Posted inRasifala

ରାଶିଫଳ: ଅକ୍ଟୋବର ୨୮ ତାରିଖ, ସୋମବାର – Daily Horoscope

ମେଷ
କୃତ୍ତିକା ନକ୍ଷତ୍ର ସକାଶେ ଆଜି ବିଭିନ୍ନ ପ୍ରକାର ସମସ୍ୟାକୁ କେନ୍ଦ୍ରକରି ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ। ଆଜି ଏହିପରି କେତେକ କାମ ବାଧ୍ୟ ବାଧକତାରେ କରିବାକୁ ପଡ଼ିବ, ଯାହାକି ବହୁ ବିଳମ୍ବରେ ସମସ୍ୟା ଭିତରେ ସମ୍ପନ୍ନ ହେବା ସୂଚନା ରହିଛି । ଘର କଥା ହେଉ କିମ୍ବା କର୍ମକ୍ଷେତ୍ର ସବୁ କାମ ଗୋଳିଆ ରହିବ।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ମତଭେଦ କାରଣରୁ ପାରିବାରିକ ଅସ୍ଥିରତା ସଙ୍ଗକୁ କର୍ମକ୍ଷେତ୍ର ମଧ୍ୟ ସମସ୍ୟା ବହୁଳ ରହିବ। ଆଜି ସହକର୍ମୀଙ୍କ ସହାୟତାରେ ଅର୍ଥଲାଭ ସଙ୍ଗକୁ ଭ୍ରମଣ ସୁଯୋଗ ଜୁଟିପାରେ। ଘରର କେତେକ ବ୍ୟତିକ୍ରମ ବିଷୟକୁ ନେଇ ଚିନ୍ତା ପ୍ରକଟ କରି ପାରନ୍ତି। କମ୍ପାନୀ କାମରେ ମାଲିକ ସହ ଛୋଟ କଥାରୁ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ।
ମିଥୁନ
ମିଥୁନ
ଅଧିକାଂଶ ସମୟରେ ଭୁଲ୍‌ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ । କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ । ପୁନର୍ବସୁ ନକ୍ଷତ୍ର କୌଣସି ଶୁଣା ଖବରକୁ ନେଇ ସନ୍ତାନ ହେତୁକ ମାନସିକ ଆଘାତ ପାଇପାରନ୍ତି। ପରିବହନ, ବ୍ୟବସାୟ, ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ଉନ୍ନତ ମାନର ଫଳ ମିଳିବ ।
କର୍କଟ
କର୍କଟ
ଭାବପ୍ରବଣତାବଶତଃ ଆଜି ଅନେକ କାଳ୍ପନିକ ଆଶା ଓ କାମନା ମନ ଭିତରେ ଉଜ୍ଜୀବିତ ହୋଇପାରେ । ଅଶ୍ଳେଷା ନକ୍ଷତ୍ର ବିଭିନ୍ନ କ୍ଷେତ୍ରରୁ ଅର୍ଥ ପାଇବେ ସତ, କିନ୍ତୁ ମାନସିକ ଶାନ୍ତି ହରାଇବେ। ଧର୍ମସଙ୍କଟରେ ପଡ଼ି କେତେକ କ୍ଷେତ୍ରରେ ଠିକ୍‌ ନିଷ୍ପତ୍ତି ଆପଣ ନେଇପାରିବେ ନାହିଁ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ।
ସି˚ହ
ସି˚ହ
ଆଜିର ପ୍ରତିଯୋଗିତା କ୍ଷେତ୍ରରେ କୌଶଳରେ କାମ ହାସଲ କରିବା ସହ ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ହେବେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ସାମାନ୍ୟ ବିଳମ୍ବରେ ପାଇଯିବେ । କର୍ମକ୍ଷେତ୍ରରେ ବାଧା ଉପୁଜିବ ତଥାପି କାମ ଅଟକିବ ନାହିଁ । ମଘା ନକ୍ଷତ୍ରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନ ପାରେ ।
କନ୍ୟା
ଆଜି ଯାହାକୁ ଯାହା କହିବେ କିମ୍ବା କରିବେ ପ୍ରତ୍ୟେକ କାମରେ ସଫଳତା ଅବଶ୍ୟମ୍ଭାବୀ । ଦୀର୍ଘଦିନର ଚେଷ୍ଟା ପରେ ଋଣସୂତ୍ରରେ ଆଜ  ହିଁ ଅର୍ଥଲାଭ କରିବେ । ଶିଳ୍ପ,ବାଣିଜ୍ୟରେ ପ୍ରତିବନ୍ଧକ ଓ ଯାତ୍ରାରେ ଦୁ ଶ୍ଚିନ୍ତା ବଢ଼ିପାରେ । ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରି ପାରନ୍ତି। ଚି ତ୍ରା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ସାବଧାନତା ଅବଲମ୍ବନ କରିବା ଭଲ ହେବ ।
ତୁଳା
ତୁଳା
ଆକସ୍ମିକ ଭାବରେ ଦୀର୍ଘଦିନର ସମ୍ପର୍କର ସୂତ୍ର ଛିନ୍ନ ହେବାର ସୂଚନା ପ୍ରତି ସାବଧାନ ରହିବା ଭଲ ହେବ । ପ୍ରତ୍ୟେକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳା ସାଙ୍ଗକୁ କାଳ କ୍ଷେପଣ ନୀତି ହେତୁ ସଫଳତା ପାଇବା କଷ୍ଟକର ହୋଇ ପଡ଼ିବ । ବିଶାଖା ନକ୍ଷତ୍ର କେତେକ କାମରେ ମନଦେଇ କାମଟିକୁ ପୂରା ନ କରିବା ଯାଏଁ ଛାଡ଼ିବେ ନାହିଁ ।
ବିଛା
ବିଛା
କର୍ମକ୍ଷେତ୍ରରେ ମଧ୍ୟାହ୍ନ ପରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ଜ୍ୟେଷ୍ଠା ନକ୍ଷତ୍ର ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ବିଜୟୀ ହେବେ । ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣକରି ଉପକୃତ ହୋଇପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ଅନ୍ୟମାନଙ୍କ ସକାଶେ ଯେତେ ଉଦାର ମନୋଭାବ ପୋଷଣକଲେ ମଧ୍ୟ ସେମାନଙ୍କ ଚିନ୍ତାଧାରାକୁ ବଦଳାଇବା ସମ୍ଭବପର ହେବନାହିଁ । ଯେତେ ଆଗୁଆ ପଦକ୍ଷେପ ଗ୍ରହଣ କଲେ ମଧ୍ୟ ଶାରୀରିକ ସୁସ୍ଥତା ଫେରିପାଇବେ ତଥାପି ଏଥିପାଇଁ ଖର୍ଚ୍ଚାନ୍ତ ସହ ବିଶେଷ ହଇରାଣ ହେବାକୁ ପଡ଼ିପାରେ । ପାରିବାରିକ, ପରିବହନ ପ୍ରଭୃତିରୁ ଆଶାଜନକ ଫଳ ମିଳିବ ।
ମକର
ମକର
ପରିବାରରେ ଭୁଲ୍‌ ବୁଝାମଣା ନେଇ ଅଶାନ୍ତି ଓ କର୍ମକ୍ଷେତ୍ରରେ ବନ୍ଧୁ କିମ୍ବା ସହକର୍ମୀମାନଙ୍କ ସହ ତିକ୍ତତା ଦେଖାଦେଇପାରେ । ଧନିଷ୍ଠା ନକ୍ଷତ୍ର ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇପାରନ୍ତି।
କୁମ୍ଭ
କୁମ୍ଭ
କାର୍ଯ୍ୟକ୍ଷେତ୍ରରେ ନିଜ ଲୋକମାନଙ୍କ କାର୍ଯ୍ୟକଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । କୌଣସି ବନ୍ଧୁଙ୍କ ମାଧ୍ୟମରେ ସକାଳ ସମୟରେ ବହୁ ପ୍ରତୀକ୍ଷିତ ଶୁଭଖବର ପାଇପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ପ୍ରକାଶ କରିପାରନ୍ତି।
ମୀନମୀନ
ଦୀର୍ଘଦିନର ଅଭିଳାଷ ପୂରଣ ହେବା ସାଙ୍ଗକୁ ଆର୍ଥିକ ଉନ୍ନତିର ମାର୍ଗ ସୁଗମ ହୋଇଯିବ । ଗତକାଲିଠାରୁ ଚେଷ୍ଟା କରୁଥିବା କାମଗୁଡ଼ିକ ଆଜି ଅପରାହ୍ନେ ଠିକ୍‌ ଭାବରେ ସମ୍ପନ୍ନ ହେବ । ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ । ବନ୍ଧୁଙ୍କ ସହାୟତାରେ ସାଙ୍ଗଠନିକ କାର୍ଯ୍ୟ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri