ରାଶନ ସାମଗ୍ରୀ ହଡ଼ପ ଅଭିଯୋଗ: ମୃତକଙ୍କ ନାମରେ ଉଠୁଛି ଚାଉଳ

ବଇଣ୍ଡା, ୧୭ା୫(ଡି.ଏନ.ଏ.)- ଗରିବ ଲୋକଙ୍କୁ ସରକାର ରାଶନ କାର୍ଡ ମାଧ୍ୟମରେ ଚାଉଳ, ଗହମ ଆଦି ଯୋଗାଇ ଦେଉଥିବାବେଳେ ଅନେକ ସମୟରେ ଏଥିରେ ଅନିୟମିତତା ହେଉଥିବା ଖବର ସାମନାକୁ ଆସୁଛି। ଏପରିକି ରାଶନ କାର୍ଡଧାରୀଙ୍କ ମୃତ୍ୟୁ ପରେ ମଧ୍ୟ ସେମାନଙ୍କ ନାମରେ ଚାଉଳ ଉଠାଯାଉଛି, ଯାହା ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୁରୁମଟାପ ପଞ୍ଚାୟତରେ ଦେଖିବାକୁ ମିଳିଛି। ଏହି ପଞ୍ଚାୟତରେ ରାଶନ ସାମଗ୍ରୀ ଯୋଗାଣରେ ବ୍ୟାପକ ହେରଫେର ହେଉଥିବା ସରପଞ୍ଚ ସୁମନ୍ତ କୁମାର ବେହେରା ଶନିବାର ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି
ଅଭିଯୋଗ ମୁତାବକ, କୁରୁମଟାପ ପଞ୍ଚାୟତ ଅଧୀନରେ ଥିବା କେତେକ ଡିଲର ରାଶନ କାର୍ଡ ଯୋଗାଇଦେବାରେ ଅନିୟମିତତା କରୁଛନ୍ତି। ବିଶେଷ କରି ଚାଉଳ, ଗହମ ବଣ୍ଟନ ବେଳେ ଓଜନରେ ହିତାଧିକାରୀଙ୍କୁ ଠକୁଛନ୍ତି। ଅନେକ ହିତାଧିକାରୀଙ୍କ ନାମରେ ଚାଉଳ ଆସୁଥିବାବେଳେ ସେମାନଙ୍କ ଆଧାର କାର୍ଡ ରାଶନ କାର୍ଡରେ ସଂଯୋଗ କରାଯାଇନାହିଁ। ଫଳରେ ସମ୍ପୃକ୍ତ ହିତାଧିକାରୀଙ୍କୁ ଡିଲର ଚାଉଳ ଦେଉନାହାନ୍ତି। ସେହିପରି ବରପାଲି ଗ୍ରାମର ଦୀନବନ୍ଧୁ ରାଉଳଙ୍କ ୨୦୧୫ରେ ଏବଂ ମନ୍ଦରବାହାଳ ଗ୍ରାମର ସୁବାସ ପ୍ରଧାନଙ୍କ ୨୦୧୭ରେ ମୃତ୍ୟୁ ଘଟିସାରିଥିବାବେଳେ ଉଭୟଙ୍କ ନାମରେ ଡିଲର ଚାଉଳ ଉଠାଇ ହଡ଼ପ କରୁଛନ୍ତି। କେବଳ ଏତିକି ନୁହେଁ ପଞ୍ଚାୟତର ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ମୃତ ବ୍ୟକ୍ତିଙ୍କ ନାମରେ ରାଶନ ସାମଗ୍ରୀ ଉଠାଯାଇ ଏହାକୁ ହଡ଼ପ କରାଯାଉଥିବା ସାଧାରଣରେ ଅଭିଯୋଗ ହୋଇଛି ଏଥିପ୍ରତି ଜିଲାପାଳ ଦୃଷ୍ଟି ଦେଇ ଭିଜିଲାନ୍ସ ତଦନ୍ତ କରାଯିବାକୁ ଦାବି ହୋଇଛି। ଏ ସମ୍ପର୍କରେ ଆଠମଲ୍ଲିକ ଉପଖଣ୍ଡ ଯୋଗାଣ ଅଧିକାରୀ ଦାଶରଥି ସୋରେନ କୁହନ୍ତି, ମୃତ ବ୍ୟକ୍ତିଙ୍କ ନାମରେ ଚାଉଳ ଉଠାଣ ଘଟଣା ନଜରକୁ ଆସିନାହିଁ। ଏ ଦିଗରେ ତଦନ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri