Posted inଭଦ୍ରକ

ରାଶନକାର୍ଡ ପରେ ଅନ୍ତ୍ୟୋଦୟ ଯାଞ୍ଚ

ଭଦ୍ରକ ଅଫିସ, ୧୨।୯- ଭଦ୍ରକ ଜିଲା ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ପିଛା ଛାଡୁନି ବିବାଦ। କିଛିଦିନ ତଳେ ଟୁଇଟ୍‌ର ମାତ୍ର ଦେଢ଼ଘଣ୍ଟା ମଧ୍ୟରେ ଜଣେ ହିତାଧିକାରୀଙ୍କୁ ୯ ମାସର ଚାଉଳ ମିଳିବା ଘଟଣା ଲୋକଙ୍କ ମନରୁ ଲିଭିନି। ଏବେ ପୁଣି ଥରେ ଏହି ପଞ୍ଚାୟତରେ ଅନ୍ତ୍ୟୋଦୟ ଯୋଜନାରେ ପ୍ରିୟାପ୍ରୀତି ତୋଷଣ କରାଯାଇ ଅଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯାଇଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ଧାମନଗର ବ୍ଲକରେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣିରେ ଏ ସମ୍ପର୍କରେ ଅଭିଯୋଗ ହୋଇଥିଲା। ବୁଧବାର ଜିଲା ଯୋଗାଣ ବିଭାଗର ଏକ ସ୍ବତନ୍ତ୍ର ଟିମ୍‌ ବୁଧବାର ଭଗବାନପୁର ପଞ୍ଚାୟତ ପଳିକିରି ଓ ଗୁଆପୋଖରୀରେ ପହଞ୍ଚି ତଦନ୍ତ କରି ଫେରିଛନ୍ତି। ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ନିର୍ଦ୍ଦେଶ କ୍ରମେ ଜିଲା ଅତିରିକ୍ତ ଯୋଗାଣ ଅଧିକାରୀ କେଦାର ନାୟକ ଓ ଧାମନଗର ବ୍ଲକ ଯୋଗାଣ ଅଧିକାରୀ ମନୋରଞ୍ଜନ ମହାପାତ୍ର ଏହି ଦୁଇ ଗଁାରେ ପହଞ୍ଚି ନିର୍ଦ୍ଦିଷ୍ଟ ଅଭିଯୋଗର ତଦନ୍ତ କରିଥିଲେ। ଜିଲା ଯୋଗାଣ ଅଧିକାରୀ ମିର୍‌ ରାଜା ଅଲ୍ଲୀଙ୍କ ନିକଟରେ ବୁଧବାର ସନ୍ଧ୍ୟାରେ ଉକ୍ତ ତଦନ୍ତ ରିପୋର୍ଟ ପ୍ରଦାନ କରାଯାଇଥିବା ଜଣାଯାଇଛି।
ଅଭିଯୋଗ ଅନୁଯାୟୀ, ଏହି ପଞ୍ଚାୟତର ବହୁ ଅଯୋଗ୍ୟ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଯୋଜନାରେ ସାମିଲ କରାଯାଇ ଯୋଗ୍ୟମାନଙ୍କୁ ବାଦ୍‌ ଦିଆଯାଇଛି। ଏପରିକି ବହୁ ଚାକିରିଆ, ଦୁଇ ମହଲା ଘର, ଟ୍ରାକ୍ଟର ଓ ବୋଲେରୋ ଥିବା ବ୍ୟକ୍ତିଙ୍କୁ ଏଥିରେ ଉଦ୍ଦେଶ୍ୟମୂଳକ ଭାବେ ସାମିଲ କରାଯାଇଛି। ଗୁରୁବାର ଏହି ଘଟଣାର ତଦନ୍ତ ପାଇଁ ଅନ୍ୟ ଏକ ଟିମ୍‌ ଉକ୍ତ ପଞ୍ଚାୟତ ପରିଦର୍ଶନରେ ଯାଉଥିବା ସୂଚନା ମିଳିଛି। ପଞ୍ଚାୟତର ସମୁଦାୟ ହିତାଧିକାରୀ ଯାଞ୍ଚ ପରେ ଅଧିକାଂଶ ଅଯୋଗ୍ୟ ହିତାଧିକାରୀ ସ୍ପଷ୍ଟ ହେବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri