Posted inRasifala

ରାଶିଫଳ: ଗୁରୁବାର, ଜୁନ ୨୦ ତାରିଖ – Daily Horoscope

ମେଷ
ଆଜି କର୍ମଭାବସ୍ଥ ଚନ୍ଦ୍ର ପୂର୍ବ ସମସ୍ୟାକୁ ଦୂରେଇ ନେଇ କର୍ମକ୍ଷେତ୍ର ଓ ପାରିବାରିକ ଜୀବନକୁ ଖୁସି କରାଇବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ଫାଇଦା ହାସଲ ପାଇଁ ମିତ୍ରମାନେ ସମ୍ମୁଖରେ ପ୍ରଶଂସାସୂଚକ ବାକ୍ୟ କହିପାରନ୍ତି।
ବୃଷ
ବୃଷ
ଅଯଥାରେ ଅନ୍ୟମାନଙ୍କ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହାକି ଶତ୍ରୁତା ସୃଷ୍ଟି କରିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ ଏବଂ ଲାଭବାନ୍‌ ମଧ୍ୟ ହେବେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ପରିବହନରେ ସାଧାରଣ କଥାରେ ଝଗଡ଼ା କିମ୍ବା ତଜ୍ଜନିତ ସମସ୍ୟାର ଆଶଙ୍କା ରହିଛି।
ମିଥୁନ
ମିଥୁନ
ରାଶିରେ ରାଜଯୋଗ ସୃଷ୍ଟି ହୋଇଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଜୟଯୁକ୍ତ ହେବେ । ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବାରୁ ଖୁସିରହିବେ। ଛୋଟ ଛୋଟ କଥାକୁ କେନ୍ଦ୍ର କରି ପରିବାର ଭିତରେ ସମ୍ପର୍କ ହାନି ଘଟିପାରେ। ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ କିମ୍ବା ସମର୍ଥକମାନଙ୍କ ଶୁଭକାମନାରୁ ଖୁସି ରହିବେ।
କର୍କଟ
କର୍କଟ
ରାଶ୍ୟାଧିପତି ରାଶିକୁ ଦେଖୁଥିବାରୁ ସ୍ବାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟବସାୟିକ ସ୍ଥିତି ବହୁତ ଭଲ ରହିବ। ହାତକୁ ନେଇଥିବା କାମଟିକୁ ସୁରୁଖୁରୁରେ କରିପାରିବା କାରଣରୁ ଟେନସନ୍‌ କିିଛି ମାତ୍ରାରେ କମିଯିବ। ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ନୀଚ୍ଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ। ସଭାସମିତିରେ ତର୍କ ବୃଦ୍ଧି ପାଇବ।
ସି˚ହ
ସି˚ହ
ଚନ୍ଦ୍ରଙ୍କ ଦ୍ୱାଦଶସ୍ଥ ଶନି ଆପଣଙ୍କ ବିଚାରଧାରାକୁ ପ୍ରଭାବିତ କରିପାରେ। ନିକଟସ୍ଥ ବ୍ୟକ୍ତି ବିଶେଷଙ୍କ ସାହାଯ୍ୟ ସହଯୋଗ ସମସ୍ୟାର ସରଳ ସମାଧାନ କରିବାରେ ସାହାଯ୍ୟ କରିବ ା ଆର୍ଥିକ ଦିଗରୁ ଉପକୃତ ହେବେ ଓ ସ୍ଥଗିତ କାମଗୁଡିକୁ ତ୍ୱରାନ୍ବିତ କରିବାରେ ସମର୍ଥ ହେବେ। ପରିବାରରେ ପାରସ୍ପରିକ ସହଯୋଗ ପରିବେଶକୁ ସରସ, ସୁନ୍ଦର କରିବାରେ ସହାୟକ ହେବ।
କନ୍ୟା
ଗୁରୁ ଓ ଶୁକ୍ରଙ୍କ ପାରସ୍ପରିକ ଦୃଷ୍ଟି ଆପଣଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ଶୁଭଫଳ ପ୍ରଦାନ କରିବ। ଆଜିର ଯାତ୍ରା, ନୂତନ କର୍ମାରମ୍ଭ, ବ୍ୟବସାୟିକ ସ୍ଥିତି ବିଶେଷ ଭଲ ରହିବ । ତଥାପି ଭୁଲ୍‌ ବୁଝାମଣା ହେତୁ ଆମତ୍ୀୟମାନଙ୍କ ଅସହଯୋଗ, ଅସମ୍ମାନ ଦୁଃଖର ମାତ୍ରାକୁ ବଢ଼ାଇଦେଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।
ତୁଳା
ତୁଳା
ଚନ୍ଦ୍ରଙ୍କ କୋଣଭାବରେ ଶୁକ୍ର ହେତୁ ମନ ଅନୁଯାୟୀ କାମ ହାସଲ କରିବାରେ ଅସୁବିଧା ହେବନାହିଁ । ଆଜି ଆକସ୍ମିକ ଭାବରେ ରାସ୍ତାରେ ଯିବା ସମୟରେ ନୂତନ ବନ୍ଧୁ ସମ୍ପର୍କ ସ୍ଥାପିତ ହୋଇପାରେ। ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ପରିବାରରେ ପିଲାଙ୍କ ଆଚରଣର ପରିବର୍ତ୍ତନ କାରଣରୁ ମନେ ମନେ ବିରକ୍ତି ଅନୁଭବ କରିପାରନ୍ତି।
ବିଛା
ବିଛା
ଆଜି ଆପଣ ଯେଉଁ କାମ ସକାଶେ ଉଦ୍ୟମ କରିବେ ତାହା କଦାପି ନିଷ୍ଫଳ ହେବନାହିଁ। ଧୈଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ ଦେଖିବେ ସବୁ ପ୍ରତିବନ୍ଧକ ଦୂରେଇଯିବ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ, ସଭାସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ।
ଧନୁ
ଧନୁ
ମନ ଭିତରେ ଦୁଃଖ ରହିଥିଲେ ମଧ୍ୟ ହସି ହସି କହିବା କାରଣରୁ କାମ ହାସଲ କରିବାରେ ଅସୁବିଧା ହେବନାହିଁ। ଅନ୍ୟମାନେ ଅନିର୍ଦ୍ଦିଷ୍ଟ ସମୟରେ ଆଶା କରୁଥିବା ବନ୍ଧୁଙ୍କ ନିକଟରୁ ଅର୍ଥଲାଭ ଘଟିବ। ଗତକାଲି ଠାରୁ ଆପଣ ଯେଉଁ କଥା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି।
ମକର
ମକର
ରାଶିରେ ଚନ୍ଦ୍ରଥିବାରୁ ମାନସିକ ସ୍ତର ବହୁତ ଭଲ ରହିବ। ତଥାପି ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। ନିକଟ ସମ୍ପର୍କୀୟମାନେ କାଳେ ଦେବାକୁ ପଡିବ, ଏହି କାରଣରୁ ପାଖ ମାଡିବେ ନାହିଁ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ସାମୟିକ ଆଶ୍ୱସ୍ତିଲାଭ କରିପାରନ୍ତି।
କୁମ୍ଭ
କୁମ୍ଭ
କେନ୍ଦ୍ରସ୍ଥାନରେ ଶୁକ୍ର ହେତୁ ଆଜି ଆବଶ୍ୟକ ମନେ କରୁଥିବା ଅର୍ଥ ପାଇବେ ଏବଂ ସ୍ଥଗିତ କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରି ପାରିବେ ା ପରିବାରର ଆବଶ୍ୟକତାନୁଯାୟୀ ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି। କର୍ମ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଯାହାକି ପରିସ୍ଥିତିକୁ ବଦଳାଇଦେଇପାରେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।
ମୀନମୀନ
ଆଜି ଚନ୍ଦ୍ରଙ୍କ ଷଷ୍ଠସ୍ଥ ଗ୍ରହ ଯୋଗୁ ପରିବାରର ଅଶାନ୍ତ ପରିବେଶ ପୂର୍ବପରି ରହିବ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ, ତଥାପି ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ କିନ୍ତୁ ଅନ୍ୟ ବାଟରେ ଖର୍ଚ୍ଚ ହୋଇଯିବ। ପରିବାର ଭିତରେ ବୁଝାମଣା ସମ୍ପର୍କରେ ଉନ୍ନତି ଘଟିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri