Posted inRasifala

ରାଶିଫଳ: ଗୁରୁବାର, ଜୁନ ୬ ତାରିଖ – Daily Horoscope

ମେଷ
ଆଜି ପୁନର୍ବସୁ ନକ୍ଷତ୍ରସ୍ଥ ଚନ୍ଦ୍ର କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗ ସକାଶେ କିଛିଟା ବ୍ୟତିକ୍ରମ ମଧ୍ୟ ପରିଲକ୍ଷିତ ହୋଇପାରେ। ସବୁ କିଛି ଭଲ ମଧ୍ୟରେ ଖର୍ଚ୍ଚ ପରିମାଣ ବୃଦ୍ଧି, ଦୂରଯାତ୍ରା ଓ ସ୍ଥାନାନ୍ତରର ସୂଚନାରୁ ସାମୟିକ ଚିନ୍ତିତ ରହିପାରନ୍ତି। ପାରିବାରିକ କ୍ଷେତ୍ରରେ ଭୁଲ୍‌ ବୁଝାମଣା କାରଣରୁ ମାନସିକ ସ୍ଥିତି ହଠାତ୍‌ ବଦଳିଯିବ।
ବୃଷ
ବୃଷ
ଆଜିର ଶନି ଓ ଚନ୍ଦ୍ରଙ୍କ ସ୍ଥିତି ପ୍ରଭାବରେ ଅଫିସରେ ସହକର୍ମୀଙ୍କ ସହ ମତାନ୍ତର ଘଟିବାର ସମ୍ୟକ ସୂଚନା ରହିଛି। ପରିବାର ସକାଶେ ଆକସ୍ମିକ ଆବଶ୍ୟକତା କାରଣରୁ ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇ ଚିନ୍ତାକୁ ବଢାଇଦେବ। କେତେକ କାରଣକୁ ନେଇ ଇଚ୍ଛା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
ମିଥୁନ
ମିଥୁନ
ବୁଧଙ୍କ ସହ ରାହୁ ଓ ମଙ୍ଗଳ ଏକାଧାରରେ ଦୈହିକ ସ୍ବାସ୍ଥ୍ୟ ଓ ମାନସିକ ସ୍ଥିତିକୁ ବିଗାଡି ଦେଇପାରନ୍ତି। ଋଣ ପରିଶୋଧ କରିବା ସକାଶେ ବିଭିନ୍ନ ପ୍ରକାର ଧନ୍ଦା କରିବା ଲାଗି ମନ ବଳାଇବେ। କର୍ମକ୍ଷେତ୍ରରେ ଜଣେ ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜି ପାରନ୍ତି। ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
କର୍କଟ
କର୍କଟ
ଅନୁକୂଳ ଗ୍ରହ ପ୍ରଭାବରୁ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯାଇ ନିୟନ୍ତ୍ରଣ ମଧ୍ୟରେ ରହିବ। ପରିବାରର କେତେକ ବ୍ୟତିକ୍ରମ କଥା ଓ ଆର୍ଥିକ ସମସ୍ୟାକୁ ବୁଝାମଣା ଭିତିରେ ସୁଧାରିନେବେ। କଳା, ସାହିତ୍ୟ, ସଙ୍ଗୀତ ତଥା ଚଳଚ୍ଚିତ୍ର, ସାମ୍ବାଦିକତା କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ସି˚ହ
ସି˚ହ
ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ଅନ୍ୟମାନଙ୍କ ପରାମର୍ଶକୁ ଗ୍ରହଣ କରିବା ଭଲ ହେବ। ପରିବାରରେ ପିଲାମାନଙ୍କ ଇଚ୍ଛା ଓ ଅଭିଳାଷକୁ କେନ୍ଦ୍ରକରି ସରଗରମ ଆଲୋଚନା କରିପାରନ୍ତି। ଆତ୍ମୀୟମାନଙ୍କ ସକାଶେ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ।
