Posted inRasifala

ରାଶିଫଳ: ଗୁରୁବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ
ଆଜି ଭାଗ୍ୟସ୍ଥାନରେ ଷଡଗ୍ରହକୂଟ ଉଦ୍ୟମକୁ ଭଣ୍ଡୁର କରିପାରେ। ଭାଇ, ବନ୍ଧୁ, ପାଖ ପଡୋଶୀଙ୍କ ସହ ଯୁକ୍ତିତର୍କରୁ ଅନର୍ଥ ଘଟିବାର ସମ୍ଭାବନା ରହିଛି। ତଥାପି ସାମ୍ବାଦିକତା, ଏଜେନ୍‌ସିପ୍‌, ପରିବହନ, ବ୍ୟବସାୟ, ବାଣିଜ୍ୟରେ ଆଂଶିକ ସଫଳତା ପାଇବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ।
ବୃଷ
ବୃଷ
ଅଷ୍ଟମସ୍ଥ ଗ୍ରହସ୍ଥିତିରୁ ଅର୍ଥଲାଭ ହେବ କିନ୍ତୁ ସ୍ବାସ୍ଥ୍ୟହାନୀର ଆଶଙ୍କା ଦେଖାଦେଇପାରେ। ଜମିଜମା ବିଷୟରେ କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିପାରନ୍ତି। ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା କିନ୍ତୁ ଆନୁଷ୍ଠାନିକ କାମରେ କେତେକ ସମସ୍ୟା ସୃଷ୍ଟିର ଆଶଙ୍କା ରହିଛି। ମୋଟାଅଙ୍କର ଅର୍ଥ ବନ୍ଧୁଙ୍କ ଠାରୁ ଧାର କରଜ କରିପାରନ୍ତି।
ମିଥୁନ
ମିଥୁନ
ରାଶିକୁ ଏକାଧିକ ଗ୍ରହ ଅବଲୋକନ କରୁଥିବାରୁ ଆପଣଙ୍କ ଚିନ୍ତାଧାରା ବିକ୍ଷିପ୍ତ ହୋଇପାରେ। ଆଜି ବନ୍ଧୁଗହଣରେ କିଛି କଡା ଭାଷା ପ୍ରୟୋଗ କରି ସମ୍ପର୍କ ନଷ୍ଟ କରିପାରନ୍ତି। ଯେଉଁ କ୍ଷେତ୍ରରେ ଯାହାକି ନିଷ୍ପତି ନେବେ ତାହା ଶେଷ ସମୟରେ ଓଲଟ ପାଲଟ ହୋଇଯିବ। କିନ୍ତୁ କଳା, ସାହିତ୍ୟ ଓ ଗୁରୁତ୍ୱପୂର୍ଣ୍ଣ କାମମାନଙ୍କରେ ଉପଯୁକ୍ତ ଭାବେ ଫଳ ପାଇବାର ଆଶା କରାଯାଇପାରେ।
କର୍କଟ
କର୍କଟ
ଶୁକ୍ରଙ୍କ ଶୁଭଦୃଷ୍ଟିରୁ ବିଳାସବ୍ୟସନ ମଧ୍ୟରେ ସମୟ କଟାଇବେ। କିନ୍ତୁ କର୍ମକ୍ଷେତ୍ରରେ ସତର୍କରେ କାମ କରିବା ଭଲ ନତୁବା ପରେ ଅନୁତାପ କରିବାକୁ ପଡିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ ଅବଶ୍ୟ ସବୁ କଥାରେ ନରମି ରହିପାରିଲେ ହିଁ ସୁଫଳ ପାଇବେ। ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧି ହୋଇପାରନ୍ତି।
ସି˚ହ
ସି˚ହ
କେନ୍ଦ୍ରକୋଣାଧିପ ମଙ୍ଗଳ ସ୍ବଗୃହୀ ହେତୁ କାଯର୍‌ୟସିଦ୍ଧି,ପ୍ଳଟିଙ୍ଗ କାରବାରରେ ଉନ୍ନତି ଓ ଅଗ୍ନି ସମ୍ବନ୍ଧିତ ଯନ୍ତ୍ରପାତି ବ୍ୟବସାୟରୁ ସୁଫଳ ପାଇବେ। ଅର୍ଥଲାଭର ଯୋଗ ରହିଛି ଅବଶ୍ୟ ଯାହାକି ଆପଣଙ୍କର ବହୁତ ପୂର୍ବରୁହିଁ ପାଇବାର ଥିଲା କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ।
କନ୍ୟା
ଅଷ୍ଟମାଧିପତିଙ୍କ କ୍ରୁରଦୃଷ୍ଟି ଆପଣଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ବାଧାବିଘ୍ନ, ପ୍ରତିବନ୍ଧକ ସୃଷ୍ଟି କରିବ। ନିକଟ ସମ୍ପର୍କୀୟ ସ୍ବାର୍ଥ ସାଧନ ପରିପ୍ରେକ୍ଷୀରେ ଆପଣଙ୍କ ପାରିବାରିକ କ୍ଷେତ୍ରକୁ ସମସ୍ୟା ବହୁଳ କରି ପାରନ୍ତି। ସହକର୍ମୀଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ଯୋଡି ହୋଇଯାଇପାରେ। କେତେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେଇପାରନ୍ତି।
ତୁଳା
ତୁଳା
ଆପଣଙ୍କ କଠୋର ବାକ୍ୟାଳାପ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସୃଷ୍ଟିର କାରଣ ହୋଇପାରେ। ଭଲ ସମ୍ପର୍କ ନଥିବା ବନ୍ଧୁମାନଙ୍କ ଦ୍ୱାରା କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବାକୁ ପଡିବ। ହଠାତ୍‌ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।
ବିଛା
ବିଛା
ସ୍ବଗୃହୀ ରାଶ୍ୟାଧିପ ଆପଣଙ୍କୁ ଆରୋଗ୍ୟଲାଭ,ଚେଷ୍ଟା ସଫଳ, ଋଣସୂତ୍ରରେ ଅର୍ଥଲାଭ କରାଇପାରେ। ଗତକାଲି ଠାରୁ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ ନିଶ୍ଚିତ କୃତକାର୍ଯ୍ୟ ଅବଶ୍ୟ ହେବେ। ଲେଖାପଢ଼ା, କଳା, ସାହିତ୍ୟ କ୍ଷେତ୍ରରୁ ପ୍ରଶଂସା ପାଇବେ କିନ୍ତୁ ଜ୍ୟେଷ୍ଠା ନକ୍ଷତ୍ର ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।
ଧନୁ
ଧନୁ
ରାଶିରେ ଛଅଟିଗ୍ରହ ସଂଘଟିତ ହେବା ସହ ସୂର୍ଯ୍ୟ ପରାଗ ଘଟୁଥିବାରୁ ସ୍ବାସ୍ଥ୍ୟହାନୀ, କଳହ, ଧନକ୍ଷୟ ଓ ସମ୍ପର୍କ ନଷ୍ଟର ଆଶଙ୍କା ଦେଖାଦେବ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଉପରେ ଅଯଥା ବିରକ୍ତି ପ୍ରକାଶ କରିବା ଠିକ୍‌ ହେବନାହିଁ। କେତେକ ନୂତନ କାମର ପରିକଳ୍ପନା କରିବେ କିନ୍ତୁ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି।
ମକର
ମକର
ଶୁକ୍ର ରାଶିରେ ଅବସ୍ଥାନ କରିଥିବାରୁ ମଉଜ ମଜଲିସ୍‌ ମଧ୍ୟରେ ଦିନଟିକୁ ଅତିବାହିତ କରିବେ। କିନ୍ତୁ ଅଫିସ୍‌ ରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ। ପରିବାରରେ ଛୋଟ କଥାଟିକୁ ଗୁରୁତ୍ୱ ନ ଦେବା କାରଣରୁ ଟେନସନ୍‌ କିିଛି ମାତ୍ରାରେ କମିଯିବ। ଜଣେ ବନ୍ଧୁଙ୍କ ଉପସ୍ଥିତକୁ କେନ୍ଦ୍ର କରି ଝଗଡା ଲାଗିପାରେ।
କୁମ୍ଭ
କୁମ୍ଭ
ଭୁଲ୍‌ ବୁଝସମଣା କାରଣରୁ ପାରିବାରିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ। ପିଲାଙ୍କ ଶିକ୍ଷା କିମ୍ବା ସ୍ବାସ୍ଥ୍ୟସକଶେ ଚିନ୍ତିତ ରହିବେ। ଜମିଜମା ସମସ୍ୟା,ବ୍ୟବସାୟ କିମ୍ବା ପରିବହନରେ ଝଗଡା କ୍ରମଶଃ ଜଟିଳ ହେବ। ଖଳଲୋକମାନଙ୍କ ଶତ୍ରୁତା ହେତୁ ନିଜ ପରିସରରେ ସମାଲୋଚିତ ହୋଇପାରନ୍ତି।
ମୀନମୀନ
କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପାଖ ପଡୋଶୀରେ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ସ୍ବାର୍ଥକୁ ଆଖିଆଗରେ ରଖି ହଠାତ୍‌ ବିରାଧୀ ପକ୍ଷ ସକ୍ରିୟ ହୋଇ ଉଠିବେ। ଗୃହ କାମରେ ବ୍ୟସ୍ତ ରହି କୈାଣସି ଗୁରୁତ୍ୱପୂର୍ଣ୍ଣ କାମକୁ ପାଶୋରି ଦେଇ ପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri