଶି ପ୍ରଦାନ ବେଳେ ପୌରକର୍ମଚାରୀ ସାମାଜିକ ଦୂରତ୍ୱ ଉପରେ ଗୁରୁତ୍ୱାରୋପ କରିବା ପାଇଁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମୁଦ୍ରିକ କ୍ଷମତା ବଢ଼ାଉଛି ଚାଇନା

ବେଜିଂ,୩୦ା୧୨:ତାଇଓ୍ବାନକୁ ଚାଇନା ନିଜ ଅଞ୍ଚଳ ବୋଲି ଦାବି କରିଆସୁଥିବାବେଳେ ଏହାକୁ ନେଇ ଜାପାନ ସହ ବେଜିଂର କୂଟନୈତିକ ଉତ୍ତେଜନା ଦେଖାଦେଇଛି। ଏଭଳି ସମୟରେ ଚାଇନା ସେନା...

ଭିଜିବ ନୂଆ ବର୍ଷ, ୫ ରାଜ୍ୟକୁ ଚେତାବନୀ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୩୦।୧୨: ଦେଶରେ ପ୍ରବଳ ଥଣ୍ଡା ମଧ୍ୟରେ ନୂଆ ବର୍ଷ ଆସିବାକୁ ଯାଉଛି। ଏହି ସମୟରେ, ଭାରତୀୟ ପାଣିପାଗ ବିଭାଗ (IMD) ନୂତନ ବର୍ଷର ଗୋଟିଏ ଦିନ...

ଶାମ୍ବ ଦଶମୀରେ ଖୋଲିବ ଏହି ୩ ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

 ଆଜି ପବିତ୍ର ଶାମ୍ବ ଦଶମୀ । ପୌଷ ଶୁକ୍ଳ ଦଶମୀ ତିଥିରେ ଶାମ୍ବ ଦଶମୀ ପାଳନ କରାଯାଇଥାଏ । ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କର ପୂଜା କରାଯାଇଥାଏ...

୮୦ ବର୍ଷରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପରଲୋକ

ଢାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି। ସେ କିଛି ଦିନ ଧରି ଅସୁସ୍ଥ ଥିଲେ। ତାଙ୍କୁ ନଭେମ୍ବର...

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

ଖୁସିଖବର: କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର,୩୦।୧୨(ସୌମ୍ୟରଞ୍ଜନ ରାଉତ):ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲୀର କର୍ତ୍ତବ୍ୟ ପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ହେବ। ସ୍ବଦେଶୀ ସାମଗ୍ରୀ ଉତ୍ପାଦନ ମାଧ୍ୟମରେ ସାମ୍ପ୍ରତିକ ଭାରତକୁ...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri