Posted inRasifala

ରାଶିଫଳ: ଗୁରୁବାର, ଜୁନ୍ ୪ ତାରିଖ – Daily Horoscope

ମେଷ
ଯେଉଁ କାମ ଆଜି ଆରମ୍ଭ କରିବେ ସେଥିରେ ନିଶ୍ଚିତ ସଫଳତା ପାଇବେ । ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ । ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇଯିବେ । ପିଲାମାନଙ୍କ ଉଚ୍ଚ ଶିକ୍ଷା ସକାଶେ ଦ୍ୱନ୍ଦ୍ୱାତ୍ମକ ସ୍ଥିତି ସୃଷ୍ଟି ହେବ ।
ବୃଷ
ବୃଷ
ଉଚ୍ଚାଂଶରେ ମଙ୍ଗଳ ଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ । ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ରହିବ କିନ୍ତୁ ସମ୍ମୁଖରେ କିଛି ବିି କହିପାରିବେ ନାହିଁ । ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି କରିବେ, କିନ୍ତୁ ପରିବହନରେ ଝଗଡ଼ାର ସମ୍ଭାବନା ରହିଛି ।
ମିଥୁନ
ମିଥୁନ
ରାହୁ ସହ ରହି ପ୍ରତ୍ୟେକ କଥାକୁ କୌଶଳରେ ସାଧନ କରିପାରିବେ । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଉପକୃତ ହେବେ । ଅସନ୍ତୁଷ୍ଟ ରହିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ପଡ଼ିପାରେ ।
କର୍କଟ
କର୍କଟ
ଚନ୍ଦ୍ରଙ୍କଠାରୁ ଷଡ଼ାଷ୍ଟକ ସ୍ଥିତିରେ ଶୁକ୍ର ଥିବା ଯୋଗୁ କର୍ମକ୍ଷେତ୍ରକୁ ସମସ୍ୟାବହୁଳ କରିପାରନ୍ତି । ଅତି ବିଶ୍ୱସ୍ତ ଲୋକଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ । ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନବଳାଇ ଖୁସି ହେବେ ।
ସି˚ହ
ସି˚ହ
ସହଯୋଗ ଅଭାବରୁ କେତେକ ସ୍ଥଗିତ କାମ କରିବାରେ ଅସମର୍ଥ ହୋଇ ଚିନ୍ତିତ ରହିପାରନ୍ତି । ଅଫିସରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ । ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଗୃହ, ଜମି, ପରିବହନ ପ୍ରଭୃତିରୁ ଖୁସି ରହିପାରନ୍ତି ।
କନ୍ୟା
ବୁଧ ଓ ବୃହସ୍ପତି ଷଡ଼ାଷ୍ଟକ ସ୍ଥିତିରେ ରହିଥିବାରୁ ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି ପ୍ରତ୍ୟେକ ବ୍ୟକ୍ତିଙ୍କ କଥାକୁ ଠିକ୍‌ ଭାବେ ବୁଝିପାରିବେନି । ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲିମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ । ହଠାତ୍‌ ଜଣେ ବନ୍ଧୁଙ୍କ ଟାଣକଥାକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ ।
ତୁଳା
ତୁଳା
ସ୍ବରାଶିରେ ଚନ୍ଦ୍ର ଥିବାରୁ ଆଜି ମନର ଭାବନାକୁ ମନରେ ରଖି ଅନ୍ୟର ନିକଟତର ହେବାକୁ ଚେଷ୍ଟା କରିବେ । କୌଣସି ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସି ହୋଇପାରନ୍ତି। ଅଫିସରେ ଭୁଲ୍‌ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି ।
ବିଛା
ବିଛା
ଅଧିକ ଖର୍ଚ୍ଚାନ୍ତ କରାଇ ମାନସିକ ଅସ୍ଥିରତା ସୃଷ୍ଟି କରିବେ । ମିଠାକଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହୋଇପାରନ୍ତି । ନିଜ ଇଚ୍ଛା ଅନୁଯାୟୀ କାମଗୁଡ଼ିକ ହେବା କାରଣରୁ ମାନସିକ ସ୍ଥିରତା ରହିବ । ପୂର୍ଣ୍ଣ ଭରସାକରି ନୀରବରେ ବସି ରହିଲେ ସମସ୍ୟା ଭିତରେ ଛନ୍ଦି ହେବାକୁ ପଡ଼ିପାରେ ।
ଧନୁ
ଧନୁ
ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଥିବାରୁ ବିଭିନ୍ନ ପ୍ରକାର ନକାରାତ୍ମକ ଚିନ୍ତାଧାରା ମନକୁ ବ୍ୟତିବ୍ୟସ୍ତ କରାଇପାରେ । ସଭାସମିତିରେ କିମ୍ବା ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିପାରିବେ ନାହିଁ । କେତେକ କ୍ଷେତ୍ରରେ ନିଜ ଲୋକମାନେ ପରୋକ୍ଷ ଶତ୍ରୁତା କରି ସମସ୍ୟାକୁ ବଢ଼ାଇଦେବେ ।
ମକର
ମକର

ଅଟକି ରହିଥିବା କାର୍ଯ୍ୟର ସମସ୍ୟାଟି ଆକସ୍ମିକ ଭାବରେ ଆଜି ସମାଧାନ ହୋଇଯିବାରୁ ମନ ଏକ ପ୍ରକାର ଖୁସି ରହିବ । ଚତୁର୍ଥାଧିପ କର୍ମଭାବସ୍ଥ ଯୋଗୁ ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ । ପାରିବାରିକ କ୍ଷେତ୍ରରେ କୌଣସି ଆଳ ଦେଖାଇ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି ।

କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ହଠାତ୍‌ କାୈଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ । ଘର ପାଇଁ ପ୍ରଶଂସା ପାଇବା ତେଣେ ଥାଉ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । ଅନ୍ୟମନସ୍କ ନ ରହି କିମ୍ବା ଅସାବଧାନତା ସହକାରେ ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାଇବା ଅସୁବିଧାର କାରଣ ହୋଇପାରେ ।
ମୀନମୀନ

ଶନିଙ୍କ ଦୃଷ୍ଟିର ପ୍ରଭାବ ଯୋଗୁ ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । କିନ୍ତୁ ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ପ୍ରଶଂସା ଊଣା ହେବ ନାହିଁ । ଅଫିସରେ କିମ୍ବା ବାନ୍ଧବୀଙ୍କ ଗହଣରେ କିଛି ସମୟ କଟାଇପାରନ୍ତି। ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜାନୁଆରୀ ୧ ତାରିଖ – Daily Horoscope

ମେଷ ନୂଆ ବର୍ଷରେ ଭାଗ୍ୟସ୍ଥାନରେ ରାଜଯୋଗ। କର୍ମକ୍ଷେତ୍ରରେ ଆଦରଣୀୟ ହେବେ। ଉଚ୍ଚାରୋହୀ ମଙ୍ଗଳ ଯୋଗୁ ଦେହ ଭଲ ରହିବ। ଧନସ୍ଥାନରେ ଚନ୍ଦ୍ର ସୁସ୍ବାଦୁ ଭୋଜନ ପରଷିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri