Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୨୪ ତାରିଖ – Daily Horoscope

ମେଷ
ଆଜି ଏକାଧାରରେ କାର୍ଯ୍ୟସିଦ୍ଧି ସାଙ୍ଗକୁ ହସଖୁସିରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ଦୂରାଗତ ବନ୍ଧୁଙ୍କର କେତେକ ସମସ୍ୟା ସମାଧାନ ପାଇଁ ନିଜକୁ କିଛି କରିବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ର ବୁଝାମଣା ଭିତ୍ତିରେ ଶୃଙ୍ଖଳିତ ରହିବା ସହ ଆର୍ଥିକ ସମସ୍ୟାର ବିକଳ୍ପ ବ୍ୟବସ୍ଥା କରିପାରନ୍ତି।
ବୃଷ
ବୃଷ
କଥା ଚାତୁରି ମାଧ୍ୟମରେ ଭାଇ,ବନ୍ଧୁ ତଥା ଅଜଣା ଅଶୁଣା ଲୋକମାନଙ୍କୁ ମନେଇବାରେ ସଫଳ ହେବେ ଯାହାକି ଆଗାମୀ ସମୟ ପାଇଁ କାମରେ ଆସିବ। ଅଫିସରେ କେତେକ ଅଟକି ରହିଥିବା ଫାଇଲ୍‌ କାମ ତାହାର କାରଣ ହୋଇପାରେ। ଶିଳ୍ପ ଓ ବାଣିଜ୍ୟ, ଗୃହାରମ୍ଭ, ଆନୁଷ୍ଠାନିକ କାମରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି।
ମିଥୁନ
ମିଥୁନ
ଅର୍ଥନୈତିକ ପ୍ରଗତି ସହ ସାମାଜିକ ପ୍ରତିଷ୍ଠା ମନୋବଳ ବୃଦ୍ଧିରେ ସହାୟକ ହେବ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି। ଅଫିସ୍‌ରେ କିମ୍ବା ସଭାସମିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେଇପାରନ୍ତି।
କର୍କଟ
କର୍କଟ
ପରିବାରରେ ସାମୟିକ ଭୁଲ୍‌ ବୁଝାମଣା କାରଣରୁ ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ନୂତନ ପ୍ରକଳ୍ପାରମ୍ଭ ସକାଶେ ବ୍ୟୟ ଅଟକଳ କରିବେ ଏବଂ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମାନଙ୍କ ସାହାଯ୍ୟ ଲାଭକରି ପୁଷ୍ୟା ନକ୍ଷତ୍ର କାର୍ଯ୍ୟ ହାସଲ କରିବାରେ ସମର୍ଥ ହେବେ।
ସି˚ହ
ସି˚ହ
ଆଜି ଯେଉଁ କାମ କରନ୍ତୁନା କାହିଁକି ବହୁ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବାକୁ ପଡ଼ିବ । କୌଣସି ବନ୍ଧୁ ରାଗ ଶୁଝାଇବାକୁ ଯାଇ କଅଁଳ ଭାଷାରେ ମରମ କଥା କହି ଠିକଣା ସମୟରେ ପ୍ରତିଶୋଧ ନେବେ। ପଛକଥା ନ ଭାବି ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ। ପରିବାରରେ ସ୍ତ୍ରୀ କିମ୍ବା ସ୍ବାମୀଙ୍କ ସହମତିରେ କାମକଲେ ଉପକୃତ ହେବେ।
କନ୍ୟା
ଆର୍ଥିକ ସ୍ଥିତି ମନ୍ଦ ନ ହେଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ସମସ୍ୟା ବଢ଼ି ବଢ଼ିଯାଉଥିବାରୁ ଦୁର୍ଭାବନା ବଢ଼ିଚାଲିବ। ପରୋକ୍ଷ ଶତ୍ରୁତାରୁ ବାରମ୍ବାର ବିଫଳତା କାରଣରୁ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେନାହିଁ । ଫାଇଦା ହାସଲ ପାଇଁ ବନ୍ଧୁମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି।
ତୁଳା
ତୁଳା
ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ନିକଟବର୍ତ୍ତୀ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନଙ୍କ ସାହାଯ୍ୟରେ ହଠାତ୍‌ ହୋଇଯିବ। ସତର୍କତା ରକ୍ଷା ନ କଲେ ନିଜ ଲୋକମାନେ ବିଶ୍ୱାସଘାତକତାରୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବା ସାଙ୍ଗକୁ ବିଭିନ୍ନ ପ୍ରକାର ସମସ୍ୟା ରହିଥିଲେ କାମ କରିବାକୁ ପଛାଇବେ ନାହିଁ।
ବିଛା
ବିଛା
ଦିନସାରା ଦୃଢ଼ ମନୋବଳ ନେଇ କାମ କରିବେ ଓ ଆର୍ଥିକ ପରିସ୍ଥିତିରେ ସୁଧାର ଆଣିବାରେ ସମର୍ଥ ହେବେ। ଆତ୍ମୀୟମାନେ କ୍ରମଶଃ ଦୂରେଇ ଯାଇପାରନ୍ତି, ଯାହାକି କେତେକ ଆକସ୍ମିକ ସମସ୍ୟା ସୃଷ୍ଟି କରିବ। ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।
ଧନୁ
ଧନୁ
ଆକସ୍ମିକ ଭାବରେ ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ, ତଥାପି ଶେଷ ସମୟରେ ତାହା ସ୍ଥଗିତ ରଖିବାକୁ ବାଧ୍ୟ ହେବେ। ବାହାରେ ଥିବା ସମୟରେ କୌଣସି ଅପ୍ରୀତିକର ଖବର ପାଇ ସକାଳୁ ମନଟା ବିଗିଡ଼ିଯାଇପାରେ । ଏହା ସାଙ୍ଗକୁ ଘରେ ସ୍ତ୍ରୀଙ୍କ ଚିଡ଼ା ସ୍ବଭାବ ପାଇଁ କ୍ଷୁବ୍ଧ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସହାୟତାରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବେ ।
ମକର
ମକର
ଯାତ୍ରା ସମୟରେ ଅନ୍ୟମନସ୍କଜନିତ ଚୋରି, ପକେଟମାର ଅଥବା ଅସାବଧାନତା କାରଣରୁ ଧନହାନି ଅବଶ୍ୟମ୍ଭାବୀ । ମାନସିକ ଅସ୍ଥିରତା କାରଣରୁ ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ଅବଶ୍ୟ ଶ୍ରବଣା ନକ୍ଷତ୍ର ଜାତ ବ୍ୟକ୍ତିମାନଙ୍କର କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାର ବ୍ୟତିକ୍ରମ ମଧ୍ୟରେ ଗତି କରୁଥିବାରୁ ଚିନ୍ତିତ ରହିବେ, ଅତୀତକୁ ଧରିବସିଲେ ବର୍ତ୍ତମାନକୁ ହରାଇବାକୁ ପଡ଼ିପାରେ। ତୀର୍ଥସ୍ଥଳରେ କିମ୍ବା ପ୍ରବାସରେ ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି। ଦୀର୍ଘପଥ ଭ୍ରମଣ ହେତୁ କ୍ଳାନ୍ତି ଦେଖାଦେଇପାରେ। ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହୋଇପାରନ୍ତି।
ମୀନମୀନ
ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବହୁତ ଭଲ ରହିବ ଏବଂ ଆଜି ଆପଣ ଯାହା ଓ ଯେମିତି ଚାହୁଁଛନ୍ତି ତାହା ଅବଶ୍ୟ ପାଇପାରିବେ । ନୂତନ ବନ୍ଧୁ ସମ୍ପର୍କ ସୃଷ୍ଟିରୁ ମନ ଖୁସି ରହିବା ସହ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଋଣ ପରିଶୋଧ,ବକେୟା ପ୍ରାପ୍ତି, ସ୍ଥଗିତ କାମ, ବନ୍ଧୁଙ୍କ ଅନୁରୋଧ ରକ୍ଷାକରି ଆମତ୍ତୃପ୍ତି ଲାଭ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri