ରାଶନ କାର୍ଡରୁ ବଞ୍ଚିତ ୧୦ କୁଟିଆ ପରିବାର

ତୁମୁଡ଼ିବନ୍ଧ,୨୬ା୪(ଡି.ଏନ୍‌.ଏ.)- କୁଟିଆ ସମ୍ପ୍ରଦାୟର ସାମଗ୍ରିକ ବିକାଶ ପାଇଁ ସରକାର ସ୍ବତନ୍ତ୍ର ଯୋଜନା କରି ଆସୁଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ହେଉ କି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ ଏହି ସମ୍ପ୍ରଦାୟର ଲୋକଙ୍କ ନିମନ୍ତେ କୌଣସି  ମାନଦଣ୍ଡ ନାହିଁ। ତଥାପି କେତେକ ପରିବାର ଏହି ଯୋଜନାରୁ ବଞ୍ଚିତ ହୋଇଥିବା ଦେଖାଯାଇଛି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ବେଲଘର ପଞ୍ଚାୟତ ବାଟିପଡ଼ା ଗ୍ରାମରେ ୧୦ କୁଟିଆ ପରିବାରକୁ ଖାଦ୍ୟ ସୁରକ୍ଷା ଯୋଜନାରେ ରାଶନ କାର୍ଡ ମିଳି ନ ଥିବା ଜଣାପଡିଛି। ଫଳରେ ଏମାନଙ୍କୁ ପରିବାର ପ୍ରତିପୋଷଣ କରିବା ନିମନ୍ତେ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି।

ବାଟିପଡ଼ାର ଶ୍ରୀକାନ୍ତ ଜାନୀ, ବିପ୍ର ମାଝି, ସାନୁରା ମାଝି, ବଳରାମ ମାଝି, ନବୀନ ମାଝି, ରାଜେନ୍ଦ୍ର ମାଝି, ସରଙ୍ଗୀ ମାଝି, ଉପେନ୍ଦ୍ର ମାଝି, ନିକୁ ମାଝି ଓ ପ୍ରଦନ ମାଝିଙ୍କୁ ରାଶନ କାର୍ଡ  ମିଳିନି। ବହୁବାର ଏମାନେ ରାଶନ କାର୍ଡ଼ ପାଇଁ ଆବେଦନ କରିଥିଲେ ମଧ୍ୟ ନିରାଶ ହେବାକୁ ପଡ଼ିଛି। ଓ୍ବାର୍ଡ଼ମେମ୍ବର ତଥା ରାଶନ କାର୍ଡ଼ ପାଇ ନ ଥିବା ବଳରାମ କହିଛନ୍ତି, ଗ୍ରାମରେ କାମଦାମ ନ ଥିଲେ  ପରିବାର ଚଳାଇବା କଷ୍ଟକର ହେଉଛି। ୧୦ ପରିବାର ବହୁବାର ରାଶନ କାର୍ଡ ପାଇଁ  ଆବେଦନ କରିଛୁ। ହେଲେ ଏ ଯାଏ ପାଇପାରିନୁ। ବେଳେ ବେଳେ କାମ ନ ମିଳିଲେ ପୂରା ପରିବାର ଉପାସ ରହୁଛୁ। ତେଣୁ ତୁରନ୍ତ  ଆମମାନଙ୍କୁ ରାଶନ କାର୍ଡ ଦିଆଯାଉ ବୋଲି ସେ କହିଛନ୍ତି। ଏ ନେଇ ବିଡିଓ ଜୟଦେବ ଦାସଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି, କୁଟିଆ କନ୍ଧ ଉନ୍ନୟନ ସଂସ୍ଥା ଅଞ୍ଚଳରେ କେତେ ପରିବାର ରାଶନ  କାର୍ଡ ପାଇନାହାନ୍ତି  କୁଟିଆ କନ୍ଧ ଉନ୍ନୟନ ସଂସ୍ଥାର ସ୍ବତନ୍ତ୍ର ଅଧିକାରୀଙ୍କୁ ରିପୋର୍ଟ ମଗାଯାଇଥିଲା। ସେ ରିପୋର୍ଟ ଦେଇନାହାନ୍ତି। ଖୁବଶୀଘ୍ର ଉକ୍ତ ରିପୋର୍ଟ ମଗାଇ  ଗରିବ ପରିବାରକୁ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରାଯିବ ବୋଲି ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri