ରାଶନ ଦୋକାନ ସିଲ୍‌ କଲା ପୋଲିସ: ୨ କୋର୍ଟ ଚାଲାଣ

ଦିଗପହଣ୍ଡି,୧୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ମୌଳାଭଣଞ୍ଜା ରାଧାନଗର ଗ୍ରାମର ରାଶନ ଦୋକାନୀ କବିରାଜ ବିଷୋୟୀଙ୍କୁ ଦିଗପହଣ୍ଡି ପୋଲିସ ଶୁକ୍ରବାର କେସ୍‌ ନଂ. ୭୫/୨୦ ଅନୁଯାୟୀ କୋର୍ଟ ଚାଲାଣ କରିଛନ୍ତି। କବିରାଜଙ୍କ ରାଶନ ଦୋକାନକୁ ସାନଖେମୁଣ୍ଡି ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ତଥା ତହସିଲଦାର ଅମିୟ କୁମାର ନାୟକଙ୍କ ଉପସ୍ଥିତିରେ ଦିଗପହଣ୍ଡି ପୋଲିସ ସିଲ୍‌ କରିଦେଇଥିବା ଜଣାପଡ଼ିଛି। ରାଶନ ଦୋକାନରେ ବେଆଇନ ମଦ ବିକ୍ରି ହେଉଥିବା ଅଭିଯୋଗ ମିଳିବା ପରେ ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀ ଗୁରୁବାର ସଦଳବଳ ଚଢ଼ାଉ କରିଥିଲେ।
ସେହିପରି ସାନଡୁମ୍ବୁଳା ଗ୍ରାମର କେ. ଲିଙ୍ଗରାଜ ଦାସଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଗୁରୁବାର ସନ୍ଧ୍ୟାରେ ଲିଙ୍ଗରାଜ ଗାଁ ରାସ୍ତାର ଏକ ବିଦ୍ୟୁତ୍‌ ଖୁଣ୍ଟ ତଳେ ବେଆଇନ ଭାବେ ମଦ ବିକ୍ରି କରୁଥିଲେ। ଖବର ପାଇ ପୋଲିସ ଟିମ୍‌ ସେଠାରେ ପହଞ୍ଚି ଲିଙ୍ଗରାଜଙ୍କ ବ୍ୟାଗ୍‌ରୁ ୨୦ଟି ବିଦେଶୀ ମଦ ବୋତଲ ଓ ୪୭ଟି ଦେଶୀ ମଦ ପାଉଚ ଜବତ କରିଥିଲା। କେସ୍‌ ନଂ. ୭୬/୨୦ରେ ଅନୁଯାୟୀ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ତଦନ୍ତକାରୀ ପୋଲିସ ଅଧିକାରୀ ଏସ୍‌ଆଇ ମାଧବ ଚନ୍ଦ୍ର ଟାକରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri