ରାଶନକାର୍ଡ ତାଲିକାଭୁକ୍ତ ହେବେ ମହିମା ସାଧୁ

ଢେଙ୍କାନାଳ ଅଫିସ, ୨୭।୪: ଲକ୍‌ଡାଉନ୍‌ ନିୟମ କଡ଼ାକଡ଼ି କରାଯିବା ପରେ ବିଶ୍ୱପ୍ରସିଦ୍ଧ ମହିମାଧର୍ମ ପୀଠ ଯୋରନ୍ଦାରେ ରହୁଥିବା ସାଧୁସନ୍ନ୍ୟାସୀଙ୍କ ସମସ୍ୟା ବଢ଼ିଛି। ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଥିବାରୁ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚତ୍ବାରେ ଅସୁବିଧା ସୃଷ୍ଟି ହୋଇଛି। ଏହାର ସମାଧାନ ଲାଗି ଉଦ୍ୟମ କରିଛନ୍ତି ବିଧାୟକ ସୁଧୀର କୁମାର ସାମଲ। ରବିବାର ବିଧାୟକ ଯୋରନ୍ଦାରେ ପହଞ୍ଚତ୍ ମହିମା ସନ୍ନ୍ୟାସୀଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ସାଙ୍ଗକୁ ମାସ୍କ ପ୍ରଦାନ କରିଛନ୍ତି। ମହିମାଧର୍ମର ପ୍ରଚାରରେ ନିଜକୁ ସମର୍ପିତ କରିଥିବା ସାଧୁସନ୍ନ୍ୟାସୀମାନଙ୍କୁ ରାଶନକାର୍ଡ ତାଲିକାଭୁକ୍ତ କରିବାକୁ ଯଥାସମ୍ଭବ ଉଦ୍ୟମ ଜାରି ରହିଛି। ଏ ସମ୍ପର୍କରେ ଜିଲାପାଳ ଏବଂ ପିଡିଙ୍କ ସହ ଆଲୋଚନା କରିଥିବା ବିଧାୟକ ସୂଚନା ଦେଇଛନ୍ତି।
ବିଧାୟକ ପ୍ରଥମେ ମହିମାଗାଦିସ୍ଥିତ ସତ୍ୟ ଧର୍ମଧାମ ମହିମା ସମାଜର ଆଶ୍ରମକୁ ଯାଇ ସେଠାରେ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ପରେ ସାଧୁଙ୍କ ସୁବିଧା ଲାଗି ଜରୁରୀ ସାମଗ୍ରୀ ଓ ମାସ୍କ ପ୍ରଦାନ କରିଥିଲେ। ଆଲୋଚନା ସମୟରେ ଧର୍ମଧାମ ମହିମା ସମାଜର ସମ୍ପାଦକ ନିତ୍ୟାନନ୍ଦ ବାବା, ସୁବ୍ରତ ବାବା, ଦୀନବନ୍ଧୁ ବାବା, ଭଣ୍ଡାର ରକ୍ଷକ ବିଜୟ ଦାସ ପ୍ରମୁଖ ଉପସ୍ଥିତ ଥିଲେ ା ଏହାପରେ ବିଧାୟକ କୌପୀନଧାରୀ ମହିମା ସମାଜ ଆଶ୍ରମକୁ ଯାଇ ଆବଶ୍ୟକ ସାମଗ୍ରୀ ବଣ୍ଟନ କରିଥିଲେ। ବତି ମନ୍ଦିର ପରିସରରେ ବରିଷ୍ଠ ସନ୍ନ୍ୟାସୀ ଅବିନାଶୀ ବାବାଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ପୀଠ ବାହାରେ ସେ ମହିମା ସାଧୁଙ୍କ ସହ ପ୍ରଦୀପ ପ୍ରଜ୍ୱଳନ କରି ମହାମାରୀ କରୋନାରୁ ବିଶ୍ୱବାସୀଙ୍କୁ ରକ୍ଷା କରିବା ପାଇଁ ପ୍ରାର୍ଥନା କରିଥିଲେ। କାର୍ଯ୍ୟକ୍ରମରେ ଜିଲା ବିଜେଡି କୃଷକ ମୋର୍ଚ୍ଚା ସଭାପତି ନରୋତ୍ତମ ସାହୁ, ଯୋରନ୍ଦା ସରପଞ୍ଚ ପ୍ରଶାନ୍ତ କୁମାର ରାଉତ, ବିଧାୟକଙ୍କ ପ୍ରତିନିଧି ଦେବାଶିଷ ମିଶ୍ର, ନିରାକାର ରାଉତ, ସନ୍ତୋଷ ବିଶ୍ୱାଳ, ପ୍ରଦୀପ ରାଉତ, ବିଶ୍ୱନାଥ ଜେନା ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri