Posted inRasifala

ରାଶିଫଳ: ଗୁରୁବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ
ଆଜି ଆତ୍ମୀୟ ସ୍ବଜନଙ୍କ ଗହଣରେ ମନର ଦୁଃଖକୁ ସାମୟିକ ପାସୋରିଦେବେ । ରାଜନୀତିରେ ବହୁତ ଲୋକଙ୍କଠାରୁ ଆଦର ସମ୍ମାନ ପାଇବେ । ପରିବାରରେ କିମ୍ବା ନିଜ ଚତୁଃପାର୍ଶ୍ୱସ୍ଥ ପିଲାମାନଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରୁ ଲାଭବାନ ହେବେ ।
ବୃଷ
ବୃଷ
ଆପଣଙ୍କ ପାଖକୁ ସାହାଯ୍ୟର ଅବାରିତ ସୁଅ ଆପଣାଛାଏଁ ମାଡି ଆସିବ । ଅପେକ୍ଷା କରିଥିବା କାମରେ ନାସ୍ତିସୂଚକ ସୂଚନା ପାଇଲେ ମଧ୍ୟ କାମ କରି ଚାଲନ୍ତୁ, ଅବଶ୍ୟ ବିଳମ୍ବରେ କୃତକାର୍ଯ୍ୟ ହେବେ । ଆକସ୍ମିକ ଭାବେ ମତାନ୍ତରଜନିତ କୌଣସି ବନ୍ଧୁଙ୍କ ପ୍ରତ୍ୟାଗମନ ଯୋଗୁଁ ମଉଜ ମଜଲିସରୁ ଦୂରେଇ ରହିବାକୁ ବାଧ୍ୟ ହେବେ ।
ମିଥୁନ
ମିଥୁନ
ମାନସିକ ସ୍ତରରେ ଉତ୍ସୁକତା ଅନୁଭବ କରିବେ । ନିଜର କଥାର ମଧୁରତା ଅନ୍ୟମାନଙ୍କୁ ଆକର୍ଷିତ କରାଇ ବନ୍ଧୁଙ୍କ ମାଧ୍ୟମରେ କାର୍ଯ୍ୟ ହାସଲ କରାଇବାରେ ସମର୍ଥ ହେବେ । ପାରିବାରିକ କ୍ଷେତ୍ରକୁ ଗୋଳମାଳିଆ କରିପାରେ, ଫଳରେ ଆପଣ ସବୁ ଜାଣିଶୁଣି ମଧ୍ୟ ନୀରବ ରହିପାରିଲେ ଭଲ ହେବ ।
କର୍କଟ
କର୍କଟ
ପାରିବାରିକ ବ୍ୟତିକ୍ରମକୁ ସହୃଦୟତାର ସହ ଗ୍ରହଣ କରିବାକୁ ସ୍ତ୍ରୀ ପ୍ରେରଣା ଦେବେ । କର୍ମକ୍ଷେତ୍ରରେ କୌଣସି ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଲେଖାପଢା, ପ୍ରକାଶନ ଓ ପ୍ରଶାସନ, ଆଇନ, ସଭାସମିତି, ଧାର୍ମିକ ତଥା ଆନୁଷ୍ଠାନିକ କାମରେ ଲକ୍ଷ୍ୟ ପୂରଣ ହେବ ।
ସି˚ହ
ସି˚ହ
ପ୍ରତ୍ୟେକ ପ୍ରକାରର କାମ ସକାଶେ ଅନୁକୂଳ ଫଳ ପ୍ରଦାନ କରିବେ । ଧର୍ମକାର୍ଯ୍ୟ,ବନ୍ଧୁମିଳନ,ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ, ରାଜନୀତି, ଆଇନ, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପ୍ରଦାନ କରିବେ । ପାରିବାରିକ କ୍ଷେତ୍ରରେ ମଧ୍ୟ ବିଭିନ୍ନ ପ୍ରକାରର ପ୍ରତିବନ୍ଧକକୁ ଦୂରେଇବାରେ ସମର୍ଥ ହେବ ।
କନ୍ୟା
ଆଜି ଆପଣ ଅନ୍ୟମାନଙ୍କର ମନ ଧରି କାମ କଲେ ମଧ୍ୟ ସେମାନଙ୍କୁ ସନ୍ତୁଷ୍ଟ କରିପାରିବେ ନାହିଁ । ଅବଶ୍ୟ ବାଣିଜ୍ୟ, ବ୍ୟବସାୟ,ପରିବହନ,ହୋଟେଲ ଶିଳ୍ପ କ୍ଷେତ୍ରରେ ଶୁଭଫଳ ପାଇବେ।  ଗୃହନିର୍ମାଣ, ଜମି କିଣାବିକା, ଗାଡିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିବ । ମଧ୍ୟାହ୍ନରେ ଜଣେ ବନ୍ଧୁଙ୍କ ବ୍ୟବହାରକୁ କେନ୍ଦ୍ର କରି ଝଗଡା ଲାଗିପାରେ ।
ତୁଳା
ତୁଳା
ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ଏକ ପ୍ରକାର ଭଲରେ ଅତିବାହିତ ହେବ।  ନୂତନ କର୍ମାରମ୍ଭ, ସଭାସମିତି, ବନ୍ଧୁମିଳନ, ଆନୁଷ୍ଠାନିକ କାମ ଓ ମନୋରଞ୍ଜନ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ସାହାହ୍ନେ ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ।
ବିଛା
ବିଛା
ଆଳସ୍ୟ ଓ ଅବହେଳାଜନିତ ପ୍ରତ୍ୟେକ କାମକୁ ଶୃଙ୍ଖଳିତ ଭାବରେ କରିପାରିବେ ନାହିଁ । ପିଲା ମାନଙ୍କର କେତେକ ବ୍ୟତିକ୍ରମ ଓ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ । ମକଦ୍ଦମାରେ ଉପକୃତ ହୋଇପାରନ୍ତ । ଆତ୍ମୀୟମାନଙ୍କ ସଦ୍‌ଭାବ ଓ ବନ୍ଧୁ ମାନଙ୍କ ଶୁଭେଚ୍ଛା ସାମୟିକ ଭାବରେ ମନକୁ ଆହ୍ଲାଦିତ କରିବ ।
ଧନୁ
ଧନୁ
ନିଜର ଲୋକମାନେ ଦୂରେଇ ଯିବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ବିବାଦୀୟ ଘଟଣାରେ ନୀରବ ରହିବା ଆପଣଙ୍କ ସକାଶେ ଭଲ ହେବ । ଆର୍ଥିକ ସ୍ଥିତି କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ପ୍ରଭାବିତ ହେବ ନାହିଁ । କୌଣସି ବନ୍ଧୁଙ୍କ ସାହାଯ୍ୟ ଲାଭ କରି ସ୍ଥଗିତ କାମ ହାସଲ କରିବେ ।
ମକର
ମକର
କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଥିବା ସକାଶେ ଅନୁତାପ କରିବାକୁ ପଡିପାରେ । ବନ୍ଧୁମାନଙ୍କ ଅସହିଷ୍ଣୁ ମନୋଭାବରୁ ମାନସିକ ଶାନ୍ତି ବ୍ୟାହତ ହେବାର ଆଶଙ୍କା ରହିଛି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ବିଶେଷ କିଛି ଅସୁବିଧା ହେବନାହିଁ ।
କୁମ୍ଭ
କୁମ୍ଭ
ଆପଣ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । ଆଇନ, କଳା, ସାହିତ, କ୍ରୀଡା, ଚଳଚ୍ଚିତ୍ର ପ୍ରଭୃତିରୁ ପ୍ରଶଂସିତ ହେବେ । ଯାନ୍ତ୍ରିକ ଜିନିଷ, ବିଳାସବ୍ୟସନ ସମ୍ପର୍କିତ ବସ୍ତୁ, ଯାନବାହନ ପ୍ରଭୃତି ପାଇଁ ମନ ବଳାଇବେ । ବନ୍ଧୁମିଳନ, ମାଙ୍ଗଳିକ କାର୍ଯ୍ୟରେ ନିଜକୁ ସହଭାଗିତା କରାଇପାରନ୍ତି ।
ମୀନମୀନ
ମାନସିକ ସୁସ୍ଥତା, ବନ୍ଧୁଙ୍କ ସହୃଦୟତା, ପାରିବାରିକ ସଦ୍‌ଭାବ ପାଇବାରେ କୌଣସି ପ୍ରତିବନ୍ଧକ ରହିବ ନାହିଁ । ଶୁଭେଚ୍ଛୁମାନେ ଆପଣଙ୍କ କାର୍ଯ୍ୟାବଳୀର ଭୂୟସୀ ପ୍ରଶଂସା କରିବା କାରଣରୁ ବନ୍ଧୁ ଗହଣରେ ବହୁ ଚର୍ଚ୍ଚିତ ହେବେ । କିନ୍ତୁ ରେବତୀ ନକ୍ଷତ୍ରର ଅତୀତ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୯ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ର ଭଲ ରହିବ। ପରିବାରର ଆବଶ୍ୟକତାକୁ ଅନୁଭବକରି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...

ରାଶିଫଳ: ବୁଧବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri