Posted inRasifala

ରାଶିଫଳ: ଗୁରୁବାର, ଜୁନ୍‌ ୨୭ ତାରିଖ – Daily Horoscope

ମେଷ
ରାହୁ ନକ୍ଷତ୍ରସ୍ଥ ରବି ଆପଣଙ୍କ ବିଚାରଧାରା ପରିବାରରେ ମୃଦୁ ଗୁଞ୍ଜରଣ ସୃଷ୍ଟି କରିବ। ଅଟକି ରହିଥିବା କାମଗୁଡିକୁ ପୂରାଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ଯାନବାହନ, ଜମିଜମା, କଳକାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ୍‌ ହେବେ। ଫେରିବା ବାଟରେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସୀ ହେବେ।
ବୃଷ
ବୃଷ
ରେବତୀ ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ ନୂତନ ସମ୍ପର୍କ ସୃଷ୍ଟି କରିବାରେ ଅନୁକୂଳ ବାତାବରଣ ସୃଷ୍ଟି କରିବ। ଲୋକଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ । କୌଣସି ଆନୁଷ୍ଠାନିକ କାମ ଲାଗି ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ । ମତଭେଦ କାରଣରୁ ସାଧାରଣ କଥାରେ ସହକର୍ମୀ କ୍ଷୁବ୍ଧ ହୋଇପାରନ୍ତି।
ମିଥୁନ
ମିଥୁନ
ତୃତୀୟାଧିପତିଙ୍କ ରାଶ୍ୟାବସ୍ଥାନ ଯୋଗୁ କିଛି ସାହାଯ୍ୟ ଓ ସହାନୁଭୂତି ମାଧ୍ୟମରେ ଅନ୍ୟମାନଙ୍କୁ ନିଜ ସପକ୍ଷରେ ନେଇ କାମ ହାସଲ କରିବେ। ପାରିବାରିକ କ୍ଷେତ୍ରରେ ସତର୍କରେ ଚଳନ୍ତୁ, ନତୁବା ଝମେଲା ଅଧିକ ବଢ଼ିଯାଇପାରେ। ଆଲୋଚନା ପରିସରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। କୌଣସି ନୂତନ ଜିନିଷ କିଣିବାକୁ ମନ ବଳାଇପାରନ୍ତି।
କର୍କଟ
କର୍କଟ
କର୍ମାଧିପତି ବ୍ୟୟାଧିପଯୁକ୍ତ ହେତୁ କର୍ମକ୍ଷେତ୍ରରେ ସ୍ଥାନାନ୍ତର କିମ୍ବା ସରକାରୀ କାମରେ ଦୂରଯାତ୍ରା କରିବାକୁ ପଡ଼ିପାରେ। ଅର୍ଥନୈତିକ ଅଭିବୃଦ୍ଧି ଓ ବୈଷୟିକ ସୁଖ ସମୃଦ୍ଧି ମନକୁ ଖୁସୀ କରିବାରେ ସାହାଯ୍ୟ କରିବ । ପୁରୁଣା ରାଗ ଶୁଝାଇବା ସକାଶେ କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି।
ସି˚ହ
ସି˚ହ
ଦ୍ୱାଦଶାଧିପ ଅଷ୍ଟମସ୍ଥ ହୋଇ ବିପରୀତ ରାଜଯୋଗ ସୃଷ୍ଟି କରୁଥିବାରୁ ସାମାନ୍ୟ ତ୍ୟାଗ ବିନିମୟରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇବା ସହଜସାଧ୍ୟ ହୋଇଯିବ । କର୍ମକ୍ଷେତ୍ର ଭଲ ରହିଲେ ମଧ୍ୟ ପିଲାମାନଙ୍କ କୌଣସି ସମସ୍ୟା ସକାଶେ ମନ ଅସ୍ଥିର ରହିବ । ବାଧ୍ୟବାଧକତାରେ ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ।
କନ୍ୟା
କେନ୍ଦ୍ରସ୍ଥ ଚନ୍ଦ୍ର ଓ ଭାଗ୍ୟସ୍ଥ ଶୁକ୍ର ଯୋଗୁ ଯେତେ ପ୍ରକାରର ସମସ୍ୟା ଆସିଲେ ମଧ୍ୟ ପ୍ରତ୍ୟେକ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବେ। ଉପରିସ୍ଥଙ୍କ ଆଲୋଚନା ବିଷୟରେ କାହାଠାରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ବାଣିଜ୍ୟ, ବ୍ୟବସାୟରୁ ଅର୍ଥନୈତିକ ଓ ପାରିବାରିକ କ୍ଷେତ୍ର ପ୍ରାୟତଃ ଭଲ ରହିବ।
ତୁଳା
ତୁଳା
ଛୋଟ ବଡ଼ ସମସ୍ୟା ରହିଥିଲେ ମଧ୍ୟ ଆନୁଷଙ୍ଗିକ ସୁବିଧା ସୁଯୋଗ ଲାଭକରି କାମ ହାସଲ କରିବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଶନି ଦୃଷ୍ଟିରେ ରବି ଓ ରାହୁ ଯୋଗୁ ରାଜନୀତିରେ ବିରୋଧୀ ପକ୍ଷ ସକ୍ରିୟ ହୋଇଉଠିବେ। ପରିବାର କିମ୍ବା ଆନୁଷ୍ଠାନିକ କାମରେ ରହିଥିବା ସମସ୍ୟା ସମାଧାନ କରିବାରେ ସଫଳ ହେବେ ।
ବିଛା
ବିଛା
ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବହୁତ ଭଲରେ ଅତିବାହିତ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଙ୍ଗୀତ ଓ ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତ ହେବେ ା ସାଙ୍ଗଠନିକ କାର୍ଯ୍ୟ, ସଭାସମିତି, ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି। ପରିସ୍ଥିତିରେ ପଡ଼ି ଗୁଡ଼ିଏ ଟଙ୍କା ଖର୍ଚ୍ଚକରି ମନସ୍ତାପ କରିପାରନ୍ତି।
ଧନୁ
ଧନୁ
କୌଣସି ଅଭାବ ନ ଥିଲେ ମଧ୍ୟ ବିଭିନ୍ନ ଦୁଶ୍ଚିନ୍ତା ମନକୁ ଭାରାକ୍ରାନ୍ତ କରି ରଖିବ ା ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବା ସକାଶେ ପ୍ରଯନତ୍ କରି ସଫଳତା ପାଇପାରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି ପରିଲକ୍ଷିତ ହେବ। କର୍ମକ୍ଷେତ୍ରରେ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିପାରନ୍ତି।
ମକର
ମକର
ଗ୍ରହ ସମାମ୍ୟତା କାରଣରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ଅନୁକମ୍ପା ଅପୂରଣୀୟ କାମନାକୁ କର୍ମକ୍ଷମ କରାଇବାରେ ସାହାଯ୍ୟ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ, କିନ୍ତୁ ଶାରୀରିକ ପରିଶ୍ରମଜନିତ ପୀଡ଼ା ଅନୁଭବ କରିବେ। ସାମାଜିକସ୍ତରରେ ସମ୍ମାନଜନକ ସ୍ଥିତିରେ ରହିବେ।
କୁମ୍ଭ
କୁମ୍ଭ
ଦୁର୍ବଳ କର୍ମାଧିପ ଦୁଃସ୍ଥାନସ୍ଥ ଯୋଗୁ କାର୍ଯ୍ୟକ୍ଷେତ୍ରରେ ଟେନ୍‌ସନ ଲାଗି ରହିବ। ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ପାରିବାରିକ ଜୀବନରେ ଉଚିତ ବୁଝାମଣା ରହିବା ଯୋଗୁ ସାମୟିକ ମନ ଖୁସୀ ରହିପାରେ। ଆଜିର ଯାତ୍ରା, ନୂତନ କର୍ମାରମ୍ଭ ଓ ବନ୍ଧୁଙ୍କ ସହ ଆଲୋଚନା ଭଲ ରହିବ।
ମୀନମୀନ
ଭାବପ୍ରବଣତାବଶତଃ ମାନସିକ ଅସ୍ଥିରତା କାମଗୁଡିକୁ ବିକ୍ଷିପ୍ତ କରିଦେଇପାରେ। ଅତି ନିକଟତମ ଆମତ୍ୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ହେତୁ ଆଶ୍ୱସ୍ତି ଅନୁଭବ କରିବେ। ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଆକସ୍ମିକ ଭାବେ ଗସ୍ତ କାଯର୍‌ୟକ୍ରମ ବଦଳି ଯାଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri