Posted inRasifala

ରାଶିଫଳ: ଅକ୍ଟୋବର ୨୮ ତାରିଖ, ସୋମବାର – Daily Horoscope

ମେଷ
କୃତ୍ତିକା ନକ୍ଷତ୍ର ସକାଶେ ଆଜି ବିଭିନ୍ନ ପ୍ରକାର ସମସ୍ୟାକୁ କେନ୍ଦ୍ରକରି ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ। ଆଜି ଏହିପରି କେତେକ କାମ ବାଧ୍ୟ ବାଧକତାରେ କରିବାକୁ ପଡ଼ିବ, ଯାହାକି ବହୁ ବିଳମ୍ବରେ ସମସ୍ୟା ଭିତରେ ସମ୍ପନ୍ନ ହେବା ସୂଚନା ରହିଛି । ଘର କଥା ହେଉ କିମ୍ବା କର୍ମକ୍ଷେତ୍ର ସବୁ କାମ ଗୋଳିଆ ରହିବ।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ମତଭେଦ କାରଣରୁ ପାରିବାରିକ ଅସ୍ଥିରତା ସଙ୍ଗକୁ କର୍ମକ୍ଷେତ୍ର ମଧ୍ୟ ସମସ୍ୟା ବହୁଳ ରହିବ। ଆଜି ସହକର୍ମୀଙ୍କ ସହାୟତାରେ ଅର୍ଥଲାଭ ସଙ୍ଗକୁ ଭ୍ରମଣ ସୁଯୋଗ ଜୁଟିପାରେ। ଘରର କେତେକ ବ୍ୟତିକ୍ରମ ବିଷୟକୁ ନେଇ ଚିନ୍ତା ପ୍ରକଟ କରି ପାରନ୍ତି। କମ୍ପାନୀ କାମରେ ମାଲିକ ସହ ଛୋଟ କଥାରୁ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ।
ମିଥୁନ
ମିଥୁନ
ଅଧିକାଂଶ ସମୟରେ ଭୁଲ୍‌ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ । କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ । ପୁନର୍ବସୁ ନକ୍ଷତ୍ର କୌଣସି ଶୁଣା ଖବରକୁ ନେଇ ସନ୍ତାନ ହେତୁକ ମାନସିକ ଆଘାତ ପାଇପାରନ୍ତି। ପରିବହନ, ବ୍ୟବସାୟ, ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ଉନ୍ନତ ମାନର ଫଳ ମିଳିବ ।
କର୍କଟ
କର୍କଟ
ଭାବପ୍ରବଣତାବଶତଃ ଆଜି ଅନେକ କାଳ୍ପନିକ ଆଶା ଓ କାମନା ମନ ଭିତରେ ଉଜ୍ଜୀବିତ ହୋଇପାରେ । ଅଶ୍ଳେଷା ନକ୍ଷତ୍ର ବିଭିନ୍ନ କ୍ଷେତ୍ରରୁ ଅର୍ଥ ପାଇବେ ସତ, କିନ୍ତୁ ମାନସିକ ଶାନ୍ତି ହରାଇବେ। ଧର୍ମସଙ୍କଟରେ ପଡ଼ି କେତେକ କ୍ଷେତ୍ରରେ ଠିକ୍‌ ନିଷ୍ପତ୍ତି ଆପଣ ନେଇପାରିବେ ନାହିଁ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ।
ସି˚ହ
ସି˚ହ
ଆଜିର ପ୍ରତିଯୋଗିତା କ୍ଷେତ୍ରରେ କୌଶଳରେ କାମ ହାସଲ କରିବା ସହ ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ହେବେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ସାମାନ୍ୟ ବିଳମ୍ବରେ ପାଇଯିବେ । କର୍ମକ୍ଷେତ୍ରରେ ବାଧା ଉପୁଜିବ ତଥାପି କାମ ଅଟକିବ ନାହିଁ । ମଘା ନକ୍ଷତ୍ରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନ ପାରେ ।
କନ୍ୟା
ଆଜି ଯାହାକୁ ଯାହା କହିବେ କିମ୍ବା କରିବେ ପ୍ରତ୍ୟେକ କାମରେ ସଫଳତା ଅବଶ୍ୟମ୍ଭାବୀ । ଦୀର୍ଘଦିନର ଚେଷ୍ଟା ପରେ ଋଣସୂତ୍ରରେ ଆଜ  ହିଁ ଅର୍ଥଲାଭ କରିବେ । ଶିଳ୍ପ,ବାଣିଜ୍ୟରେ ପ୍ରତିବନ୍ଧକ ଓ ଯାତ୍ରାରେ ଦୁ ଶ୍ଚିନ୍ତା ବଢ଼ିପାରେ । ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରି ପାରନ୍ତି। ଚି ତ୍ରା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ସାବଧାନତା ଅବଲମ୍ବନ କରିବା ଭଲ ହେବ ।
ତୁଳା
ତୁଳା
ଆକସ୍ମିକ ଭାବରେ ଦୀର୍ଘଦିନର ସମ୍ପର୍କର ସୂତ୍ର ଛିନ୍ନ ହେବାର ସୂଚନା ପ୍ରତି ସାବଧାନ ରହିବା ଭଲ ହେବ । ପ୍ରତ୍ୟେକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳା ସାଙ୍ଗକୁ କାଳ କ୍ଷେପଣ ନୀତି ହେତୁ ସଫଳତା ପାଇବା କଷ୍ଟକର ହୋଇ ପଡ଼ିବ । ବିଶାଖା ନକ୍ଷତ୍ର କେତେକ କାମରେ ମନଦେଇ କାମଟିକୁ ପୂରା ନ କରିବା ଯାଏଁ ଛାଡ଼ିବେ ନାହିଁ ।
ବିଛା
ବିଛା
କର୍ମକ୍ଷେତ୍ରରେ ମଧ୍ୟାହ୍ନ ପରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ଜ୍ୟେଷ୍ଠା ନକ୍ଷତ୍ର ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ବିଜୟୀ ହେବେ । ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣକରି ଉପକୃତ ହୋଇପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ଅନ୍ୟମାନଙ୍କ ସକାଶେ ଯେତେ ଉଦାର ମନୋଭାବ ପୋଷଣକଲେ ମଧ୍ୟ ସେମାନଙ୍କ ଚିନ୍ତାଧାରାକୁ ବଦଳାଇବା ସମ୍ଭବପର ହେବନାହିଁ । ଯେତେ ଆଗୁଆ ପଦକ୍ଷେପ ଗ୍ରହଣ କଲେ ମଧ୍ୟ ଶାରୀରିକ ସୁସ୍ଥତା ଫେରିପାଇବେ ତଥାପି ଏଥିପାଇଁ ଖର୍ଚ୍ଚାନ୍ତ ସହ ବିଶେଷ ହଇରାଣ ହେବାକୁ ପଡ଼ିପାରେ । ପାରିବାରିକ, ପରିବହନ ପ୍ରଭୃତିରୁ ଆଶାଜନକ ଫଳ ମିଳିବ ।
ମକର
ମକର
ପରିବାରରେ ଭୁଲ୍‌ ବୁଝାମଣା ନେଇ ଅଶାନ୍ତି ଓ କର୍ମକ୍ଷେତ୍ରରେ ବନ୍ଧୁ କିମ୍ବା ସହକର୍ମୀମାନଙ୍କ ସହ ତିକ୍ତତା ଦେଖାଦେଇପାରେ । ଧନିଷ୍ଠା ନକ୍ଷତ୍ର ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇପାରନ୍ତି।
କୁମ୍ଭ
କୁମ୍ଭ
କାର୍ଯ୍ୟକ୍ଷେତ୍ରରେ ନିଜ ଲୋକମାନଙ୍କ କାର୍ଯ୍ୟକଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । କୌଣସି ବନ୍ଧୁଙ୍କ ମାଧ୍ୟମରେ ସକାଳ ସମୟରେ ବହୁ ପ୍ରତୀକ୍ଷିତ ଶୁଭଖବର ପାଇପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ପ୍ରକାଶ କରିପାରନ୍ତି।
ମୀନମୀନ
ଦୀର୍ଘଦିନର ଅଭିଳାଷ ପୂରଣ ହେବା ସାଙ୍ଗକୁ ଆର୍ଥିକ ଉନ୍ନତିର ମାର୍ଗ ସୁଗମ ହୋଇଯିବ । ଗତକାଲିଠାରୁ ଚେଷ୍ଟା କରୁଥିବା କାମଗୁଡ଼ିକ ଆଜି ଅପରାହ୍ନେ ଠିକ୍‌ ଭାବରେ ସମ୍ପନ୍ନ ହେବ । ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ । ବନ୍ଧୁଙ୍କ ସହାୟତାରେ ସାଙ୍ଗଠନିକ କାର୍ଯ୍ୟ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri