ରାଶନକାର୍ଡ ତାଲିକାଭୁକ୍ତ ହେବେ ମହିମା ସାଧୁ

ଢେଙ୍କାନାଳ ଅଫିସ, ୨୭।୪: ଲକ୍‌ଡାଉନ୍‌ ନିୟମ କଡ଼ାକଡ଼ି କରାଯିବା ପରେ ବିଶ୍ୱପ୍ରସିଦ୍ଧ ମହିମାଧର୍ମ ପୀଠ ଯୋରନ୍ଦାରେ ରହୁଥିବା ସାଧୁସନ୍ନ୍ୟାସୀଙ୍କ ସମସ୍ୟା ବଢ଼ିଛି। ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଥିବାରୁ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚତ୍ବାରେ ଅସୁବିଧା ସୃଷ୍ଟି ହୋଇଛି। ଏହାର ସମାଧାନ ଲାଗି ଉଦ୍ୟମ କରିଛନ୍ତି ବିଧାୟକ ସୁଧୀର କୁମାର ସାମଲ। ରବିବାର ବିଧାୟକ ଯୋରନ୍ଦାରେ ପହଞ୍ଚତ୍ ମହିମା ସନ୍ନ୍ୟାସୀଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ସାଙ୍ଗକୁ ମାସ୍କ ପ୍ରଦାନ କରିଛନ୍ତି। ମହିମାଧର୍ମର ପ୍ରଚାରରେ ନିଜକୁ ସମର୍ପିତ କରିଥିବା ସାଧୁସନ୍ନ୍ୟାସୀମାନଙ୍କୁ ରାଶନକାର୍ଡ ତାଲିକାଭୁକ୍ତ କରିବାକୁ ଯଥାସମ୍ଭବ ଉଦ୍ୟମ ଜାରି ରହିଛି। ଏ ସମ୍ପର୍କରେ ଜିଲାପାଳ ଏବଂ ପିଡିଙ୍କ ସହ ଆଲୋଚନା କରିଥିବା ବିଧାୟକ ସୂଚନା ଦେଇଛନ୍ତି।
ବିଧାୟକ ପ୍ରଥମେ ମହିମାଗାଦିସ୍ଥିତ ସତ୍ୟ ଧର୍ମଧାମ ମହିମା ସମାଜର ଆଶ୍ରମକୁ ଯାଇ ସେଠାରେ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ପରେ ସାଧୁଙ୍କ ସୁବିଧା ଲାଗି ଜରୁରୀ ସାମଗ୍ରୀ ଓ ମାସ୍କ ପ୍ରଦାନ କରିଥିଲେ। ଆଲୋଚନା ସମୟରେ ଧର୍ମଧାମ ମହିମା ସମାଜର ସମ୍ପାଦକ ନିତ୍ୟାନନ୍ଦ ବାବା, ସୁବ୍ରତ ବାବା, ଦୀନବନ୍ଧୁ ବାବା, ଭଣ୍ଡାର ରକ୍ଷକ ବିଜୟ ଦାସ ପ୍ରମୁଖ ଉପସ୍ଥିତ ଥିଲେ ା ଏହାପରେ ବିଧାୟକ କୌପୀନଧାରୀ ମହିମା ସମାଜ ଆଶ୍ରମକୁ ଯାଇ ଆବଶ୍ୟକ ସାମଗ୍ରୀ ବଣ୍ଟନ କରିଥିଲେ। ବତି ମନ୍ଦିର ପରିସରରେ ବରିଷ୍ଠ ସନ୍ନ୍ୟାସୀ ଅବିନାଶୀ ବାବାଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ପୀଠ ବାହାରେ ସେ ମହିମା ସାଧୁଙ୍କ ସହ ପ୍ରଦୀପ ପ୍ରଜ୍ୱଳନ କରି ମହାମାରୀ କରୋନାରୁ ବିଶ୍ୱବାସୀଙ୍କୁ ରକ୍ଷା କରିବା ପାଇଁ ପ୍ରାର୍ଥନା କରିଥିଲେ। କାର୍ଯ୍ୟକ୍ରମରେ ଜିଲା ବିଜେଡି କୃଷକ ମୋର୍ଚ୍ଚା ସଭାପତି ନରୋତ୍ତମ ସାହୁ, ଯୋରନ୍ଦା ସରପଞ୍ଚ ପ୍ରଶାନ୍ତ କୁମାର ରାଉତ, ବିଧାୟକଙ୍କ ପ୍ରତିନିଧି ଦେବାଶିଷ ମିଶ୍ର, ନିରାକାର ରାଉତ, ସନ୍ତୋଷ ବିଶ୍ୱାଳ, ପ୍ରଦୀପ ରାଉତ, ବିଶ୍ୱନାଥ ଜେନା ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଶାହାଙ୍କ ସଭାରେ ପଦ୍ମ ଧରିଲେ ପ୍ରବୋଧ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଟିକେଟ କଟିବା ପରେ କିଛି ଦିନ ପରେ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri