Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ
ରାହୁଙ୍କ ନକ୍ଷତ୍ରରେ ଚନ୍ଦ୍ର ଥିବାରୁ ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ଅନ୍ୟମାନେ ଭୁଲ୍‌ ବୁଝତ୍ପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଦୀର୍ଘଦିନରୁ ରହିଯାଇଥିବା କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବା ସହ ରୋଗଣା ସ୍ବାସ୍ଥ୍ୟ ବିଷୟରେ ଚିନ୍ତା କରିପାରନ୍ତି।
ବୃଷ
ବୃଷ
ଅଷ୍ଟମାଧିପତି ବୃହସ୍ପତି ନକ୍ଷତ୍ରସ୍ଥ ରବି ପ୍ରଭାବରେ ଅନ୍ୟମାନଙ୍କ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହୋଇପାରନ୍ତି। କୌଣସି ଉନ୍ନତିମୂଳକ କାମ ଲାଗି ମୋଟା ଅଙ୍କର ଅର୍ଥ ଆବଶ୍ୟକ ପଡ଼ିପାରେ। ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି। ଅଫିସରେ କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ ।
ମିଥୁନ
ମିଥୁନ
ମଙ୍ଗଳ ଶନି ନକ୍ଷତ୍ରସ୍ଥ ହୋଇ ଧନସ୍ଥାନରେ ଥିବାରୁ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି। ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ। ଅଫିସରେ ପରସ୍ପର ଗୋଡ଼ ଟଣାଟଣି ହେତୁ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ । ପରିବାରରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବନି।
କର୍କଟ
କର୍କଟ
ବୁଧ ଷଡ଼ାଷ୍ଟକ ସ୍ଥିତିରେ ଥିବା ଶନିଙ୍କ ନକ୍ଷତ୍ରରେ ରହିଥିବାରୁ ଚେଷ୍ଟା କରୁଥିବା କାମଗୁଡିକ ସହଜରେ ହୋଇପାରିବନାହିଁ। ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ, କିନ୍ତୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ବିଭିନ୍ନ ପ୍ରକାର ଅସ୍ବାଭାବିକ ପରିସ୍ଥିତିକୁ ସାମ୍‌ନା କରିବାକୁ ପଡ଼ିପାରେ ।
ସି˚ହ
ସି˚ହ
ବୃହସ୍ପତି ଧନ ଏକାଦଶାଧିପତିଙ୍କ ନକ୍ଷତ୍ରସ୍ଥ ହେତୁ ଆଜି ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତାରେ ଅବଶ୍ୟ ସଫଳତା ସହ ଆର୍ଥିକ ଅଭିବୃଦ୍ଧି ଘଟିବ । ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ । ପାରିବାରିକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ସମସ୍ୟାର ମୁଖ୍ୟ କାରଣ ହେବ । ପରୋକ୍ଷ ଶତ୍ରୁତା ସାମୟିକ କାର୍ଯ୍ୟରେ ବାଧା ସୃଷ୍ଟି କରିପାରେ ।
କନ୍ୟା
ଧନାଧିପ ଶୁକ୍ର ପାପଗ୍ରହ ରାହୁ ନକ୍ଷତ୍ରସ୍ଥ ହେତୁ ଅର୍ଥ ସମ୍ପର୍କିତ ବିବାଦ ବୃଦ୍ଧିର ଆଶଙ୍କା ରହିଛି ା ଶାରୀରିକ ସୁସ୍ଥତା ଥିଲେ ମଧ୍ୟ ମାନସିକସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହେବ । ଫେରନ୍ତା ବାଟରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡ଼ିବେ ା କର୍ମକ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ତୁଳା
ତୁଳା
ରାହୁ ଅଷ୍ଟମରେ ରହି ବୃହସ୍ପତି ନକ୍ଷତ୍ରସ୍ଥ ଯୋଗୁ ଅର୍ଥକୁ ନେଇ ଆତ୍ମୀୟଙ୍କ ମଧ୍ୟରେ ବିବାଦ ଉପୁଜିବ। ପରିବାରରେ ଅଶାନ୍ତି ବାତାବରଣରୁ ଦୁଃଖୀ ହୋଇପାରନ୍ତି। ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବା ସହ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ।
ବିଛା
ବିଛା
କେତୁ ଧନସ୍ଥାନରେ ରହି ଅନାବଶ୍ୟକ ଖର୍ଚ୍ଚର ଦିଗ ଖୋଲି ଦେଇପାରନ୍ତି। ସବୁ କାମ ଠିକ୍‌ ଠିକ୍‌ ହେବ, କିନ୍ତୁ ସୁବିଧାରେ ନୁହେଁ । ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ ମାତ୍ର ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ମାନସିକ ଅବସାଦ ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ।
ଧନୁ
ଧନୁ
ମଙ୍ଗଳ ଭାଗ୍ୟସ୍ଥାନରେ ରହିଥିବାରୁ କୌଣସି ନୂତନ ଯୋଜନାରମ୍ଭ କରିବା ସକାଶେ ମନ ବଳାଇପାରନ୍ତି। ପାରିବାରିକ କ୍ଷେତ୍ରରେ ସମସ୍ୟା ପୂର୍ବପରି ରହିବା ଦୁଶ୍ଚିନ୍ତାର କାରଣ ହେବ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଏଣୁ ସତର୍କରେ ଚଳିବା ଭଲ ହେବ। ହଜି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି।
ମକର
ମକର
ଏକାଦଶ ବୃହସ୍ପତି ପ୍ରଭାବରେ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ, କିନ୍ତୁ ପ୍ରିୟବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ବାରମ୍ବାର ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡ଼ିବାକୁ ପଡ଼ିପାରେ। ପାରିବାରିକ ସମସ୍ୟାକୁ ଚତୁରତାର ସହ ସମାଧାନ କରିବେ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମ ଆରମ୍ଭ କରିବାକୁ ଯାଉଛନ୍ତି, ତାହା ପ୍ରଥମେ ପ୍ରଥମେ କଷ୍ଟକର ମନେ ହୋଇପାରେ ା ପରିବାର, ବ୍ୟବସାୟ, ସଭାସମିତି, ପରିବହନ, ପ୍ରଶାସନିକ କ୍ଷେତ୍ର ପ୍ରତ୍ୟେକଥିରେ ସୁଫଳ ପାଇବେ। ଆଶା କରୁଥିବା ଶୁଭଖବର ପାଇ ଖୁସି ହେବେ। ପିଲାମାନଙ୍କ ପଢ଼ାସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ।
ମୀନମୀନ
କର୍ମକ୍ଷେତ୍ରରେ ଶନି ଓ କେତୁଜନିତ ଭୁଲ୍‌ ବୁଝାମଣା କାରଣରୁ ବନ୍ଧୁ ସମ୍ପର୍କରେ ଅବନତି ଘଟିପାରେ। ନିର୍ମାଣ, ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖାଦେବାର ଆଶଙ୍କା ରହିଛି । ପରିବାରର ବରାଦ ଅନୁଯାୟୀ ଇଚ୍ଛା ନ ଥିଲେ ମଧ୍ୟ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ବ୍ୟସ୍ତ ନ ହୋଇ ଅପେକ୍ଷା କରନ୍ତୁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

ରାଶିଫଳ: ମଙ୍ଗଳବାର , ଅକ୍ଟୋବର ୬ ତାରିଖ – Daily Horoscope

ମେଷ ଚତୁର୍ଥକେନ୍ଦ୍ରରେ ଶୁଭଗ୍ରହଙ୍କ ସମାବେଶ ପାରିବାରିକ, ସାମାଜିକ ଏବଂ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ। ମନ ବୁଝିଲା…

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?