କନ୍ୟା
 ଭାଗ୍ୟ ଓ କର୍ମସ୍ଥାନ ଏକାଧିକ ଗ୍ରହମାନଙ୍କ ପ୍ରଭାବଯୁକ୍ତ ହେତୁ ଆପଣଙ୍କ ଆଶା ପୂରଣ ଅବଶ୍ୟ ହୋଇପାରିବ। ଗୃହ ସଜ୍ଜା, ଗାଡି ମରାମତି, ପୁରୁଣା ଘରକୁ ସଜାଡିବାରେ ମନୋନିବେଶ କରିପାରନ୍ତି। କର୍ମକ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିବା ଫଳରେ ସହକର୍ମୀମାନଙ୍କ ଅପ୍ରିୟଭାଜନ ହୋଇପାରନ୍ତି।
ତୁଳା
ତୁଳା
ସମାଗମ ସ୍ଥିତିରେ ଚନ୍ଦ୍ର ଯୋଗୁ ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ ଦୃଷ୍ଟିକୋଣ ବଦଳି ଯାଇପାରେ। ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିବା ପରି ଆଶଙ୍କା ଦେଖାଦେବ। କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ, ନତୁବା ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି। ଘର ପାଇଁ ମୂଲ୍ୟବାନ ଦ୍ରବ୍ୟ ଆଣିପାରନ୍ତି।
ବିଛା
ବିଛା
ଶନି ଓ ରାହୁଙ୍କ ଦ୍ୱାରା କବଳିତ ଚନ୍ଦ୍ର ଯୋଗୁ ଅତୀତର କୌଣସି ଘଟଣାକୁ କେନ୍ଦ୍ରକରି ମନଟା ଗୋଳେଇଘାଣ୍ଟି ଲାଗିବ। ଅଫିସ୍‌ କାମର ଜଞ୍ଜାଳ ମଧ୍ୟ ବଳିପଡିବ। ଅନ୍ୟ ମାନଙ୍କ କଥାରେ ଭାସି ନ ଯାଇ ଲୋକକୁ ପରଖି ଯାହା କରିବା କଥା କରନ୍ତୁ। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ପ୍ରତିବନ୍ଧକ ଓ ସମସ୍ୟାକୁ ଦୂରେଇ ନେବେ।
ଧନୁ
ଧନୁ
ରାଶି ଅପେକ୍ଷା ସପ୍ତମସ୍ଥାନ ପ୍ରଭାବଶାଳୀ ଯୋଗୁ ଆଜିର ଯାତ୍ରା,ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା ଆପଣଙ୍କ ସକାଶେ ବିଶେଷ ଅନୁକୂଳ ରହି ନ ପାରେ। ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରୁ ସମସ୍ୟା ଓ ପ୍ରତିବନ୍ଧକ ଦୂର ହୋଇଯିବ। ରାଜନୀତିରେ ଓ ସାଂଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।
ମକର
ମକର
ପ୍ରତିକୂଳ ଗ୍ରହଙ୍କ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ର ଓ କାର୍ଯ୍ୟ ଦ୍ୱନ୍ଦ୍ୱାତ୍ମକ ସ୍ଥିତିରେ ରହିବ। ଅବଶ୍ୟ ବନ୍ଧୁଙ୍କ କଥାକୁ ସହଜରେ ଗ୍ରହଣ କଲେ କର୍ମକ୍ଷେତ୍ରରେ ସମସ୍ୟାରୁ ମୁକୁଳି ଯାଇପାରନ୍ତି। ସାୟାହ୍ନରେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଶିକ୍ଷା, ଆନୁଷ୍ଠାନିକ କାମ, ଲେଖାପଢ଼ା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରତିବନ୍ଧକ ଓ ପରୋକ୍ଷ ଶତ୍ରୁତା ରହିଥିଲେ ମଧ୍ୟ ଆପଣଙ୍କ କାମ ପାଇଁ ତାହାର କୌଣସି କୁପ୍ରଭାବ ରହିବନାହିଁ। ତଥାପି ବିନା ଖର୍ଚ୍ଚରେ କିମ୍ବା ସରଳ ଓ ସହଜରେ କୌଣସି କାମ ହାସଲ କରିବା ଆଜି ଦୁରୂହ ହୋଇପାରେ। ପରିବାରରେ କାହାର ସ୍ବାସ୍ଥ୍ୟହାନି କାରଣରୁ ମନ ସ୍ଥିର ରହି ପାରିବ ନାହିଁ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
ମୀନମୀନ
କର୍ମକ୍ଷେତ୍ର ପ୍ରତି ଗ୍ରହଦୃଷ୍ଟି ପ୍ରଭାବ ଅସଜଡ଼ା ସ୍ଥିତିକୁ ସଜାଡି ନେବାରେ ସାହାଯ୍ୟ କରିବ। ଶିକ୍ଷା, ଅଧ୍ୟୟନ, ଅଧ୍ୟାପନା, ଆଲୋଚନା ପାଇଁ ପ୍ରକୃଷ୍ଟ ଦିନଟିଏ କହିଲେ ଅତ୍ୟୁକ୍ତି ହେବ ନାହିଁ। ଯାତ୍ରା, ବ୍ୟବସାୟ, ମାଲି ମକଦ୍ଦମା, ସଙ୍ଗଠନ, ଲେଖାପଢ଼ାରେ ସମସ୍ୟା ସମାଧାନ ହୋଇଯିବ। କୌଣସି ନୂତନଭାବେ କାମଟିଏ ଆରମ୍ଭ କରିବା ସକାଶେ ମନ ବଳାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ସାମାଜିକ ସ୍ତରରେ ସମ୍ମାନ ସଙ୍ଗକୁ ବନ୍ଧୁମିଳନ, ପାରିବାରିକ ସୁଖ, ସୌହାର୍ଦ୍ଦ୍ୟ ପାଇପାରନ୍ତି। ରାଜନୈତିକ, ଆନୁଷ୍ଠାନିକ ତଥା ସାଂଗଠନିକ ସ୍ଥିତି ମଜଭୁତ୍‌ ରହିବ। ଶୁକ୍ରଙ୍କ ପ୍ରଭାବରେ…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ରାଶିରେ ବିଳାସକାରକ ଗ୍ରହ ଶୁକ୍ର ଅବସ୍ଥାନକରି ଦିନଟିକୁ ସୁଖ ସ୍ବାଚ୍ଛନ୍ଦ୍ୟରେ ଅତିବାହିତ କରାଇବେ। ଆନୁଷ୍ଠାନିକ କାମ ମଧ୍ୟରେ ବନ୍ଧୁମାନଙ୍କ ସାନ୍ନିଧ୍ୟ ଓ ପରିବାର…

ରାଶିଫଳ: ସୋମବାର, ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ଯୁକ୍ତ ଏକାଦଶସ୍ଥ ଚନ୍ଦ୍ର ସନ୍ତାନଙ୍କ ସ୍ବାସ୍ଥ୍ୟହାନି ସାଙ୍ଗକୁ ସୁସମ୍ପର୍କ କ୍ଷେତ୍ରରେ ବାଧା ସୃଷ୍ଟି କରିବ। କର୍ମକ୍ଷେତ୍ରରେ ଚାପର ସମ୍ମୁଖୀନ ହୋଇପାରନ୍ତି। ପ୍ରଶାସନିକ ଆଲୋଚନା…

ରାଶିଫଳ: ରବିବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସ୍ବନକ୍ଷତ୍ରସ୍ଥ ଯୋଗୁ କର୍ମମୁଖର ରହିବେ ଏବଂ ପାରିବାରିକ କ୍ଷେତ୍ର ସରସ ସୁନ୍ଦର ରହିବ। ଆନୁଷ୍ଠାନିକ କାମରେ, ସଭାସମିତିରେ, ସତ୍‌ସଙ୍ଗର ସାନ୍ନିଧ୍ୟ ଲାଭରେ, ଆଲୋଚନା…

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri